ଶ୍ରୀଜଗନ୍ନାଥ, ସାହିଯାତକୁ ନେଇ ରାପ୍‌ ଭିଡିଓ ‘ପୁରୀ ଟୋକା’

ପୁରୀ ଅଫିସ, ୨୯ା୧: ଆଧୁନିକ ରାପ୍‌ ସଙ୍ଗୀତରେ ଶ୍ରୀଜଗନ୍ନାଥ ସଂସ୍କୃତିର ଛାପ ଦେଖିବାକୁ ମିଳିଛି। ଏଭଳି ଆକର୍ଷଣୀୟ ରାପ୍‌ ସଙ୍ଗୀତ ଗାଇ ଚର୍ଚ୍ଚାକୁ ଆସିଛନ୍ତି ରାପର ‘ବିଗ୍‌ଡିଲ୍‌’ ଭାବେ ପରିଚିତ ପୁରୀର ସମୀର ରିଷୁ ମହାନ୍ତି। ପୂର୍ବରୁ ସେ ଏକାଧିକ ରାପ୍‌ ଗାଇ ଚର୍ଚ୍ଚାକୁ ଆସିଥିବାବେଳେ ତାଙ୍କର ‘ଖୁସି ତ’ ରାପ୍‌ ସୋସିଆଲ ମିଡିଆରେ ବେଶ୍‌ ପ୍ରଶଂସା ସାଉଣ୍ଟିଥିଲା। ସମୀର ଜାତୀୟତାବାଦ୍‌କୁ ନେଇ ରାପ୍‌ ପ୍ରସ୍ତୁତ କରି ସମସ୍ତଙ୍କ ମନ ଜିଣିପାରିଥିଲେ। ସମ୍ପ୍ରତି ସେ ମହାପ୍ରଭୁ ଶ୍ରୀଜଗନ୍ନାଥ, ସାହିଯାତ, ମାଲଖମ୍ବ, ନାଗାନାଚ, ଗୋଟିପୁଅ, ଓଡ଼ିଶୀ ନୃତ୍ୟ, ବେଳାଭୂମି ସମେତ ପୁରୀ କଳା ସଂସ୍କୃତି ଆଦିର ମିଶ୍ରଣରେ ରାପ୍‌ ଭିଡିଓ ‘ପୁରୀ ଟୋକା’ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ବଡ଼ଦାଣ୍ଡରେ ଏହି ଭିଡିଓ ୟୁଟ୍ୟୁବ୍‌ରେ ଲୋକାର୍ପିତ ହୋଇଛି। ଲୋକାର୍ପଣ ଉତ୍ସବରେ ସମୀରଙ୍କ ସମେତ ଜାତୀୟ ଚଳଚ୍ଚିତ୍ର ପୁରସ୍କାରପ୍ରାପ୍ତ ନିର୍ଦ୍ଦେଶକ ଆଶୁତୋଷ ପଟ୍ଟନାୟକ ଉପସ୍ଥିତ ଥିଲେ। ଉକ୍ତ ଭିଡିଓ ଯୁବବର୍ଗଙ୍କ ସମେତ ସବୁବର୍ଗର ଦର୍ଶକଙ୍କ ମନ ଛୁଇଁବ ବୋଲି ସମୀର ଆଶା ପ୍ରକାଶ କରିଛନ୍ତି। ସେହିପରି ଆଶୁତୋଷ କହିଛନ୍ତି, ପୁରୀ ହେଉଛି କଳା ଓ ସଂସ୍କୃତିର ଗନ୍ତାଘର। ଉପଯୁକ୍ତ ପ୍ରୋତ୍ସାହନ ମିଳିଲେ ଏଠାରୁ ଅନେକ କଳାକାର ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରରେ ପ୍ରତିଷ୍ଠା ଅର୍ଜନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫:ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା ହୁତୁହୁତୁ ହୋଇ…

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri