Odisha Elections 2024

କଳାହାଣ୍ଡିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଦେଲେ ଏସବୁ ପ୍ରତିଶ୍ରୁତି…

ଭବାନୀପାଟଣା,୮ା୫(ଉତ୍ତମ କୁମାର ଦାଶ): କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ବୁଧବାର କଳାହାଣ୍ଡିକୁ ଦିନିକିଆ ଗସ୍ତରେ ଆସିଥିଲେ। ଅପରାହ୍ନ ୧ଟା ୧୫ରେ ଭବାନୀପାଟଣା ସହରସ୍ଥିତ ରିଜର୍ଭ ପଡ଼ିଆରେ ହେଲିକପ୍ଟରରୁ ଓହ୍ଲାଇ ସେଠାରୁ ସଡ଼କ ପଥରେ ଲାଲ୍‌ ବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ଅନୁଷ୍ଠିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇଥିଲେ। ପ୍ରଭୁ ଜଗନ୍ନାଥ ଓ ମା’ ମାଣିକେଶ୍ୱରୀଙ୍କୁ ପ୍ରଣାମ କରି ନିଜର ଅଭିଭାଷଣ ଆରମ୍ଭ କଲେ ରାଜନାଥ। ପ୍ରଥମ ଥର କଳାହାଣ୍ଡି ଆସିଛି। ଆସନ୍ତା ୫ରୁ ୮ବର୍ଷ ମଧ୍ୟରେ କଳାହାଣ୍ଡିର ଚିତ୍ର ବଦଳିବ ଓ ଗରିବୀ ହଟିବ। ଓ ଭାଜପା ସରକାର ଆସିଲେ, ଧନୀ ଗରିବ ସମସ୍ତଙ୍କୁ ମିଳିବ ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ ବୋଲି ସେ କହିଥିଲେ। ଆମେ ଯାହା କହୁ, ତାହା କରୁ। ଏହା ଆମ ଚରିତ୍ର। ଆମେ ୩୭୦ ହଟାଇବୁ କହିଥିଲୁ, ହଟାଇଲୁ। ରାମ ମନ୍ଦିର ନିର୍ମାଣ କରିବାକୁ କହିଥିଲୁ, କରିଲୁ। ଓ ୫୦ ବର୍ଷ କଂଗ୍ରେସ ସରକାର ଓ ୨୫ ବର୍ଷ ବିଜେଡି ସରକାର ଦେଖିଲେ। ଏଥର ଓ ଭାଜପାକୁ କ୍ଷମତାକୁ ଆଣନ୍ତୁ। ଆମ ସରକାର ଆସିବା ପରେ ଆତଙ୍କବାଦୀ ଆକ୍ରମଣ କମିଛି ଦେଶ ଦ୍ରୁତ ଗତିରେ ଆଗକୁ ବଢୁଛି। ଏହା ହେଉଛି ପ୍ରଭୁ ଜଗନ୍ନାଥ ଓ ମା’ ମାଣିକେଶ୍ବରୀଙ୍କ ଧରିତ୍ରୀ। କଳାହାଣ୍ଡି ଗରିବୀ ଓ ଦରିଦ୍ର ପାଇଁ ପରିଚିତ। ପ୍ରତ୍ୟେକ ଅଞ୍ଚଳ ବିକଶିତ ନ ହେଲେ ବିକଶିତ ଭାରତ ସମ୍ଭବ ନୁହେଁ। ଗରିବୀ ହଟାଇବାକୁ ପ୍ରତିଶ୍ରୁତି ଦେଇଥିଲା କଂଗ୍ରେସ, କିନ୍ତୁ କଂଗ୍ରେସ ଦ୍ୱାରା ଏହା ସମ୍ଭବ ହେଲାନି। ହେଲେ ମୋଦି କରି ଦେଖାଇଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୫ କୋଟି ଲୋକଙ୍କୁ ଗରିବୀରୁ ମୁକ୍ତ କରିଛନ୍ତି ବୋଲି କହିଥିଲେ। ଏହି ସମାବେଶରେ ତ୍ରିପୁରା ପୂର୍ବତନ ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ,କଳାହାଣ୍ଡି ଜିଲା ସଭାପତି ଆର୍ତ୍ତତ୍ରାଣ ମହାପାତ୍ର, ଲୋକ ସଭା ଏମ୍‌ପି ପ୍ରାର୍ଥତ୍ନୀ ମାଳବିକା ଦେଓଙ୍କ ସମେତ ଜିଲାର ୫ ବିଧାନସଭା ମଣ୍ଡଳୀର ପ୍ରାର୍ଥୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ମୁଁ କେବେ ଏତେ ମୁଛୁଆ ଲୋକ ଦେଖି ନାହିଁ: ମୋଦିଙ୍କୁ ଟାର୍ଗେଟ କଲେ ଦିଗବିଜୟ

ନୂଆଦିଲ୍ଲୀ,୧୯।୫: ମଧ୍ୟପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ମତଦାନ ସମସ୍ତ ୨୯ ଟି ଆସନରେ ଚାରିଟି ପର୍ଯ୍ୟାୟରେ ଶେଷ ହୋଇଛି। ସେପଟେ ପୂର୍ବତନ...

ଶାଢ଼ି ବାଣ୍ଟି ଧରାପଡ଼ିଲେ ୨ଯୁବକ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ତେବେ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ ମତଦାନ ପୂର୍ବରୁ...

କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା, ବଜ୍ରପାତରେ…

ଆସିକା,୧୯ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଳା କୋଟିନଡା ଥାନା ଅନ୍ତର୍ଗତ ହୁମୁକି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା।...

ପଞ୍ଚମ ପର୍ଯ୍ୟାୟରେ ରାହୁଲ ଗାନ୍ଧୀ, ରାଜନାଥ ସିଂ, ସ୍ମୃତି ଇରନୀଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ସୋମବାର (୨୦ ମେ’) ରେ ହେବ। ଏହି ପର୍ଯ୍ୟାୟରେ ଆଠଟି ରାଜ୍ୟରେ ୪୯ ଟି...

ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ

ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି।...

ଗାଁକୁ ଗାଁ ବୁଲି ଭୋଟ ଭିକ୍ଷା କଲେ ସୂର୍ଯ୍ୟବଂଶୀ

ଧାମନଗର,୧୯।୫(ଦେବେନ୍ଦ୍ର ଆନ୍ଦିଆ)-ଧାମନଗର ବିଧାନସଭା ଆସନ ପାଇଁ ଦ୍ୱିତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଅସୁରାଳି ଜୋନ୍‌ରେ ନିର୍ବାଚନ ପ୍ରଚାରକୁ ଜୋରଦାର...

ପ୍ରଧାନମନ୍ତ୍ରୀ ମୋଦି ବହୁତ ପାଓ୍ବାରଫୁଲ, ହେଲେ…: ଜେଲର କଥା ଉଠାଇ ମୋଦିଙ୍କୁ ଟାର୍ଗେଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୫: ଜାମିନରେ ଆସିବା ପରଠାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଭାଜପାଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ରମାଗତ ଟାର୍ଗେଟ କରୁଛନ୍ତି। କେଜରିୱାଲ ଦାବି କରିଛନ୍ତି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri