Posted inଜାତୀୟ

ଜମ୍ମୁ-କଶ୍ମୀରରେ ତିନି ଆତଙ୍କବାଦୀ ନିପାତ, ଯବାନଙ୍କୁ ବିସ୍କୁଟ୍‌ କଲା ବଡ଼ ସାହାଯ୍ୟ

ଶ୍ରୀନଗର/ନୂଆଦିଲ୍ଲୀ,୩ା୧୧: ସିଆର୍‌ପିଏଫ୍‌ ଏବଂ ଜମ୍ମୁ-କଶ୍ମୀର ପୋଲିସ ଶନିବାର ଶ୍ରୀନଗରସ୍ଥିତ ଖାନ୍‌ୟାର ଅଞ୍ଚଳରେ ଦିନ ତମାମ ଏକ ମିଳିତ ଅପରେଶନ୍‌ରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି)ର ଶୀର୍ଷ କମାଣ୍ଡର ଉସ୍‌ମାନ୍‌ଙ୍କୁ ନିପାତ କରିଥିଲେ। ସେହିପରି ଅନନ୍ତନାଗ ଜିଲାରେ ମଧ୍ୟ ଅନ୍ୟ ଏକ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଥିଲେ।

ସେ ୨୦୦୦ ଦଶକ ପ୍ରାରମ୍ଭରୁ ଅନେକ ଆକ୍ରମଣର ମାଷ୍ଟରମାଇଣ୍ଡ୍‌ ଥିଲେ। ବୁଲା କୁକୁରମାନେ ଯବାନଙ୍କୁ ଦେଖି ଭୁକିପାରନ୍ତି ବୋଲି ଅନୁମାନ କରି ସେମାନଙ୍କୁ ଶାନ୍ତ କରିବା ପାଇଁ ବିସ୍କୁଟ୍‌ ଖାଇବାକୁ ଦିଆଯାଇଥିଲା। କୁକୁର ବିସ୍କୁଟ୍‌ ଖାଉଥିବାବେଳେ ଯବାନମାନେ ପ୍ରାୟ ୩୦ଟି ଘରକୁ ଘେରିଯାଇ ଅପରେଶନ୍‌ ଚଳାଇଥିଲେ ଏବଂ ଶେଷରେ ସଫଳ ହୋଇଥିଲେ।

ପାକିସ୍ତାନୀ ଆତଙ୍କବାଦୀ ଉସ୍‌ମାନ୍‌ଙ୍କ ମୃତ୍ୟୁକୁ ଭାରତୀୟ ସୁରକ୍ଷା ବଳ ଏକ ବଡ଼ ସଫଳତା ମନେକରୁଥିବାବେଳେ ଏହାର ଦିନକ ପରେ ରବିବାର କଡ଼ା ସୁରକ୍ଷା ବଳୟରେ ରହିଥିବା ଅଲ୍‌ ଇଣ୍ଡିଆ ରେଡିଓ ଏବଂ ଦୂରଦର୍ଶନ କେନ୍ଦ୍ର ଥିବା ଏକ କମ୍ପ୍ଲେକ୍ସ ନିକଟରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ପର୍ଯ୍ୟଟକ ଅଭ୍ୟର୍ଥନା କେନ୍ଦ୍ର (ଟିଆର୍‌ସି) ନିକଟ ଏକ ସିଆର୍‌ପିଏଫ୍‌ ବଙ୍କର ଉପରକୁ ସେମାନେ ଗ୍ରେନେଡ୍‌ ଫିଙ୍ଗିଥିଲେ। ତେବେ ଗ୍ରେନେଡ୍‌ଟି ଲକ୍ଷ୍ୟଭ୍ରଷ୍ଟ ହୋଇ ରାସ୍ତାରେ ପଡ଼ିଥିଲା। ଏଥିରେ ୧୧ ଜଣ ଆହତ ହୋଇଥିବା ଜଣେ ବରିଷ୍ଠ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?