୨ ମାସ ତଳେ ହାତୀ ଭାଙ୍ଗିଥିଲା କାନ୍ଥ, ବର୍ଷା ସାଧିଲା  ଦାଉ, ଚାଲିଗଲା ଅଢ଼େଇ ବର୍ଷର ପୁଅ ଜୀବନ  

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): କାନ୍ଥ ପଡ଼ି ଚାଲିଗଲା ଅଢେଇ ବର୍ଷର ଶିଶୁ ପୁତ୍ରର ଜୀବନ।  ବାପାମା’ଙ୍କ ଅବସ୍ଥା ମଧ୍ୟ ଗୁରୁତର ରହିଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ବାଇବାଲି ତୋଟା ସାହିରେ।  ଶନିବାର ରାତିରେ କାନ୍ଥ ପଡ଼ି ଏକ ୨ ବର୍ଷର ଶିଶପୁତ୍ର ମୃତ୍ୟୁବରଣ କରିଛନ୍ତି। ଏଥିସହ ତାଙ୍କ ବାପା ମା’ ଗୁରୁତର ହୋଇଛନ୍ତି। ମୃତ ଶିଶୁ ପୁତ୍ର ହେଲେ ଋ଼ଷି ପ୍ରଧାନ (୨) । ଏଥିରେ ଋଷିଙ୍କ ବାପା ବସନ୍ତ ଏବଂ ମା’ ଆହତ ହୋଇଛନ୍ତି। ଉଭୟ ଭଞ୍ଜନଗର ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି। ଖବର ପାଇ ଭଞ୍ଜନଗର ପୋଲିସ, ରାଜସ୍ବ ଏବଂ ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛନ୍ତି। ଏହିଭଳି ଘଟଣାକୁ ନେଇ ସଂମ୍ପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ଘଟଣାରୁ ପ୍ରକାଶ ଯେ, ଦୁଇମାସ ପୂର୍ବେ ବସନ୍ତଙ୍କ ଘରକୁ ହାତୀପଲ ଆସି ଭାଙ୍ଗିଦେଇଥିଲେ । ଏନେଇ ବସନ୍ତ ବନ ବିଭାଗକୁ ଘଟଣା ସମ୍ପର୍କରେ ଅବଗତ କରାଇଥିଲେ। କିନ୍ତୁ ବନ ବିଭାଗ ପକ୍ଷରୁ ବସନ୍ତଙ୍କୁ କୌଣସି ସହାୟତା ପାଇଁ ପଦକ୍ଷେପ ନେଇ ନ ଥିଲେ। ବସନ୍ତ ଗରିବ ଶ୍ରେଣୀର ହୋଇଥିବା ଯୋଗୁ ଘରକୁ ମରାମତି ନକରି ଭଙ୍ଗା ଘରେ ହିଁ ରହୁଥିଲେ। ଏହିଭଳି ପରିସ୍ଥିତିରେ ବିଗତ କିଛି ଦିନ ହେବ ସଂମ୍ପୃକ୍ତ ଅଞ୍ଚଳରେ ଝିପିଝିପି ବର୍ଷା ଯୋଗୁ କାନ୍ଥ  ଭିଜି  ଥିଲା। ଶନିବାର ରାତିରେ ଘରର ସମସ୍ତ ସଦସ୍ୟ ଶୋଇଥିବା ବେଳେ କାନ୍ଥ  ଭୁଶୁଡ଼ି ସେମାନଙ୍କ ଉପରେ ପଡିଥିଲା। ପରେ ସେମାନଙ୍କର ଚିତ୍କାର  ପଡ଼ୋଶୀ ଉଠି ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଆଣିଥିଲେ। ରବିବାର ସକାଳେ ଡାକ୍ତର ପୁଅଙ୍କୁ ମୃତ ଘୋଷଣା କରିଥିଲେ। ମା’ ବାପା ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି। ଏହି ଘଟଣାକୁ ନେଇ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଗଭୀର ଶୋକ ପ୍ରକାଶ କରିବା ସହ ଆହତ ମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ମେଡିକାଲ କତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଏ ନେଇ ଆବଶ୍ୟକ ପଦକ୍ଷେପ ନେବାକୁ ରାଜସ୍ବ ଏବଂ ବନ ବିଭାଗ ଅଧିକାରୀଙ୍କୁ ବିଧାୟକ ନିର୍ଦ୍ଦେଶ ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?