ଉତ୍ତର କୋରିଆରେ ହାହାକାର, ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ସାଢ଼େ ୮ ଲକ୍ଷରୁ ଅଧିକ ସଂକ୍ରମିତ…

ପୋଙ୍ଗୟାଙ୍ଗ, ୧୫।୫ : ଉତ୍ତର କୋରିଆ ଏପରି ଏକ ଦେଶ ଯେଉଁଠାରେ ଏକଛତ୍ରବାନଦୀ ଶାସକ କିମ ଜୋଙ୍ଗ ଉନଙ୍କ ଅନୁମତି ବିନା ଗଛର ପତ୍ର ମଧ୍ୟ ପ୍ରବେଶ କରି ପାରେନା। ଯେତେବେଳେ ସମଗ୍ର ବିଶ୍ୱ କରୋନା ମହାମାରୀ ଦ୍ୱାରା ସଙ୍କଟରେ ପଡିଥିଲା, ସେତେବେଳେ ଉତ୍ତର କୋରିଆ ଦାବି କରିଥିଲା ଯେ ସେଠାରେ କରୋନାର କୌଣସି ମାମଲା ନାହିଁ । ତେଣୁ ଉତ୍ତର କୋରିଆର କରୋନା ଟିକା ଦରକାର ନାହିଁ । କିନ୍ତୁ ବର୍ତ୍ତମାନ ଉତ୍ତର କୋରିଆରେ ଏକ ରହସ୍ୟମୟ ଜ୍ୱର ସଂକ୍ରମଣ ହେଉଛି।

ଏହା ଶୀଘ୍ର ବ୍ୟାପିବାରେ ଲାଗିଛି। ଯଦିଓ ଏହାକୁ କରୋନା ମହମାରୀ ବୋଲି ଅନୁମାନ କରାଯାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣଙ୍କ ମୃତ୍ୟୁ ପରେ, ଏହି ରହସ୍ୟମୟ ଜ୍ୱର ଯୋଗୁ ମୃତକଙ୍କ ସଂଖ୍ୟା ୪୨କୁ ବୃଦ୍ଧି ପାଇଛି। ଉତ୍ତର କୋରିଆର ପରିସ୍ଥିତି ଉପରେ ନଜର ରଖୁଥିବା ଏକ ଏଜେନ୍ସି ଅନୁଯାୟୀ, ଏହି ରହସ୍ୟମୟ ଜ୍ୱର ଯୋଗୁଁ ଫ୍ଲୁ ଭଳି ଲକ୍ଷଣ ଦେଖାଯାଉଛି। ଏହା ବ୍ୟତୀତ ଏହି ରହସ୍ୟମୟ ଜ୍ୱର ଅତି ଦ୍ରୁତ ଗତିରେ ବ୍ୟାପୁଛି ଏବଂ ଏପର୍ଯ୍ୟନ୍ତ ପ୍ରାୟ ସାଢ଼େ ୮ଲକ୍ଷରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ ହୋଇସାରିଲେଣି।

ଦୁଇ ବର୍ଷରୁ ଅଧିକ ସମୟ ଧରି କରୋନା ଠାରୁ ଦୂରେଇ ରହିଥିବା ଉତ୍ତର କୋରିଆ ଗୁରୁବାର ଦେଶରେ କୋଭିଡ ସଂକ୍ରମିତ ଲୋକଙ୍କୁ ଚିହ୍ନଟ କରାଯାଇଥିବା ସମ୍ପର୍କରେ ଘୋଷଣା କରିଥିଲା। କୋରିଆ ସେଣ୍ଟ୍ରାଲ ନ୍ୟୁଜ ଏଜେନ୍ସି କହିଛି ଯେ ଫ୍ଲୁ ଲକ୍ଷଣ ଥିବା ପ୍ରାୟ ତିନି ଲକ୍ଷ ନୂତନ ରୋଗୀ ଦେଶରେ ଦେଖାଦେଇଛନ୍ତି ଏବଂ ରୋଗୀଙ୍କ ସଂଖ୍ୟା ସାଢ଼େ ୮ ଲକ୍ଷରୁ ଅଧିକକୁ ବୃଦ୍ଧି ପାଇଛି।

ଉତ୍ତର କୋରିଆରେ ଦେଶବ୍ୟାପୀ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏହା ଦେଶର ଦୁର୍ବଳ ଅର୍ଥନୀତି ଉପରେ ଅଧିକ ଚାପ ପକାଇପାରେ ବୋଲି ଅନୁମାନ କରାଯାଉଛି। ଏଥି ସହ ଉତ୍ତର କୋରିଆ ନେତା କିମ ଜୋଙ୍ଗ ଉନ ଶନିବାର ଶାସକ ଦଳର ପଲିଟିବୁରୋ ବୈଠକରେ ସ୍ବାଇନ ଫ୍ଲୁକୁ ଏକ ପ୍ରମୁଖ ଘଟଣା ବୋଲି କହିଛନ୍ତି। ସେ କହିଛନ୍ତି ଯେ ଚାଇନା ଠାରୁ ଶିକ୍ଷା ଗ୍ରହଣ କରି ଉତ୍ତର କୋରିଆ ଏଭଳି ସଂକ୍ରମଣର ମୁକାବିଲା କରିପାରିବ।

ଯଦିଓ ରହସ୍ୟମୟ ଜ୍ୱରରେ ପୀଡିତଙ୍କ ସୁସ୍ଥ ହେବା ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ କମିବାରେ ଲାଗିଛି। ଇତିମଧ୍ୟରେ ୫ ଲକ୍ଷ ଲୋକ ସୁସ୍ଥ ହୋଇଥିବାବେଳେ ସାଢ଼େ ତିନି ଲକ୍ଷରୁ ଅଧିକ ଲୋକ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ପତ୍ନୀଙ୍କ ଆବେଦନର ଶୁଣାଣି ଶେଷ କଲେ ହାଇକୋର୍ଟ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନ ଉପରେ ଆଜି ଶୁଣାଣି ଶେଷ ହୋଇଛି ।…

ବନ୍ୟା ପରେ ତିବ୍ଦତବାସୀଙ୍କୁ ଡରାଇଲା ଭୂମିକମ୍ପ

କାଠମାଣ୍ଡୁ,୩।୯: ନେପାଳ ସୀମା ନିକଟବର୍ତ୍ତୀ ଏକ ସହରରେ ଭୟଙ୍କର ବନ୍ୟା ତାଣ୍ଡବ ରଚିବାର କିଛି ଦିନ ପରେ, ଗୁରୁବାର ତିବ୍ଦତରେ 5.0 ତୀବ୍ରତାର ଭୂମିକମ୍ପ ଆସିଥିଲା। ଜାତୀୟ…

ମନ୍ତ୍ରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ! ଝିଅ ଅଭିଯୋଗ କରିବାରୁ…

ହାଇଦ୍ରାବାଦ,୩।୯: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ମନ୍ତ୍ରୀ କୋଣ୍ଡା ସୁରେଖାଙ୍କୁ ତୁରନ୍ତ କ୍ୟାବିନେଟରୁ ବହିଷ୍କାର କରିଛନ୍ତି; ଏଥିପାଇଁ ରାଜ୍ୟପାଳଙ୍କ ନିକଟକୁ ଏକ ସୁପାରିଶ ପଠାଯାଇଥିଲା। ତେଲଙ୍ଗାନା ବନମନ୍ତ୍ରୀ…

CJPକୁ କାହିଁକି ସମର୍ଥନ କରିଥିଲେ? ସୋନମ ୱାଙ୍ଗଚୁକ୍‌ କଲେ ବଡ଼ ଖୁଲାସା, କହିଲେ ପାକିସ୍ତାନ….

ନୂଆଦିଲ୍ଲୀ,୩ା୯: CJP ଆନ୍ଦୋଳନ ସହ ନିଜର ସମ୍ପର୍କ ଏବଂ ଦଳର ବିଦେଶୀ ସମ୍ପର୍କକୁ ନେଇ ଉଠିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ସୋନମ ୱାଙ୍ଗଚୁକ୍‌। ସେ କହିଛନ୍ତି…

ଢେଙ୍କାନାଳର ପୂର୍ବତନ ଜିଲାପାଳ ଦୋଷୀ ସାବ୍ୟସ୍ତ, ବର୍ଷେ ଜେଲ୍‌ ଦଣ୍ଡ ସହ ସମ୍ପୂର୍ଣ୍ଣ ସରକାରୀ ପେନ୍‌ସନ୍‌କୁ…

ଢେଙ୍କାନାଳ,୩ା୯(ରତନ ନାୟାର): ସରକାରୀ ପଦବୀର ଅପବ୍ୟବହାର, ଅନିୟମିତତା ଓ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲାପାଳ ନିତ୍ୟାନନ୍ଦ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି।…

ଶ୍ରାଦ୍ଧକାର୍ଯ୍ୟକୁ ଯିବାବେଳେ ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ବରଗଡ଼,୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ ଅନ୍ୟ…

ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…

ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ! ୨୨ ଦିନ ଏହି ୪ ରାଶି ପାଇଁ ଖୋଲିବ ଭାଗ୍ୟର ଦ୍ୱାର

ପଞ୍ଚାଙ୍ଗ ଅନୁସାରେ, ସାହସ ଓ ପରାକ୍ରମର କାରକ ଗ୍ରହ ମଙ୍ଗଳ ୨ ସେପ୍ଟେମ୍ବର ୨୦୨୬, ବୁଧବାର ଦିନ ଆର୍ଦ୍ରା ନକ୍ଷତ୍ରରୁ ପୁନର୍ବସୁ ନକ୍ଷତ୍ରରେ ପ୍ରବେଶ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri