ଗର୍ଭବତୀଙ୍କୁ ମାରିଦେଲେ ଶାଶୁଘର ଲୋକେ: ମୃତଦେହ ଛାଡ଼ି ଫେରାର

ମହାକାଳପଡ଼ା, ୨୪।୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ବଡ଼ମଠ ଗଁାର ଜଣେ ୫ ମାସର ଗର୍ଭବତୀ ବଧୂଙ୍କୁ ଯୌତୁକ ଲାଗି ହତ୍ୟା କରାଯାଇଥିବା ବାପା ଅଭିଯୋଗ କରିଛନ୍ତି। ଶାଶୁଘର ଲୋକ ଫେରାର ହୋଇଯାଇଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ନ ହୋଇ କେନ୍ଦ୍ରାପଡ଼ା ଜିଲା ଚିକିତ୍ସାଳୟରେ ସୋମବାର ରହିଛି।
ସୂଚନାଯୋଗ୍ୟ, ବଡ଼ମଠ ଗଁାର ତ୍ରିଲୋଚନ ଭୂୟଁାଙ୍କ ପୁଅ ଚଗଲି (୨୫) ମହାକାଳପଡ଼ା ଥାନା ଅନ୍ତର୍ଗତ ତେନ୍ତୁଲିକନ୍ଧା ଗଁାର ଗୟାଧର ପ୍ରଧାନଙ୍କ ଝିଅ ନମିତାଙ୍କୁ ଦେଢ଼ବର୍ଷ ତଳେ ବୈଦିକ ରୀତି ମତେ ବିବାହ କରିଥିଲେ। ବିବାହ ସମୟରେ ଯୌତୁକ ଦିଆଯାଇଥିଲା। ପରେ ବୋହୂଙ୍କୁ ଅଧିକ ଯୌତୁକ ପାଇଁ ଶାଶୁ ଅଞ୍ଜନା, ନଣନ୍ଦ ସୋନି, ସ୍ବାମୀ ଚଗଲି, ଶ୍ୱଶୁର ତ୍ରିଲୋଚନ ମାନସିକ, ଶାରୀରିକ ନିର୍ଯାତନା ଦେଉଥିଲେ। ରବିବାର ନମିତା ଫୋନରେ ବୋଉଙ୍କୁ ଅଧିକ ଯୌତୁକ ଦିଅ ନଚେତ ଶାଶୁ ଘର ଲୋକେ ମାରିଦେବାକୁ ଧମକ ଦେଇଛନ୍ତି ବୋଲି କହିଥିଲେ। ଏହାର କିଛି ସମୟ ପରେ ଜ୍ୱାଇଁ ଚଗଲି ଫୋନ କରି ଶାଶୁଙ୍କୁ କହିଥିଲେ, ତୁମ ଝିଅ ଦେହ ଭଲ ନାହିଁ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ଦେଖିବାକୁ ଆସ। ପରେ ବାପ ଘର ଲୋକ ଅପରାହ୍ନରେ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚତ୍ବା ପରେ ଡାକ୍ତର ଝିଅଙ୍କୁ ମୃତ ଘୋଷଣା କରିଥିଲେ। ଝିଅ ୫ ମାସର ଗର୍ଭବତୀ ଥିଲେ। ଝିଅକୁ ନିର୍ଯାତନା ଦେବା ସହ ପରିବାରର ସମସ୍ତେ ହତ୍ୟା କରିଥିବା ନେଇ ବାପା ଗୟାଧର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଥିଲା। ହେଲେ ହତ୍ୟା ଅଭିଯୋଗରେ ସମ୍ପୃକ୍ତ ଥିବା ଶାଶୁ ଘର ଲୋକ ସମସ୍ତେ ଘରେ ତାଲା ପକାଇ ଫେରାର ହୋଇଯାଇଥିଲେ। ଫଳରେ ପୋଲିସ ପକ୍ଷରୁ ଘରେ ଅନ୍ୟ ଏକ ତାଲା ଝୁଲାଇ ତଦନ୍ତ ଆରମ୍ଭ କରିଛି। ଏ ନେଇ ପୋଲିସ ନଂ. ୧୮୩/୨୫ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଅପରପକ୍ଷରେ ପୋଲିସ ମୃତଦେହ ଜବତ କରିଥିଲେ ହେଁ ବ୍ୟବଚ୍ଛେଦ ହୋଇ ନାହିଁ। ଗୟାଧର କହିଛନ୍ତି, ହତ୍ୟା କରିଥିବା ଶାଶୁ ଘର ଲୋକେ ଯେ ପର୍ଯ୍ୟନ୍ତ ଗିରଫ ହୋଇନାହାନ୍ତି ସେ ପର୍ଯ୍ୟନ୍ତ ମୃତଦେହ ବ୍ୟବଚ୍ଛେଦ ହୋଇପାରିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri