Posted inଜାତୀୟ

ଲକ୍‌ଡାଉନ୍‌ରେ ଭାରତୀୟ ଧନକୁବେର ହୋଇଛନ୍ତି ଅଧିକ ଧନୀ

ନୂଆଦିଲ୍ଲୀ, ୨୫।୧: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହି ସମୟରେ ସାଧାରଣ ଲୋକଙ୍କ ପାଇଁ ବହୁ ସମସ୍ୟା ସୃଷ୍ଟି ହୋଇଥିଲା। ଗରିବଙ୍କ ପାଖରେ ଟଙ୍କାର ଅଭାବ ସହିତ ଖାଇବାକୁ ଖାଦ୍ୟ ନ ଥିଲା। ବହୁ ଲୋକ ନିଯୁକ୍ତି ହରାଇ ବେକାର ହୋଇ ପଡ଼ିଥିଲେ। କରୋନା ଭୟ ତୁଳନାରେ ପେଟର ଭୋକ ଲୋକଙ୍କୁ ବେଶି ବାଧିଥିଲା। ତେବେ ଏହି ସମୟରେ ଦେଶର ଧନକୁବେର ଅଧିକ ଧନୀ ହୋଇଛନ୍ତି। ଏସମ୍ପର୍କିତ ଏକ ରିପୋର୍ଟ ସର୍ଭେ ସଂସ୍ଥା ଅକ୍ସଫାମ୍‌ ପକ୍ଷରୁ ସ୍ବିଜରଲାଣ୍ଡର ଡାଭୋସ୍‌ଠାରେ ଓ୍ବାଲର୍‌ଡ ଇକୋନୋମିକ୍‌ ଫୋରମ୍‌ରେ ସୋମବାର ଉପସ୍ଥାପନ କରାଯାଇଛି। ଦେଶର ଧନ କୁବେର ଲକ୍‌ଡାଉନ୍‌ ସମୟରେ ୩୫ ପ୍ରତିଶତ ଅଧିକ ଧନୀ ପାଲଟିଛନ୍ତି। ସେମାନଙ୍କର ଚଳ-ଅଚଳ ସମ୍ପତ୍ତି ବୃଦ୍ଧି ହୋଇଛି। ଅପରପକ୍ଷରେ ୮୪ ପ୍ରତିଶତ ପରିବାର ମୁଖ୍ୟ ବେରୋଜଗାର ହୋଇପଡ଼ିଥିଲେ। ୨୦୨୦ ଏପ୍ରିଲ୍‌ରେ ପ୍ରତି ଘଣ୍ଟାରେ ଲକ୍ଷେ ୭୦ ହଜାର ଲୋକ ଚାକିରି ହରାଇଥିବା ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି। କିନ୍ତୁ ଧନକୁବେରଙ୍କ ଅଧିକ ଧନୀ ହେବାରେ ଲାଗିଥିଲେ। ଧନକୁବେରଙ୍କ ବୃଦ୍ଧି ହୋଇଥିବା ସମ୍ପତ୍ତିକୁ ବଣ୍ଟାଗଲେ ୧୩ କୋଟି ୮୦ ଲକ୍ଷ ଗରିବଙ୍କୁ ୯୪ ହଜାର ୪୫ ଟଙ୍କା ଲେଖାଏଁ ଚେକ୍‌ ପ୍ରଦାନ କରାଯାଇ ପାରିଥାନ୍ତା ବୋଲି ଏଥିରେ ଦର୍ଶାଯାଇଛି। ପୃଥିବୀର ଧନକୁବେରଙ୍କ ସମ୍ପତ୍ତି ୨୮୫ ଲକ୍ଷ କୋଟି ଟଙ୍କା( ୩.୯ ଟ୍ରିଲିୟନ୍‌ ଡଲାର) ବଢ଼ିଥିବାବେଳେ ଭାରତର ୧୦୦ ଜଣ ଶ୍ରେଷ୍ଠ କୁବେରଙ୍କ ସମ୍ପତ୍ତି ୧୨ ଲକ୍ଷ ୯୮ ହଜାର କୋଟି ଟଙ୍କା ବୃ୍‌ଦ୍ଧି ପାଇଥିବା ରିପୋର୍ଟରେ ପ୍ରକାଶ ପାଇଛି। ଲକ୍‌ଡାଉନ୍‌ ସମୟରେ ଭାରତରେ ୯ କୋଟି ୨୦ ଲକ୍ଷରୁ ଅଧିକ ଲୋକ ଚାକିରି ହରାଇଥିବା ଏଥିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ କେମିତି ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?