ବୋହୂଙ୍କୁ ଉଲଗ୍ନ କରି ଲୁହା ରଡ୍‌ ଚେଙ୍କ ଦେବା ସହ ପ୍ରାଇଭେଟ୍‌ ପାର୍ଟରେ ଲଙ୍କାଗୁଣ୍ଡ ଭର୍ତ୍ତି କଲେ ଶାଶୁଘର ଲୋକେ

ଭୋପାଳ,୨୧ା୧୨: ଥମୁନି ବଧୂ ନିର୍ଯାତନା। ଜଣେ ମହିଳାଙ୍କୁ ତାଙ୍କ ଶାଶୁଘର ଲୋକେ ଉଲଗ୍ନ କରି ନିର୍ଧୂମ ପିଟିବା ସହ ଲୁହା ରଡ୍‌ରେ ଚେଙ୍କ ଦେଇଥିବା ଅଭିଯୋଗ ହୋଇଛି। ଖାଲି ଏତିକି ନୁହେଁ, ବର୍ବରତାର ସବୁ ସୀମା ସରହଦ ଟପି ଯାଇଛନ୍ତି ନରରୂପୀ ରାକ୍ଷସମାନେ। ଏତେ ନିର୍ଯାତନା ଦେବା ପରେ ମନ ବୁଝିଲାନି ଯେ, ମହିଳାଙ୍କ ପ୍ରାଇଭେଟ୍‌ ପାର୍ଟରେ ଲଙ୍କାଗୁଣ୍ଡ ଭର୍ତ୍ତି କରିଦେଇଛନ୍ତି। ଏପରି ଏକ ଅମାନୁଷିକ ଘଟଣା ଘଟିଛି ମଧ୍ୟପ୍ରଦେଶର ରାଜଗଡ଼ରେ।

ଏନେଇ ମହିଳା ଜଣଙ୍କ ଥାନାରେ ତାଙ୍କ ସ୍ବାମୀ ଏବଂ ଶାଶୁଘର ଲୋକଙ୍କ ନାମରେ ଅଭିଯୋଗ କରିଛନ୍ତି। ସେ ତାଙ୍କ ଅଭିଯୋଗର ଏତଲାରେ ଦର୍ଶାଇଛନ୍ତି ଯେ, ଶାଶୁଘର ଲୋକେ ତାଙ୍କ ପ୍ରାଇଭେଟ୍‌ ପାର୍ଟରେ ଗରମ ଲୁହା ରଡ୍‌ରେ ଚେଙ୍କ ଦେବା ସହ ଲଙ୍କାଗୁଣ୍ଡ ଭର୍ତ୍ତି କରିଦେଇଛନ୍ତି।

ପୋଲିସ ମହିଳାଙ୍କ ଅଭିଯୋଗକୁ ଭିତ୍ତି କରି ଏକ ମାମଲା ରୁଜୁ କରିଛି ବୋଲି ଅଧିକାରୀମାନେ କହିଛନ୍ତି।
ଅଭିଯୋଗ ଅନୁଯାୟୀ, ସ୍ବାମୀ, ନଣନ୍ଦ, ଶାଶୁ ଏବଂ ଶ୍ୱଶୁର ତାଙ୍କୁ ପ୍ରାୟ ଦୁଇ ଘଣ୍ଟା ଧରି ଏପରି ଅତ୍ୟାଚାର କରିଥିଲେ। ତାଙ୍କୁ ଉଲଗ୍ନ କରି ପିଟିବା ସହ ଶାଶୁ ତାଙ୍କ ପ୍ରାଇଭେଟ୍‌ ପାର୍ଟରେ ଲୁହା ରଡ୍‌ରେ ଚେଙ୍କ ଦେଇ ଲଙ୍କାଗୁଣ୍ଡ ଲଗାଇ ଦେଇଥିଲେ। ଏହି ଘଟଣା ଡିସେମ୍ବର ୧୩ରେ ଘଟିଥିଲା। ଯାହା ଏବେ ସାମ୍ନାକୁ ଆସିଛି। ଘଟଣା ପରଦିନ ସ୍ବାମୀ ଏବଂ ଶ୍ୱଶୁର ପୀଡ଼ିତାଙ୍କୁ ବାଇକ୍‌ରେ ନେଇ ଥାନା ନିକଟରେ ଛାଡ଼ି ଦେଇଥିବା ଜଣାଯାଇଛି।

ମହିଳା ଜଣକ ତାଙ୍କ ବାପଘରେ ପହଞ୍ଚି ଘଟଣା ସମ୍ପର୍କରେ କହିବା ସହ ପୋଲିସ ନିକଟରେ ଅଭିଯୋଗ କରିଥିଲେ।

ଅଭିଯୋଗ ଅନୁଯାୟୀ, ରୋହିତ ରୁହେଲା ନାମକ ଜଣେ ଯୁବକ ମହିଳାଙ୍କ ଘରକୁ କୌଣସି ସାମଗ୍ରୀ ମାଗିବାକୁ ଆସିଥିଲେ। ଯେତେବେଳେ ପୀଡ଼ିତା ତାଙ୍କୁ ଫାଟକ ନିକଟରେ ଅପେକ୍ଷା କରିବାକୁ କହିଥିଲେ। ସେତେବେଳେ ସେ କବାଟ ବନ୍ଦ କରି ତାଙ୍କ କୋଠରିରେ ପ୍ରବେଶ କରି ତାଙ୍କୁ ଅସଦାଚରଣ କରିବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ତାଙ୍କ ନଣନ୍ଦ କୋଠରି ଭିତରକୁ ପ୍ରବେଶ କରିବାରୁ ଯୁବକ ଜଣକ ପଳାଇ ଯାଇଥିଲେ।

ପୀଡ଼ିତା କହିଛନ୍ତି ଏହି କଥାକୁ ନେଇ ଶାଶୁ, ନଣନ୍ଦ, ସ୍ବାମୀ ଏବଂ ଶ୍ୱଶୁର ମୋତେ ଦାୟୀ କରି ନିର୍ଯାତନା ଦେଇଛନ୍ତି। ସେ ଚେତାଶୂନ୍ୟ ହୋଇପଡ଼ିଥିଲେ ବୋଲି ପୀଡ଼ିତା ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି।
ଘଟଣାର ପରଦିନ ମଧ୍ୟ ଶାଶୁଘର ଲୋକେ ତାଙ୍କୁ ପ୍ରବଳ ମାଡ଼ ମାରିଥିଲେ। ଏହା ଦେଖି ଜଣେ ସ୍ଥାନୀୟ ବ୍ୟକ୍ତି ତାଙ୍କ ମାତାପିତାଙ୍କୁ ଜଣାଇଥିଲେ।
ପୋଲିସ ଏନେଇ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୬ା୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଆଇଏଏସ୍‌ ଅଧିକାରୀ ସ୍ତରରେ ମଙ୍ଗଳବାର ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱରେ…

ଆଳୁ ମିଶନ: ଟଙ୍କାଟିଏ ବି ଖର୍ଚ୍ଚ ହୋଇନି

ଭୁବନେଶ୍ୱର,୨୬।୮ (ରବିନାରାୟଣ ଜେନା): ରାଜ୍ୟରେ କୃଷକମାନଙ୍କୁ ସ୍ବାବଲମ୍ବୀ କରିବା ସହିତ ଆଳୁ ଚାହିଦା ମେଣ୍ଟାଇବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୪-୧୫ରେ ‘ଆଳୁ ମିଶନ’ ଆରମ୍ଭ ହୋଇଥିଲା।…

ପୋର୍ଟାଲ ପୁଣି ଖୋଲିବା ପାଇଁ ନିର୍ଦ୍ଦେଶ ଦେବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୮: ଅନ୍‌-ସ୍କ୍ରିନ୍‌ ମାର୍କିଂ (ଓଏସ୍‌ଏମ୍‌) ବ୍ୟବସ୍ଥା ବିରୋଧରେ ଅଭିଯୋଗ କରିଥିବା ଛାତ୍ରୀଛାତ୍ରଙ୍କ ଦ୍ୱାଦଶ ଶ୍ରେଣୀ ଉତ୍ତରଖାତାର ପୁନଃ ମୂଲ୍ୟାୟନ ପାଇଁ ସିବିଏସ୍‌ଇ ପୋର୍ଟାଲ ପୁଣିଥରେ ଖୋଲିବା ନିମନ୍ତେ…

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୨୬।୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିପାରନ୍ତି ଶି ଜିନ୍‌ପିଙ୍ଗ୍‌

ନୂଆଦିଲ୍ଲୀ,୨୬।୮: ନୂଆଦିଲ୍ଲୀରେ ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଏକ ବଡ଼ ପ୍ରତିନିଧିମଣ୍ଡଳୀ ସହ ଭାରତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri