ମୋ ବସ୍‌ରେ ଯାତ୍ରୀଙ୍କୁ ନକଲି ଟିକେଟ ଦେଇ ଟଙ୍କା ଆତ୍ମସାତ, କଣ୍ଡକ୍ଟର ଗିରଫ

ଭୁବନେଶ୍ୱର,୯।୧୦ (ସୂର୍ଯ୍ୟକାନ୍ତ ବେହେରା) : ମୋ ବସ୍‌ରେ ଯାତ୍ରୀମାନଙ୍କୁ ନକଲି ଟିକେଟ ଦେଇ ଟଙ୍କା ହଡପ କରିବା ଅଭିଯୋଗରେ ଇନ୍‌ଫୋସିଟି ଥାନା ପୋଲିସ ଜଣେ କଣ୍ଡକ୍ଟରଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେ ହେଲେ ନାରାୟଣ ଜେନା (୨୪)। ନାରାୟଣ ପୁରୀ-ଭୁବନେଶ୍ବର ମଧ୍ୟରେ ଚଳାଚଳ କରୁଥିବା ଏକ ମୋ ବସ୍‌ରେ ଗାଇଡ୍‌ ବା କଣ୍ଡକ୍ଟର ଭାବେ କାର୍ଯ୍ୟକରୁଥିଲେ। ସେ ଦିଆଯାଇଥିବା ମେଶିନରୁ ଯାତ୍ରୀମାନଙ୍କୁ ଟିକେଟ ନ ଦେଇ ନକଲି ଟିକେଟ ଦେଉଥିଲେ। ଉକ୍ତ ଅର୍ଥକୁ ସେ ମୋ’ବସ ପରିଚାଳନା ଦାୟିତ୍ୱ ନେଇଥିବା ସଂସ୍ଥା କ୍ରୁଟ୍‌କୁ ନ ଦେଇ ନିଜ ପକେଟରେ ପୂରାଉଥିଲେ। ଏନେଇ ସୂଚନା ପାଇବା ପରେ ଉକ୍ତ ସଂସ୍ଥାର ଏକ ଯାଞ୍ଚକାରୀ ଦଳର ସଦସ୍ୟମାନେ ଗତ ୪ ତାରିଖରେ ଯାତ୍ରୀ ବେଶରେ ଉକ୍ତ ବସ୍‌ରେ ଯାତ୍ରା କରିଥିଲେ। ଅଭିଯୁକ୍ତ ନାରାୟଣ ସେମାନଙ୍କୁ ନକଲି ଟିକେଟ ଦେଇଥିଲେ। ଉକ୍ତ ଟିକେଟକୁ ଯାଞ୍ଚ କରାଯିବା ପରେ ତାହା ନକଲି ବୋଲି ସ୍ପଷ୍ଟ ହୋଇଥିଲା। ନିରଞ୍ଜନ ଏପରି ନକଲି ଟିକେଟ ଦେଇ ଏ ବାବଦ ଅର୍ଥକୁ ନିଜେ ଆତ୍ମସାତ୍‌ କରିଥିବା ଜଣାପଡିବା ପରେ ପଟିଆସ୍ଥିତ ବସ୍‌ ଅପରେଟ ମ୍ୟାନେଜର ଏମ.ଜୟନ୍ତ କୁମାର ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri