Posted inଜାତୀୟ

ଅନୁଚ୍ଛେଦ ୩୭୦ ହଟିବା ପରେ ଜମ୍ମୁ-କଶ୍ମୀରରେ ୩୪ ଜଣ କିଣିଛନ୍ତି ଜମି…

ନୂଆଦିଲ୍ଲୀ, ୨୯।୩ : କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମଙ୍ଗଳବାର  ଲୋକ ସଭାରେ କହିଛନ୍ତି ଯେ ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବା ପରେ ଏଠାରେ ୩୪ ଜଣ ଲୋକ ଜମି କ୍ରୟ କରିଛନ୍ତି। ବହୁଜନ ସମାଜବାଦୀ ପାର୍ଟି (ବିଏସପି) ଏମ୍‌ପି ହାଜି ଫଜଲୁର ରହେମାନଙ୍କ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ରୀୟ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏହି ସୂଚନା ଦେଇଛନ୍ତି।

ଏସବୁ ଜମି ଜମ୍ମୁ, ରିୟାସି, ଉଦାମପୁର ଏବଂ ଗାନ୍ଦରଓ୍ବଲ ଜିଲାରେ ଅଛି। ପୂର୍ବରୁ ବାହାର ଲୋକଙ୍କୁ ଜମ୍ମୁ-କଶ୍ମୀର ଜମି କିଣିବାକୁ ଅନୁମତି ନ ଥିଲା । ତେବେ ଅନୁଚ୍ଛେଦ ୩୭୦ ହଟିବା ପରେ ଏଠାରେ ବାହାର ଲୋକଙ୍କୁ ଜମି କିଣିବାର ଅନୁମତି ପ୍ରଦାନ କରାଯାଇଛି।

୫ ଅଗଷ୍ଟ ୨୦୧୯ରେ କେନ୍ଦ୍ର ସରକାର ଅନୁଚ୍ଛେଦ ୩୭୦ର ବ୍ୟବସ୍ଥାକୁ ରଦ୍ଦ କରିଥିଲେ। ଅନୁଚ୍ଛେଦ ୩୭୦ବ୍ୟବସ୍ଥାକୁ ହଟାଇବା ପରେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀର ଏବଂ ଲଦାଖର ଜମି ଏବଂ ସମ୍ପତ୍ତି କ୍ରୟ ପାଇଁ ଆଇନରେ ପରିବର୍ତ୍ତନ କରିଛନ୍ତି। ଏହି ନୂତନ ନିୟମ ଲାଗୁ ହେବା ପରେ ଅନ୍ୟ ରାଜ୍ୟର ଲୋକମାନେ ମଧ୍ୟ ଜମ୍ମୁ-କଶ୍ମୀରରେ ସମ୍ପତ୍ତି କିଣିବାକୁ ଅନୁମତି ଲାଭ କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ; ଆପଣଙ୍କ ପାଇଁ ଲାଭ ନା କ୍ଷତି?

ନୂଆଦିଲ୍ଲୀ,୨୬।୬: ଦେଶର ସବୁଠାରୁ ଗରିବ ପରିବାରଗୁଡ଼ିକୁ ମିଳୁଥିବା ରାସନ ବ୍ୟବସ୍ଥାରେ କେନ୍ଦ୍ର ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY)…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

ବଢିବ ସିୟାଙ୍କ ସମସ୍ୟା! କସାବକୁ ମୃତ୍ୟୁଦଣ୍ଡ ଦେଇଥିବା ଓକିଲ ଲଢ଼ିବେ କେତନଙ୍କ ହତ୍ୟା ମାମଲା

ପୁଣେ,୨୬।୬: ପୁଣେର ପ୍ରସିଦ୍ଧ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଏହି ହାଇପ୍ରୋଫାଇଲ ହତ୍ୟାକାଣ୍ଡକୁ ନେଇ ସାରା ମହାରାଷ୍ଟ୍ରରେ…

ଅନଶନକାରୀଙ୍କ ସହ ଜିଲାପାଳ-ଏସ୍‌ପିଙ୍କ ରୁଦ୍ଧଦ୍ୱାର ବୈଠକ, ଫଳାଫଳ ଉପରେ ସମସ୍ତଙ୍କ ନଜର

ପଟ୍ଟାମୁଣ୍ଡାଇ,୨୬ା୬(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୨ ଅଧୀନ ୧୬ନଂ କେନାଲ ରାସ୍ତା କାର୍ଯ୍ୟ ପାଇଁ ଆସିଥିବା ଅର୍ଥ ଆଦୌ ବିନିଯୋଗ ନ ହୋଇ ମିଥ୍ୟା ବିଲ୍‌…

ସାବଧାନ! ୧ ଜୁଲାଇରୁ ବଦଳିଯିବ ଏହି ସବୁ ନିୟମ; ମହଙ୍ଗା ପଡ଼ିବ ନା ଆଶ୍ୱସ୍ତି ମିଳିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୬: ପ୍ରତି ମାସର ପହିଲା ତାରିଖ ନିଜ ସହିତ କିଛି ନୂଆ ନିୟମ ନେଇ ଆସିଥାଏ। ଜୁନ ମାସ ଏବେ ଶେଷ ହେବାକୁ ଯାଉଛି ଏବଂ ଜୁଲାଇ…

‘ସୂର୍ଯ୍ୟବଂଶୀଙ୍କ ଉପରେ ଖୁବ ଶୀଘ୍ର ବଢ଼ିବ ଚାପ, ତେଣୁ ଏବେ…’: ଭାଇରାଲ ହେଉଛି ଅଶ୍ୱିନଙ୍କ ବିଶେଷ ଉପଦେଶ

ନୂଆଦିଲ୍ଲୀ,୨୬।୬: ପୂର୍ବତନ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀଙ୍କୁ ମୂଲ୍ୟବାନ ପରାମର୍ଶ ଦେଇ କହିଛନ୍ତି ଯେ ଏହି ପର୍ଯ୍ୟାୟରେ ସେ କୌଣସି ଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri