Posted inଜାତୀୟ

ଜମ୍ମୁ-କଶ୍ମୀରରେ ପଲଟିଲା ବାଜି, ଏଥର ଚମକାଇଦେଲା ଏକଜିଟ ପୋଲ୍‌

ନୂଆଦିଲ୍ଲୀ,୫।୧୦:ପ୍ରାୟ ୧୦ବର୍ଷ ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ହୋଇଛି। ଏଠାରେ ୯୦ଟି ବିଧାନସଭା ଆସନ ପାଇଁ ତିନୋଟି ପର୍ଯ୍ୟାୟରେ ନିର୍ବାଚନ ହୋଇଛି। ଅକ୍ଟୋବର ୮ରେ ଭୋଟ ଫଳାଫଳ ପ୍ରକାଶ ପାଇବ, କିନ୍ତୁ ଏହାପୂର୍ବରୁ ଏକଜିଟ ପୋଲ ଓ ଭୋଟ ବାହୁଡା ମତ ପ୍ରକାଶ ପାଇଛି।

୨୦୧୯ରେ ଜମ୍ମୁ-କଶ୍ମୀରରୁ କେନ୍ଦ୍ର ସରକାର ଧାରା ୩୭୦ ରଦ୍ଦ କରି ଦେଇଛନ୍ତି। ଏହା ସହିତ ଜମ୍ମୁ କଶ୍ମୀରକୁ ଓ ଲଦାଖକୁ ଅଲଗା କରି ଏକ ୟୁନିଅନ ଟେରିଟୋରୀ କରାଯାଇଛି। ଏହାପୂର୍ବରୁ ରାଜ୍ୟରେ ସମୁଦାୟ ୮୩ ଟି ବିଧାନସଭା ଆସନ ଥିଲା, ଏବେ ତାହା ୯୦କୁ ବୃଦ୍ଧି ପାଇଛି। ତେବେ ଏଥର ଭାଜପା ଓ କଂଗ୍ରେସ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଛି। ଏକଜିଟ ପୋଲ ଅନୁସାରେ ପରସ୍ପର କଡା ଟକ୍କର ହୋଇଥିବା ଜଣାପଡିଛି।

ଅଧିକାଂଶ ସଂସ୍ଥାର ଏକଜିଟ ପୋଲ କହୁଛି ଯେ ଜମ୍ମୁ-କଶ୍ମୀରରେ କୌଣସି ଦଳକୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ୪୬ ମିଳିବ ନାହିଁ। କଂଗ୍ରେସ ଓ ଏନସି ସର୍ବାଧିକ ଆସନ ପାଇ ପାରନ୍ତି। କିନ୍ତୁ ଉଭୟ ମ୍ୟାଜିକ ନମ୍ବର ଠାରୁ ଦୂରରେ ରହିବେ। ଭାଜପା ମଧ୍ୟ ୩୦ରୁ ଅଧିକ ଆସନ ଜିତିବାକୁ ସକ୍ଷମ ହୋଇପାରିବ ନାହିଁ। ଏଭଳି ସ୍ଥିତିରେ ମେହବୁବା ମୁଫତିଙ୍କ ପିଡିପି ଓ ଅନ୍ୟ ଆଞ୍ଚଳିକ ଦଳ କିଙ୍ଗ ମେକର ସାଜିବାର ଯଥେଷ୍ଟ ସମ୍ଭାବନା ରହିଛି।

ପିପୁଲ୍ସ ପ୍ଲସ କହିଛି ଯେ ଫାରୁକ ଅବଦୁଲ୍ଲାଙ୍କ ନ୍ୟାଶନାଲ କନଫରେନ୍ସ ଜମ୍ମୁ-କଶ୍ମୀରରେ ୩୩ରୁ ୩୫ଟି ଆସନ ଜିତିପାରେ। ଭାଜପା ୨୩ରୁ ୨୭, କଂଗ୍ରେସ ୧୩ରୁ ୧୫, ପିଡିପି ୭ରୁ ୧୧ ଓ ଅନ୍ୟାନ୍ୟ ଦଳ ୪ରୁ ୬ଟି ଆସନ ଜିତିପାରନ୍ତି।

ଦୈନିକ ଭାସ୍କର କହିଛି, କଂଗ୍ରେସ ଓ ଏନସି ୩୫ରୁ ୪୦, ଭାଜପା ୨୦ରୁ ୨୫, ପିଡିପି ୪ରୁ ୭ ଓ ଅନ୍ୟାନ୍ୟ ଦଳ ୧୨ରୁ ୧୮ଟି ଆସନ ଜିତିବେ।

ରିପବ୍ଲିକ-ଗୁଲିସ୍ତାନ ନ୍ୟୁଜର ଏକଜିଟ ପୋଲରେ କୁହାଯାଇଛି ଯେ ଏନସି ୨୮ରୁ ୩୦, ଭାଜପା ୨୮ରୁ ୩୦, ପିଡିପି ୫ରୁ ୭, କଂଗ୍ରେସ ୩ରୁ ୬ ଓ ଅନ୍ୟାନ୍ୟ ଦଳ ୮ରୁ ୧୭ଟି ଆସନ ପାଇବେ।

ଇଣ୍ତିଆ ଟୁଡେ-ସି ଭୋଟର ପକ୍ଷରୁ କରାଯାଇଥିବା ଏକଜିଟ ପୋଲ କଂଗ୍ରେସ ଓ ଏନସି ସପକ୍ଷରେ ଯାଇଛି। ଏହି ସଂସ୍ଥା କହିଛି ଯେ ଉଭୟ ଦଳ ମିଳିତ ଭାବେ ୪୦ରୁ ୪୮, ଭାଜପା ୨୭ରୁ ୩୨, ପିଡିପି ୬ରୁ ୧୨ ଓ ଅନ୍ୟାନ୍ୟ ଦଳ ୬ରୁ ୧୧ଟି ଆସନ ପାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?