ଓଡ଼ିଶାରେ ୨୪.୪% ସଂକ୍ରମଣ: କେନ୍ଦ୍ର

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ଦିଲ୍ଲୀ, ଆନ୍ଧ୍ର ପଦେଶ, ରାଜସ୍ଥାନ, ହରିୟାଣା, ଛତିଶଗଡ଼, ବିହାର ଭଳି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। କିନ୍ତୁ ଓଡ଼ିଶା ସମେତ ପଶ୍ଚିମବଙ୍ଗ, କର୍ନାଟକ, କେରଳ, ତାମିଲନାଡ଼ୁ, ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶ, ନାଗାଲାଣ୍ଡ, ତ୍ରିପୁରା ଭଳି ୧୫ରୁ ଊର୍ଦ୍ଧ୍ୱ ରାଜ୍ୟରେ ସଂକ୍ରମଣ ହାର ଅଧିକ ରହିବା ସହିତ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଯୁଗ୍ମ ସଚିବ ଲବ୍‌ ଅଗ୍ରୱାଲ କହିଛନ୍ତି, ଜାତୀୟ ହାରକୁ ତୁଳନା କଲେ ଦେଶରେ ସଂକ୍ରମଣ କମୁ୍‌ଥିବାବେଳେ ଓଡ଼ିଶାରେ ବଢ଼ୁଛି। ଦେଶରେ ସଂକ୍ରମଣ ହାର ୨୧% ଥିବାବେଳେ ଓଡ଼ିଶାରେ ଏହା ୨୪.୪% ରହିଛି। ବିଶେଷକରି ୨୭ଜିଲାରେ ସଂକ୍ରମଣ ହାର ୧୦ପ୍ରତିଶତରୁ ଅଧିକ ରହିଛି। କଳାହାଣ୍ଡି ଜିଲାରେ ସର୍ବାଧିକ ୪୬.୭% ରହିଛି। ସେହିପରି ସମ୍ବଲପୁରରେ ୪୬.୬%, ସୁନ୍ଦରଗଡ଼ ୩୪.୨%, ଅନୁଗୋଳ ୩୪%, ଖୋର୍ଦ୍ଧା ୩୩.୩%, କଟକରେ ୨୭.୫% ରହିଛି। ପଣ୍ଡିଚେରୀର ୟାନମ୍‌ ଜିଲାରେ ସର୍ବାଧିକ ୯୧% ରହିଛି, ଯାହାକି ଦେଶରେ ସର୍ବାଧିକ। ସେହିପରି ୧୩ ରାଜ୍ୟରେ ଲକ୍ଷେରୁ ଅଧିକ ସକ୍ରିୟ ରୋଗୀ ରହିଛନ୍ତି। ୬ରାଜ୍ୟରେ ୫୦ହଜାରରୁ ୧ଲକ୍ଷ ମଧ୍ୟରେ ଏବଂ ୧୭ରାଜ୍ୟରେ ୫୦ହଜାରରୁ କମ୍‌ ସକ୍ରିୟ ରୋଗୀ ଥିବା ଲବ୍‌ ଅଗ୍ରୱାଲ କହିଛନ୍ତି। ଖବରଦାତା ସମ୍ମିଳନୀରେ ଆଇସିଏମ୍‌ଆର୍‌ ଡିଜି ଡା. ବଳରାମ ଭାର୍ଗବ କହିଛନ୍ତି ଯେ, ୨୬ରାଜ୍ୟରେ ସଂକ୍ରମଣ ହାର ୧୫%ରୁ ଅଧିକ ଥିବାବେଳେ କେବଳ ୫ଟି ରାଜ୍ୟରେ ୫%ରୁ କମ୍‌ ରହିଛି। ୬ଟି ରାଜ୍ୟରେ ୫ରୁ ୧୫% ରହିଛି। ସେଥିପାଇଁ ଦେଶର ସମସ୍ତ ସରକାରୀ ଓ ଘରୋଇ ହସ୍ପିଟାଲରେ ବିନା କୌଣସି ମାନ୍ୟତାରେ ଆର୍‌ଟି-ପିସିଆର୍‌ ଟେଷ୍ଟ ହେବା ଜରୁରୀ ବୋଲି ଡା. ଭାର୍ଗବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri