Posted inଜାତୀୟ

ଗର୍ଭବତୀ ବୋହୂଙ୍କୁ ନିଆଁ ଲଗାଇ ମାରିଦେଲେ ଶାଶୁଘର ଲୋକେ, ସୁନା ଚେନ୍ ଦେଇନଥିଲେ ବୋଲି..

ପାଟନା, ୨୭।୧: ବିହାରର ନାଳନ୍ଦା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଗର୍ଭବତୀ ମହିଳାଙ୍କୁ ଜୀଅନ୍ତା ଜାଳି ଦେଇଥିବା ନେଇ ଅଭିଯୋଗ ହୋଇଛି। ଶ୍ୱଶୁର ଘର ଲୋକଙ୍କ ନାଁରେ ଅଭିଯୋଗ ହୋଇଥିବା ବେଳେ ସେମାନେ ଫେରାର ଥିବା ଜଣାପଡ଼ିଛି । ଏହି ଘଟଣା ଥରଥାରି ଥାନା ଅଞ୍ଚଳ ଅନ୍ତର୍ଗତ ମେହେତରମା ଗାଁରେ ଘଟିଛି। ରିପୋର୍ଟ ଅନୁସାରେ, ସୁନା ଚେନ୍ ନପାଇବାରୁ ଶ୍ୱଶୁର ଘର ଲୋକେ ରାଗି ଯାଇଥିଲେ । ଏହାପରେ ଏହି କାଣ୍ଡ ଭିଆଇଥିବା ନେଇ ଅଭିଯୋଗ ହୋଇଛି ।

ମୃତକଙ୍କ ମାତୃ ପରିବାର ଅଭିଯୋଗ କରିଛନ୍ତି ଯେ ସ୍ତୁତି କୁମାରୀଙ୍କ ବିବାହ ନଅ ମାସ ପୂର୍ବରୁ ମେହେତରମା ଗ୍ରାମର ନିବାସୀ ଚିଣ୍ଟୁ କୁମାର ଓରଫ ମଣିକାନ୍ତଙ୍କ ସହ ହୋଇଥିଲା। ବିବାହ ସମୟରେ ସୁନା ଚେନ୍ ଦେବାର ପ୍ରତିଶ୍ରୁତି ଦିଆଯାଇଥିଲା। ସୁନା ଚେନ୍ ନ ଦେବାରୁ ମହିଳାଙ୍କୁ ନିର୍ଯାତନା ଦିଆଯାଇଥିଲା। କିଛି ଦିନ ପୂର୍ବରୁ ଗର୍ଭବତୀ ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ମଧ୍ୟ ଆକ୍ରମଣ କରିଥିଲେ । ଦୁଇ ମାସର ଗର୍ଭବତୀ ସ୍ତୁତି କୁମାରୀଙ୍କୁ ପ୍ରଥମେ ଆକ୍ରମଣ କରାଯାଇଥିଲା, ତା’ପରେ ତାଙ୍କ ଉପରେ ତେଲ ଢାଳି ନିଆଁ ଲଗାଇ ଦେଇଥିଲେ। ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା, କିନ୍ତୁ ସମସ୍ତ ଶ୍ୱଶୁର ଘର ଲୋକ ଫେରାର ହୋଇଯଆଇଥିଲେ ।

ପୋଲିସ ଗର୍ଭବତୀ ମହିଳାଙ୍କ ମୃତଦେହକୁ ହେପାଜତକୁ ନେଇ ପୋଷ୍ଟମର୍ଟମ ପାଇଁ ମଡେଲ ହସ୍ପିଟାଲକୁ ପଠାଇ ମାମଲାର ତଦନ୍ତ ଆରମ୍ଭ କରିଛି। ଏହି ମାମଲାରେ ହିଲସା ଡିଏସ୍ପି ଶୈଳଜା କୁମାରୀଙ୍କ ଏକ ବୟାନ ମଧ୍ୟ ସାମ୍ନାକୁ ଆସିଛି।ହିଲସା ଡିଏସ୍ପି ଶୈଳଜା କୁମାରୀ କହିଛନ୍ତି ଯେ ସ୍ତୁତି କୁମାରୀଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ପୋଡ଼ି ହତ୍ୟା କରିଥିବା ସୂଚନା ମିଳିଛି। ଏଫଏସଏଲ ଦଳକୁ ଡକାଯାଇଛି ଏବଂ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଯାଉଛି। ଝିଅର ବାପାଙ୍କ ଅଭିଯୋଗ ଆଧାରରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?