କନ୍ଧମାଳରେ ଦୁର୍ବଳ ହେଉଛନ୍ତି ମାଓବାଦୀ: ଡିଜିପି

ଫୁଲବାଣୀ ଅଫିସ, ୨୪ା୭- କନ୍ଧମାଳ ଜିଲାରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଗତ କିଛି ସପ୍ତାହ ହେବ ଗୁଳି ବିନିମୟ ଜାରି ରହିଛି। ପୂର୍ବରୁ ୫ ମାଓବାଦୀଙ୍କ ମୃତ୍ୟୁପରେ ଗୁରୁବାର ପୁଣି ୨ ଜଣଙ୍କର ମୃତ୍ୟୁ ହୋଇଛି। ଏହି ୨ ମାଓବାଦୀଙ୍କ ମୃତ୍ୟୁ ପରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଶୁକ୍ରବାର ଫୁଲବାଣୀରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି। ପ୍ରଥମେ ମାଓବାଦୀ ଅଭିଯାନରେ ସାମିଲ ଏସ୍‌ଓଜି ଯବାନଙ୍କୁ ସଫଳତା ପାଇଁ ଅଭିନନ୍ଦନ ଜଣାଇଥିଲେ। ପରେ ଜିଲା ପୋଲିସ କାର୍ଯ୍ୟାଳୟକୁ ଯାଇ ଖବରଦାତା ସମ୍ମିଳନୀ କରିଥିଲେ।
ମାତ୍ର ଏକ ମାସ ମଧ୍ୟରେ କନ୍ଧମାଳରେ ୨ଟି କୋମ୍ବିଂ ଅପରେଶନରେ ୭ କ୍ୟାଡର ମାଓବାଦୀ ନିହତ ହେଲେଣି, ଯାହା ଓଡ଼ିଶା ପୋଲିସର ବଡ ସଫଳତା। ମାଓବାଦୀ ଦମନ ଅଭିଯାନ ଯୋଗୁ ସେମାନଙ୍କ ସଙ୍ଗଠନ ଦୁର୍ବଳ ହୋଇ ପଡିଛି। ରାଜ୍ୟର ୫ ଜିଲା ଏବେ ମାଓବାଦୀ ମୁକ୍ତ ହୋଇ ସାରିଛି। ଖୁବ୍‌ଶୀଘ୍ର କନ୍ଧମାଳ ମଧ୍ୟ ମାଓବାଦୀ ମୁକ୍ତ ହେବ ବୋଲି ଡିପିଜି କହିଛନ୍ତି। ଏବେ ମାତ୍ର ୧୦ ପ୍ରତିଶତ ମାଓବାଦୀ ହିଁ ସକ୍ରିୟ ଅଛନ୍ତି। ରାଜ୍ୟ ସରକାର ସେମାନଙ୍କ ଥଇଥାନ ପାଇଁ ଭଲ ଯୋଜନା କରିଛନ୍ତି। ଏଥିଯୋଗୁ ଗତବର୍ଷ ୧୩ ମାଓବାଦୀ ଆତ୍ମସମର୍ପଣ କରିଥିଲେ। ଚଳିତ ବର୍ଷ ୧୯ ଜଣ ଆତ୍ମସମର୍ପଣ କରି ସାରିଲେଣି। ତେଣୁ ଅନ୍ୟ ମାଓବାଦୀମାନେ ମଧ୍ୟ ସମାନ ରାସ୍ତା ଆପଣାନ୍ତୁ, ନଚେତ୍‌ ପୋଲିସ୍‌ ସେମାନଙ୍କୁ ଛାଡିବ ନାହିଁ ବୋଲି ଡିଜିପି କହିଛନ୍ତି।
ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ଉପସ୍ଥିତ ରହି ଗୁରୁବାର ହୋଇଥିବା ଏନ୍‌କାଉଣ୍ଟର ସମ୍ପର୍କରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri