ଅଣଭାଜପା ଶାସିତ ରାଜ୍ୟରେ କମିନି ତୈଳ ଟିକସ

ଭୁବନେଶ୍ୱର,୭।୧୧: ଚଳିତ ବର୍ଷ ଜୁଲାଇ ପରେ ପ୍ରଥମଥର ପାଇଁ ୧୫ଟି ରାଜ୍ୟ ଓ ୩ କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ତଳକୁ ଖସିଛି। ଏହି ୧୫ଟି ରାଜ୍ୟ ଭାଜପା କିମ୍ବା ତା’ର ସହଯୋଗୀ ଦଳ ସମ୍ପୃକ୍ତ ରାଜ୍ୟଗୁଡ଼ିକରେ ସରକାର ଗଢ଼ିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଲାଗୁଥିବା ଉତ୍ପାଦ ଶୁଳ୍କକୁ ନିକଟରେ ହ୍ରାସ କରିବା ପରେ ଏକାଧିକ ରାଜ୍ୟ ସରକାର ମଧ୍ୟ ଭାଟ୍‌ ହ୍ରାସ କରିଛନ୍ତି। ଏଭଳି ପରିସ୍ଥିତରେ ଓଡ଼ିଶାକୁ ଛାଡ଼ିଦେଲେ ଅନ୍ୟ କୌଣସି ଅଣ ଭାଜପା ଶାସିତ ରାଜ୍ୟର ସରକାରମାନେ ଏ ପର୍ଯ୍ୟନ୍ତ ତୈଳ ଦର ଉପରୁ ଟିକସ ହ୍ରାସ କରିନାହାନ୍ତି । ଏହାକୁ ନେଇ ରାଜନୀତି ଜୋର ଧରିଥିବା ବେଳେ ସେହିସବୁ ରାଜ୍ୟର ଖାଉଟି ମଧ୍ୟ ସରକାରଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ବୁଧବାର କେନ୍ଦ୍ର ସରକାର ପେଟ୍ରୋଲ ଉପରରୁ ୫ ଟଙ୍କା ଓ ଡିଜେଲ ୧୦ ଟଙ୍କା ଟିକସ ହ୍ରାସ କରିବା ନେଇ ନିଷ୍ପତ୍ତି ନେବା ପରେ ସଙ୍ଗେ ସଙ୍ଗେ ବହୁ ରାଜ୍ୟର ସରକାର ମଧ୍ୟ ଭାଟ୍‌ ହ୍ରାସ କରିଥିଲେ। ବର୍ତ୍ତମାନ ସୁଦ୍ଧା ମୋଟ ୨୩ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ସରକାରଙ୍କ ପକ୍ଷରୁ ରାଜ୍ୟ ଟିକସ ହ୍ରାସ କରାଯାଇଛି। ଉଭୟ ସରକାରଙ୍କ ପକ୍ଷରୁ ଟିକସ ହ୍ରାସ ସତ୍ତ୍ୱେ ମଧ୍ୟ କର୍ନାଟକ, ବିହାର ଓ ମଧ୍ୟପ୍ରଦେଶ ଭଳି ରାଜ୍ୟରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ଉପରେ ରହିଛି। ସେହିଭଳି କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖରେ ମଧ୍ୟ ପେଟ୍ରୋଲ ୧୦୦ ଟଙ୍କାରୁ ଊର୍ଦ୍ଧ୍ୱ ଦରରେ ବିକ୍ରି ହେଉଛି।
କେନ୍ଦ୍ର ସରକାରଙ୍କ ନିବେଦନକୁ ସମ୍ମାନ ଜଣାଇ ବର୍ତ୍ତମାନ ସୁଦ୍ଧା ୧୬ଟି ରାଜ୍ୟ ଓ ୭ଟି କେନ୍ଦ୍ର ଶାସିତ ଅଞ୍ଚଳର ସରକାରଙ୍କ ପକ୍ଷରୁ ଭାଟ୍‌ ହ୍ରାସ କରାଯାଇଛି। ହେଲେ ଆଜି ପର୍ଯ୍ୟନ୍ତ ଅନ୍ୟ ୧୨ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ରାଜ୍ୟ ସରକାରଙ୍କ ପକ୍ଷରୁ ସେଭଳି କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନାହିଁ।
ପ୍ରମୁଖ ତୈଳ କମ୍ପାନୀ ଭାରତୀୟ ତୈଳ ନିଗମ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଶନିବାର ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କାରୁ କମ୍‌ ବିକ୍ରି ହେଉଥିବା ସ୍ଥାନଗୁଡ଼ିକ ମଧ୍ୟରେ ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ଗୁଜରାଟ, ହରିୟାଣା, ଆସାମ, ଚଣ୍ଡିଗଡ଼, ଗୋଆ, ହିମାଚଳ ପ୍ରଦେଶ, ଜମ୍ମୁ-କଶ୍ମୀର, ସିକ୍କିମ, ଅରୁଣାଚଳ ପ୍ରଦେଶ, ମିଜୋରାମ, ନାଗାଲାଣ୍ଡ, ତ୍ରିପୁରା ଓ ପୁଡୁଚେରୀ ଭଳି ପ୍ରମୁଖ ରାଜ୍ୟ ରହିଛି। ସେହିପରି ପେଟ୍ରୋଲ ଓ ଡିଜେଲ ଉପରେ ଭାଟ୍‌ କମ୍‌ କରି ନ ଥିବା ରାଜ୍ୟଗୁଡ଼ିକ ମଧ୍ୟରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ତେଲଙ୍ଗାନା, କେରଳ, ଆନ୍ଧ୍ରପ୍ରଦେଶ, ମେଘାଳୟ, ଝାଡ଼ଖଣ୍ଡ, ଛତିଶଗଡ଼, ରାଜସ୍ଥାନ, ପଞ୍ଜାବ ଓ କେନ୍ଦ୍ର ଶାସିତ ଅଞ୍ଚଳ ଆଣ୍ଡାମାନ-ନିକୋବର ଆଦି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri