Posted inଜାତୀୟ

‘ମନ୍‌ କି ବାତ୍‌’ରେ ମୋଟୁ-ପତ୍‌ଲୁ, ଛୋଟା ଭୀମ୍‌ କଥା କହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୭ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମର ୧୧୫ତମ ପର୍ଯ୍ୟାୟରେ ତାଙ୍କ ଜୀବନର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତଗୁଡ଼ିକୁ ମନେ ପକାଇଛନ୍ତି। ମୋଦି କହିଛନ୍ତି, ସେ ସ୍ବତନ୍ତ୍ର ବିର୍ସାମୁଣ୍ଡାଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବାର ସୁଯୋଗ ପାଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଦୁଇ ମହାନ ବ୍ୟକ୍ତିଙ୍କ ୧୫୦ ତମ ଜନ୍ମ ବାର୍ଷିକୀ ଆସୁଛି।

ମେଡ୍‌ ଇନ୍‌ ଇଣ୍ଡିଆ ବିଷୟରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଆନିମେଶନ ଜଗତରେ ଭାରତ ଏକ ନୂତନ ବିପ୍ଳବ ଆଣିଛି। ଆନିମେଟେଡ୍‌ ସିରିଏଲ ବିଷୟରେ ଉଲ୍ଲେଖ କରି ମୋଦି କହିଛନ୍ତି, ‘ଦେଶରେ ସୃଜନଶୀଳତାର ଲହରି ଚାଲିଛି। ଯେତେବେଳେ ଛୋଟା ଭୀମ୍‌ ଟିଭିରେ ଆସୁଥିଲେ, ପିଲାମାନେ ଏତେ ଖୁସି ଥିଲେ। ଆମର ଅନ୍ୟ ଆନିମେଟେଡ୍‌ ସିରିଏଲ ମୋଟୁ-ପତ୍‌ଲୁ, ହନୁମାନ ଲୋକପ୍ରିୟ ଧାରାବାହିକ। ସମଗ୍ର ବିଶ୍ୱରେ ଭାରତର ଆନିମେଶନ ଲୋକପ୍ରିୟ ଅଟେ।

ସେ କହିଛନ୍ତି, ‘ଆଜି ଆନିମେଶନ ସେକ୍ଟର ଏକ ଇଣ୍ଡଷ୍ଟ୍ରିର ରୂପ ନେଇଛି ଯାହା ଅନ୍ୟ ଶିଳ୍ପକୁ ଶକ୍ତି ପ୍ରଦାନ କରୁଛି, ଯେପରି ଭିଆର୍‌ ପର୍ଯ୍ୟଟନ ଆଜିକାଲି ବହୁତ ପ୍ରସିଦ୍ଧ ହେଉଛି। ଆପଣ ଭର୍ଚୁଆଲ ଟୁର୍‌ ମାଧ୍ୟମରେ ଅଜନ୍ତା ଗୁମ୍ଫା ପରିଦର୍ଶନ କରିପାରିବେ। ଆପଣ ଏଥିରେ କୋଣାର୍କ ମନ୍ଦିରର କରିଡର କିମ୍ବା ବାରାଣସୀ ଘାଟ ବୁଲିବେ।

ପ୍ରଧାନମନ୍ତ୍ରୀ କହିଛନ୍ତି, ‘ବର୍ତ୍ତମାନ ଆତ୍ମନିର୍ଭରଶୀଳ ଭାରତ ଅଭିଯାନ ଏକ ଜନ ଅଭିଯାନରେ ପରିଣତ ହେଉଛି ଏବଂ ଆମେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରୁଛୁ। ଉଦାହରଣ ସ୍ବରୂପ, ଏହି ମାସରେ ଆମେ ଲଦାଖର ହାନଲେରେ ଏସିଆର ସର୍ବବୃହତ ଇମେଜିଙ୍ଗ ଟେଲିସ୍କୋପ ଏମ୍‌ଏସିଇର ଉଦ୍‌ଘାଟନ କରିଛୁ। ଏହାର ଉଚ୍ଚତା ୪୩୦୦ ମିଟର।

ଏଥିସହିତ ପ୍ରଧାନମନ୍ତ୍ରୀ ସାଇବର ଠକେଇକୁ ନେଇ ସଚେତନ କରାଇଛନ୍ତି। ଏହି ସଚେତନତା ପାଇଁ ୩ ସୂତ୍ର ଆପଣାଇବାକୁ ମୋଦି ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ‘ଫ୍ରଡ୍‌ କଲ୍‌ ଆସିଲେ ଧୈର୍ଯ୍ୟ ଧରିବା ସହ ଭାବନ୍ତୁ ଏବଂ ପଦକ୍ଷେପ ନିଅନ୍ତୁ। କୌଣସି ଏଜେନ୍ସି ଫୋନ୍‌ କରି ପଚରାଉଚରା କରେନାହିଁ। ଫ୍ରଡ୍‌ କଲ୍‌ ଆସିଲେ ୧୯୩୦କୁ କଲ୍‌ କରି ଜଣାନ୍ତୁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?