ନୂଆପଡ଼ାରେ କରୋନା ୩ ଦିନରେ ନେଲାଣି ୪ ଜୀବନ

ନୂଆପଡ଼ା ଅଫିସ,୧୧।୪: ନୂଆପଡ଼ା ଜିଲାରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଗତ ୩ ଦିନରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ୯ ତାରିଖରେ ଜଣେ ୨୪ ବର୍ଷୀୟ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ସେ ଗତ ୩୦ ତାରିଖରେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ବଲାଙ୍ଗୀର କୋଭିଡ୍‌ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେବାରୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ଗତ ୧ ତାରିଖରେ ଡୁମେରପାଣି ଗାଁର ଜଣେ ୪୮ ବର୍ଷିୟ ବ୍ୟକ୍ତି ଜିଲା ମୁଖ୍ୟ ଚିକିତ୍ସାଳୟରେ ପଜିଟିଭ ଚିହ୍ନଟ ହୋଇ ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିଲେ। ଅବସ୍ଥା ଗୁରୁତର ହେବାରୁ ୪ତାରିଖରେ ଜିଲା କୋଭିଡ୍‌ କେୟାର ସେଣ୍ଟରରେ ଭର୍ତ୍ତି ହୋଇଥିଲେ। ୭ରେ ବଲାଙ୍ଗୀର କୋଭିଡ୍‌ ହସ୍ପିଟାଲ ପରେ ବୁର୍ଲା ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୯ ତାରଖ ରାତିରେ ତାଙ୍କର ମୃତ୍ୟୁ ହୋଇଥିଲା। ପୂର୍ବରୁ ସେ ମଧୁମେହ ରୋଗରେ ଆକ୍ରାନ୍ତ ଥିଲେ। ସେହିପରି ସିନାପାଲି ବ୍ଲକର ବ୍ରାହ୍ମଣପଡ଼ାର ୨ଜଣ ମହିଳା ନୂଆପଡା କୋଭିଡ୍‌ କେୟାର ସେଣ୍ଟରେ ଚିକିତ୍ସା ହେଉଥିବା ବେଳେ ଶନିବାର ଉଭୟଙ୍କ ମୃତ୍ୟୁ ଘଟିଥିବା ସିଡିଏମଓ କାଳି ପ୍ରସାଦ ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri