କୋରାପୁଟରେ ପିଏମ କିଷାନରେ ୫୯୫୦୮ ହିତାଧିକାରୀ ସାମିଲ

କୋରାପୁଟ,୨୯।୧(ଅମିତାଭ ବେହେରା): କୋରାପୁଟସ୍ଥିତ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର ସଭା ଗୃହରେ ବୁଧବାର ଦିଶା ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଏମ୍‌ପି ସପ୍ତଗିରି ଶଙ୍କର ଉଲାକାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଦିଶା ଅଧୀନରେ ଜିଲାର ସାମଗ୍ରିକ ବିକାଶ ନେଇ କାର୍ଯ୍ୟ କରାଯଉଥିବା କେନ୍ଦ୍ର ସରକାରଙ୍କ ଯୋଜନାର ଅଗ୍ରଗତି ନେଇ ସମୀକ୍ଷା କରାଯାଇଥିଲା। ବିଶେଷ କରି ଜିଲାରେ କେତେ ଆଳୁ ଚାଷ ହୋଇଛି, ଜିଲାର କେଉଁ ବ୍ଲକରେ କେତେ ଶୀତଳ ଭଣ୍ଡାର ରହିଛି ତାହା କେତେ କ୍ଷମତା ବିଶିଷ୍ଟ ରହିଛି ଏବଂ ବର୍ତ୍ତମାନର କଣ ସ୍ଥିତି ରହିଛି ସେ ଉପରେ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ଜିଲା ଉଦ୍ୟାନ କୃଷି ଉପନିର୍ଦେଶକ ସୁଦାମ ବିଶ୍ୱାଳଙ୍କୁ ପଚାରିଥିଲେ।
ଚଳିତ ବର୍ଷ ଜିଲାରେ ୩ ହଜାର ୭ ହଜାର ହେକ୍ଟର ଜମିରେ ଅଦା ଚାଷ ହୋଇଥିବାବେଳେ ଅମଳ ହେବା ପରେ ତାହା ଜିଲାରେ ଥିବା କୃଷି ଉତ୍ପାଦକ ସମିତି ଜରିଆରେ ବଜାରୀକରଣ କରାଯାଉଥିବା ଜିଲା ଉଦ୍ୟାନ ବିଭାଗର ନିର୍ଦ୍ଦେଶକ ଶ୍ରୀ ବିଶ୍ୱାଳ ପ୍ରକାଶ କରିଥିଲେ। ସେହିପରି ଜିଲାରେ ପିଏମ କିଷାନରେ ଲକ୍ଷ୍ୟଧର୍ଯ୍ୟ ୧ ଲକ୍ଷ ୧୫ ହଜାର ୨୬୭ ଜଣଙ୍କୁ ସାମିଲ କରିବାକୁ ଥିବାବେଳେ ବର୍ତମାନ ସୁଦ୍ଧା ୫୯ ହଜାର ୫୦୮ ସାମିଲ ହୋଇଥିବା ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି।
ସେହିପରି ଜିଲାରେ ଅପପୃଷ୍ଟି ସ୍ଥିତି, ଛତୁଆର ଗୁଣାତ୍ମକ ମାନ ଉପରେ ପ୍ରଶ୍ନ କରିଛନ୍ତି ଜିଲାପରିଷଦ ଅଧ୍ୟକ୍ଷା ଓ ବିଧାୟକ ବାହିନୀପତି। ସେନେଇ ଜିଲା ସମାଜ ମଙ୍ଗଳ ଅଧିକାରୀ ତୁରନ୍ତ ତଦନ୍ତ କରି ରିପୋର୍ଟ ଦେବାକୁ ବିଧାୟକମାନେ ତାଗିଦ କରିଥିଲେ। ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା ଉପରେ ମଧ୍ୟ୍ୟ ବିସ୍ତୃତ ଆଲୋଚନା କରାଯାଇଥିଲା। ଏହି ବୈଠକରେ କୋରାପୁଟ ଏମ୍‌ପିଙ୍କ ସମେତ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି, ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉଁତା, ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡମ, କୋରାପୁଟ ବିଧାୟକଙ୍କ ପ୍ରତିନିଧି ସୁମନ୍ତ ପ୍ରଧାନ, ଜିଲାପାଳ ଭି କୀର୍ତି ଭାସନ, ଜିଲାପରିଷଦ ଅଧକ୍ଷା ସସ୍ମିତା ମେଲେକା, ସିଡିଓ ବେଣୁଧର ଶବର, ଜିଲା ଯୋଜନା ଅଧିକାରୀ ସୂର୍ଯ୍ୟକାନ୍ତ ବେହେରା, କୋରାପୁଟ ଉପଜିଲାପାଳ ପ୍ରେମଲାଲ ହିଆଲ, ଜୟପୁର ଉପଜିଲ୍ଲାପାଳଙ୍କ ସମେତ ଦିଶା କମିଟିର ସମସ୍ତ ସଦସ୍ୟ ଓ ସଦସ୍ୟା ମାନେ ଉପସ୍ଥିତ ରହି ନିଜ ନିଜର ମତାମତ ରଖିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

ଜଙ୍ଗଲ କିସମ ଜମି ଧାନ ଫସଲ ଜବତ ଘଟଣା: ନିଲାମ ବିରୋଧରେ ହାଇକୋର୍ଟଙ୍କ ରୋକ

ମହାକାଳପଡ଼ା,୫ା୨ (ପ୍ରତାପ ଚନ୍ଦ୍ର ସ୍ବାଇଁ)::କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ମୌଜା ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ସ୍ଥାନୀୟ ଅଞ୍ଚଳର ୨୦ରୁ ଅଧିକ ଚାଷୀ ଭାଗ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୫।୨: ୧୯ ବର୍ଷରୁ କମ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୦୬ ଷ୍ଟ୍ରାଇକ ରେଟ ସହିତ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଓପନର୍‌ ଆରୋନ ଜର୍ଜ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri