କୁଚିଣ୍ଡାରେ କଂଗ୍ରେସ, ଭାଜପାର ୧୨ଘଣ୍ଟିଆ ବନ୍ଦ

କୁଚିଣ୍ଡା,୪।୧୧(ଡି.ଏନ.ଏ.): ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କୁଚିଣ୍ଡା ଗସ୍ତ ବେଳେ କଂଗ୍ରେସ ନେତାଙ୍କୁ ଆକ୍ରମଣ ପ୍ରତିବାଦରେ ବୁଧବାର ଭାଜପା ଓ କଂଗ୍ରେସ ପକ୍ଷରୁ ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ସକାଳ ୬ଟାରୁ ନେତା ଓ କର୍ମୀମାନେ ପିକେଟିଂ କରି ଦୋକାନ ବଜାର, ଯାନବାହନ ଚଳାଚଳ, ସମସ୍ତ ସରକାରୀ ବେସରକାରୀ ଅଫିସ, ସ୍କୁଲ, କଲେଜ, ବ୍ୟାଙ୍କ, ପୋଷ୍ଟ ଅଫିସ ବନ୍ଦ କରିଥିଲେ। ଭାଜପା ଓ କଂଗ୍ରେସ କର୍ମୀମାନେ ସ୍ମାର୍ଟ କାର୍ଡ ବଣ୍ଟନ ପାଇଁ ପୂର୍ତ୍ତ ବିଭାଗ ବଙ୍ଗଳାରେ ଥିବା ମନ୍ତ୍ରୀ ଟୁକୁନି ସାହୁଙ୍କୁ ସକାଳ ୮ରୁ ଦିନ ୧୨ଟା ପର୍ଯ୍ୟନ୍ତ ଘେରାଉ କରି ରଖିଥିଲେ। ପରେ ସେମାନେ ଗେଟ୍‌ ଆଗରେ ଧାରଣା ଦେବାରୁ ମନ୍ତ୍ରୀ ଦୀର୍ଘ ୪ଘଣ୍ଟା ଧରି ବାହାରିପାରି ନ ଥିଲେ। ପରେ ଆନ୍ଦୋଳନକାରୀ ଭାଜପାର ପୂର୍ବତନ ବିଧାୟକ ରବି ନାରାୟଣ ନାଏକ, ପୂର୍ବତନ ବିଧାୟକ ବୃନ୍ଦାବନ ମାଝି ଓ କଂଗ୍ରେସର ପୂର୍ବତନ ବିଧାୟକ ରାଜେନ୍ଦ୍ର ଛତ୍ରିଆଙ୍କ ସମେତ ଉଭୟ ଦଳର ନେତା ଓ କର୍ମୀଙ୍କୁ ପୋଲିସ ଉଠାଇ ନେଇ ଥାନାରେ ଅଟକ ରଖିଥିଲା। ଅପରାହ୍ନ ପ୍ରାୟ ୨ଟା ବେଳେ ଅତିରିକ୍ତ ଏସ୍‌ପି ତପନ ମହାନ୍ତି ୧୫ଦିନ ମଧ୍ୟରେ ଆକ୍ରମଣକାରୀଙ୍କୁ ଗିରଫ କରିବାର ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ଦିନ ୧୨ଟା ପରେ ମନ୍ତ୍ରୀ ସାହୁ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମକୁ ବାହାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri