Posted inଜାତୀୟ

ମୁଖତାରଙ୍କ ପୁଅ ଅବ୍ୱାସ ଅଂସାରୀଙ୍କୁ ୯ ଘଣ୍ଟା ପଚରା ଉଚରା ପରେ ଗିରଫ କଲା ଇଡି

ଲକ୍ଷ୍ନୌ, ୫।୧୧: ମାଫିଆ ମୁଖତାର ଅଂସାରୀଙ୍କ ବିଧାୟକ ପୁଅ ଅବ୍ୱାସ ଅଂସାରୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶୁକ୍ରବାର ବିଳମ୍ବିତ ରାତିରେ ଗିରଫ କରିଛି । ଇଡି ତା’ର ପ୍ରୟାଗରାଜ ଅଫିସରେ ଅବ୍ୱାସଙ୍କୁ ପ୍ରାୟ ୯ ଘଣ୍ଟାଧରି ପଚରା ଉଚରା କରିଥିଲା । ମୁଖତାର ଅଂସାରୀଙ୍କ ନାମରେ ଦାଖଲ କରାଯାଇଥିବା ମନି ଲଣ୍ଡରିଂ ମାମଲରେ ଇଡି ତାଙ୍କ ବୟାନ ରେକର୍ଡ କରିବାକୁ ଡାକିଥିଲା । ମୁଖତାର ଭାଇ ଅଫଜାଲ ଅଂସାରୀଙ୍କ ବୟାନ ରେକର୍ଡ କରିବା ପରେ ଅବ୍ୱାସ ଅଂସାରୀଙ୍କ ସହ ଦ୍ୱିତୀୟ ରାଉଣ୍ଡ ପଚରାଉଚରା ଆରମ୍ଭ କରାଯାଇଛି । ଆଉ ଏହାପରେ ତାଙ୍କୁ ଗିରଫ କରାଯାଇଛି ।
ସୂଚନାଯେରାଗ୍ୟ, ୨୦୨୧ରେ ମୁଖତାର ଅଂସାରୀଙ୍କ ବିରୋଧରେ ମନି ଲଣ୍ଡରିଂ ମାମଲା ଦାୟର କରାଯାଇଥିଲା । ଏହାପରେ ଇଡି ମୁଖତାରଙ୍କ ଭାଇ ଓ ବିଏସପି ନେତା ତଥା ଏମପି ଅଫଜାଲ ଅଂସାରୀଙ୍କୁ ଚଳିତ ବର୍ଷ ମେ ୯, ପୁଣି ମୁଖତାରଙ୍କ ବଡ ଭାଇ ସିବଗତୁଲ୍ଲାହ ଅଂସାରୀ ଓ ବିଧାୟକ ପୁତୁରା ଶୋଏବ ଅଂସାରୀଙ୍କୁ ୧୦ ମେ ଓ ଅବ୍ୱାସ ଅଂସାରୀ ଓ ସାନ ପୁଅ ଉମର ଅଂସାରୀଙ୍କୁ ୨ମେ’ରେ ପଚରାଉଚରା କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri