କଳାହାଣ୍ଡିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଦେଲେ ଏସବୁ ପ୍ରତିଶ୍ରୁତି…

ଭବାନୀପାଟଣା,୮ା୫(ଉତ୍ତମ କୁମାର ଦାଶ): କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ବୁଧବାର କଳାହାଣ୍ଡିକୁ ଦିନିକିଆ ଗସ୍ତରେ ଆସିଥିଲେ। ଅପରାହ୍ନ ୧ଟା ୧୫ରେ ଭବାନୀପାଟଣା ସହରସ୍ଥିତ ରିଜର୍ଭ ପଡ଼ିଆରେ ହେଲିକପ୍ଟରରୁ ଓହ୍ଲାଇ ସେଠାରୁ ସଡ଼କ ପଥରେ ଲାଲ୍‌ ବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ଅନୁଷ୍ଠିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇଥିଲେ। ପ୍ରଭୁ ଜଗନ୍ନାଥ ଓ ମା’ ମାଣିକେଶ୍ୱରୀଙ୍କୁ ପ୍ରଣାମ କରି ନିଜର ଅଭିଭାଷଣ ଆରମ୍ଭ କଲେ ରାଜନାଥ। ପ୍ରଥମ ଥର କଳାହାଣ୍ଡି ଆସିଛି। ଆସନ୍ତା ୫ରୁ ୮ବର୍ଷ ମଧ୍ୟରେ କଳାହାଣ୍ଡିର ଚିତ୍ର ବଦଳିବ ଓ ଗରିବୀ ହଟିବ। ଓ ଭାଜପା ସରକାର ଆସିଲେ, ଧନୀ ଗରିବ ସମସ୍ତଙ୍କୁ ମିଳିବ ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ ବୋଲି ସେ କହିଥିଲେ। ଆମେ ଯାହା କହୁ, ତାହା କରୁ। ଏହା ଆମ ଚରିତ୍ର। ଆମେ ୩୭୦ ହଟାଇବୁ କହିଥିଲୁ, ହଟାଇଲୁ। ରାମ ମନ୍ଦିର ନିର୍ମାଣ କରିବାକୁ କହିଥିଲୁ, କରିଲୁ। ଓ ୫୦ ବର୍ଷ କଂଗ୍ରେସ ସରକାର ଓ ୨୫ ବର୍ଷ ବିଜେଡି ସରକାର ଦେଖିଲେ। ଏଥର ଓ ଭାଜପାକୁ କ୍ଷମତାକୁ ଆଣନ୍ତୁ। ଆମ ସରକାର ଆସିବା ପରେ ଆତଙ୍କବାଦୀ ଆକ୍ରମଣ କମିଛି ଦେଶ ଦ୍ରୁତ ଗତିରେ ଆଗକୁ ବଢୁଛି। ଏହା ହେଉଛି ପ୍ରଭୁ ଜଗନ୍ନାଥ ଓ ମା’ ମାଣିକେଶ୍ବରୀଙ୍କ ଧରିତ୍ରୀ। କଳାହାଣ୍ଡି ଗରିବୀ ଓ ଦରିଦ୍ର ପାଇଁ ପରିଚିତ। ପ୍ରତ୍ୟେକ ଅଞ୍ଚଳ ବିକଶିତ ନ ହେଲେ ବିକଶିତ ଭାରତ ସମ୍ଭବ ନୁହେଁ। ଗରିବୀ ହଟାଇବାକୁ ପ୍ରତିଶ୍ରୁତି ଦେଇଥିଲା କଂଗ୍ରେସ, କିନ୍ତୁ କଂଗ୍ରେସ ଦ୍ୱାରା ଏହା ସମ୍ଭବ ହେଲାନି। ହେଲେ ମୋଦି କରି ଦେଖାଇଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୫ କୋଟି ଲୋକଙ୍କୁ ଗରିବୀରୁ ମୁକ୍ତ କରିଛନ୍ତି ବୋଲି କହିଥିଲେ। ଏହି ସମାବେଶରେ ତ୍ରିପୁରା ପୂର୍ବତନ ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ,କଳାହାଣ୍ଡି ଜିଲା ସଭାପତି ଆର୍ତ୍ତତ୍ରାଣ ମହାପାତ୍ର, ଲୋକ ସଭା ଏମ୍‌ପି ପ୍ରାର୍ଥତ୍ନୀ ମାଳବିକା ଦେଓଙ୍କ ସମେତ ଜିଲାର ୫ ବିଧାନସଭା ମଣ୍ଡଳୀର ପ୍ରାର୍ଥୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri