ଗଞ୍ଜାମରେ ଚାଞ୍ଚଲ୍ୟ: ଯୌତୁକ ପାଇଁ ବୋହୂ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଲେ ଶାଶୁଘର ଲୋକେ

ଖଲ୍ଲିକୋଟ,୧୪।୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କହ୍ନେଇପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଯୌତୁକ ପାଇଁ ବୋହୂ ଦେହରେ ପେଟ୍ରୋଲ ଢାଳି ଶାଶୁଘର ଲୋକେ ନିଆଁ ଲଗେଇ ଦେଇଥିବା ଅଭିଯୋଗ ହୋଇଛି। ମହିଳା ଜଣକ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି।

କହ୍ନେଇପୁରର ଆକାଶ ପରିଡ଼ା ସେହି ଗ୍ରାମର ଆରତୀଙ୍କୁ ଦୁଇ ବର୍ଷ ତଳେ ପ୍ରେମ ବିବାହ କରି ଘରକୁ ଆଣିଥିଲେ। ବିବାହର କିଛି ମାସ ପରେ ସ୍ବାମୀ ଆକାଶ ରୋଜଗାର ଉଦ୍ଦେଶ୍ୟରେ ଦୁବାଇ ଚାଲି ଯାଇଥିଲେ। ଅନ୍ୟପକ୍ଷେ ଅଧିକ ଯୌତୁକ ଦାବି କରି ବୋହୁ ଆରତିଙ୍କୁ ଶାଶୁ ଘର ଲୋକେ ବିଭିନ୍ନ ସମୟରେ ନିର୍ଯାତନା ଦେଇ ଆସୁଥିଲେ ବୋଲି ଆରତୀଙ୍କ ବାପା ଅଭିଯୋଗ କରିଛନ୍ତି।

ରବିବାର ରାତିରେ ଶାଶୁ ଏବଂ ବୋହୂଙ୍କ ଭିତରେ ବଚସା ହୋଇଥିଲା। ସୋମବାର ସକାଳେ ଦିଅର ଏବଂ ଶାଶୁ ମିଶି ଆରତୀଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ମାରିଦେବାକୁ ଅଭିଯୋଗ ହୋଇଛି।

ଅର୍ଦ୍ଧଦଗ୍ଧ ଅବସ୍ଥାରେ ଆରତୀଙ୍କୁ ପ୍ରଥମେ ଖଲ୍ଲିକୋଟ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ଶରୀରର ୪୦ ପ୍ରତିଶତ ପୋଡି ଯାଇଥିବାରୁ ଗୁରୁତର ଅବସ୍ଥାରେ ଡାକ୍ତର ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରିଥିଲେ। ମେଡ଼ିକାଲରେ ଖଲ୍ଲିକୋଟ ପୋଲିସ ପହଞ୍ଚି ଅଧିକ ପଚରଉଚରା କରିଥିବା ବେଳେ ଘଟଣା ସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri