ଜେଲରେ ଏ କ’ଣ ଚାଲିଛି ! ହାତରେ ଛୁରୀ ଧରି କଏଦୀ କଲେ ଭିଡିଓ ଶୁଟ୍‌, ଭାଇରାଲ ପରେ…

ଭୁବନେଶ୍ୱର,୨୨ା୧୦(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲ୍‌ରେ ଚାଲୁଛି ଅପରାଧୀଙ୍କ ରାଜୁତି। ଜେଲ ଭିତରକୁ ବିଭିନ୍ନ ପ୍ରକାର ନିଶାଦ୍ରବ୍ୟ ଓ ବେଆଇନ ସାମଗ୍ରୀ ଯାଉଛି। ଏପରିକି କଏଦୀମାନେ ମୋବାଇଲ ଫୋନ୍‌ ବ୍ୟବହାର କରି ଅପରାଧ ଘଟାଉଛନ୍ତି। ମଙ୍ଗଳବାର ଏପରି ଏକ ଭିଡିଓ ଭାଇରାଲ ହେବା ପରେ ଜେଲ ଭିତରର ଗୁମର ପଦାରେ ପଡ଼ିଛି।

ଭିଡିଓରେ ଝାରପଡା ଜେଲରେ ଜଣେ ବିଚାରଧିନୀ କଏଦୀ ହାତରେ ଛୁରୀ ଧରି ଭୟଭୀତ କରୁଥିବା ଦେଖିବାକୁ ମିଳୁଛି। ସ୍ମାର୍ଟଫୋନ୍‌ରେ ଏହି ଭିଡିଓ ଶୁଟ୍‌ କରାଯାଇ ବାହାରକୁ ଛଡ଼ାଯାଉଛି। ସାକ୍ଷୀଙ୍କୁ ପ୍ରଭାବିତ କରିବାକୁ ଏଭଳି ଭିଡିଓ ଶୁଟ୍‌ କରି ପଠାଯାଉଥିବା ଅଭିଯୋଗ ହୋଇଛି। ତେବେ ଏଭଳି ଭିଡିଓ ଭାଇରାଲ ହେବା ପରେ ଝାରପଡା ଜେଲର ସୁରକ୍ଷା ଦିଗକୁ ନେଇ ପ୍ରଶ୍ନ ଉଠିଛି। ଭିଡିଓରେ ଥିବା ବିଚାରଧିନ କଏଦୀଙ୍କ ନାଁ ନନ୍ଦୁ ନାୟକ ହୋଇଥିବାବେଳେ ବ୍ରାଉନସୁଗର କାରବାର ମାମଲାରେ ସେ ଜେଲରେ ଅଛନ୍ତି।

ତେବେ ଏହି ଭିଡିଓ ଭାଇରାଲ ହେବା ପରେ ଜେଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ୯ ନଂ. ବାରାକ୍‌ରେ ଚଢ଼ାଉ କରାଯାଇଥିଲା। ଏକ ସ୍ଥାନରେ ଲୁଚାଇ ରଖାଯାଇଥିବା ମୋବାଇଲ ଓ ଛୁରୀ ଜବତ ହୋଇଛି। ଏହି ଘଟଣାରେ ନନ୍ଦୁଙ୍କ ନାଁରେ ଜେଲ ଅଧ୍ୟକ୍ଷ ମନୋରଞ୍ଜନ ପ୍ରତିହାରୀ ଲକ୍ଷ୍ମୀଶାଗର ଥାନାରେ ଏତଲା ଦେଇଛନ୍ତି। ଏନେଇ ମନୋରଞ୍ଜନ କହିଛନ୍ତି, ଏହି ଘଟଣାରେ ଆମ ପକ୍ଷରୁ ତଦନ୍ତ କରାଯାଉଛି। କେମିତି ଛୁରୀ ଓ ମୋବାଇଲ ଆସିଲା ତାହା ଜାଣିବାକୁ ଛାନଭିନ୍‌ ଚାଲିଛି। ତଦନ୍ତ ପରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିହାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?