Posted inଜାତୀୟ

ଝାଡଖଣ୍ଡରେ ବାଜି ମାରିଲେ ଓଡ଼ିଆ ଝିଅ, ପୁଣି ସୋରେନ ସରକାର

ରାଞ୍ଚି,୨୩।୧୧: ଝାଡଖଣ୍ଡର ବହୁ ଚର୍ଚ୍ଚିତ ସିଟ୍‌ ଦଖଲ କରିଛି ଜେଏମଏମ। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ସୁମାର ଗୋଣ୍ଡେୟ ବିଧାନସଭା ଆସନରେ ବଡ଼ ବିଜୟ ହାସଲ କରିଛନ୍ତି। ତେବେ କଳ୍ପନାଙ୍କର ବିଜୟ ଆନୁଷ୍ଠାନିକ ଭାବେ ଘୋଷଣା ଏପର୍ଯ୍ୟନ୍ତ କରାଯାଇ ନାହିଁ। ତେବେ କଳ୍ପନା ବହୁ ରାଉଣ୍ଡ ଆଗରେ ଅଛନ୍ତି। ତାଙ୍କ ପ୍ରତିଦ୍ୱନ୍ଦୀ ଭାଜପା ପ୍ରାର୍ଥୀ ମୁନିୟା ଦେବୀଙ୍କୁ ପରାଜୟର ସାମ୍ନା କରିବାକୁ ପଡିଛି। ଏହି ଆସନ ଜିତିବା ପାଇଁ କଳ୍ପନାଙ୍କୁ ବହୁ ସଂଘର୍ଷ କରିବାକୁ ପଡିଥିଲା। ଆରମ୍ଭରୁ କଳ୍ପନା ଏହି ଆସନରେ ହଜାର ଭୋଟରେ ପଛରେ ପଡ଼ିଥିଲେ, କିନ୍ତୁ ଶେଷରେ ସେ ବିଜୟୀ ହୋଇଛନ୍ତି। କଳ୍ପନାଙ୍କୁ ବର୍ତ୍ତମାନ ଝାଡଖଣ୍ଡ ବିଧାନସଭା ନିର୍ବାଚନରେ ଗେମ୍‌ ଚେଞ୍ଜର ଭାବରେ ବିବେଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri