ଓଡ଼ିଶାରେ ୨୪.୪% ସଂକ୍ରମଣ: କେନ୍ଦ୍ର

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ଦିଲ୍ଲୀ, ଆନ୍ଧ୍ର ପଦେଶ, ରାଜସ୍ଥାନ, ହରିୟାଣା, ଛତିଶଗଡ଼, ବିହାର ଭଳି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। କିନ୍ତୁ ଓଡ଼ିଶା ସମେତ ପଶ୍ଚିମବଙ୍ଗ, କର୍ନାଟକ, କେରଳ, ତାମିଲନାଡ଼ୁ, ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶ, ନାଗାଲାଣ୍ଡ, ତ୍ରିପୁରା ଭଳି ୧୫ରୁ ଊର୍ଦ୍ଧ୍ୱ ରାଜ୍ୟରେ ସଂକ୍ରମଣ ହାର ଅଧିକ ରହିବା ସହିତ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଯୁଗ୍ମ ସଚିବ ଲବ୍‌ ଅଗ୍ରୱାଲ କହିଛନ୍ତି, ଜାତୀୟ ହାରକୁ ତୁଳନା କଲେ ଦେଶରେ ସଂକ୍ରମଣ କମୁ୍‌ଥିବାବେଳେ ଓଡ଼ିଶାରେ ବଢ଼ୁଛି। ଦେଶରେ ସଂକ୍ରମଣ ହାର ୨୧% ଥିବାବେଳେ ଓଡ଼ିଶାରେ ଏହା ୨୪.୪% ରହିଛି। ବିଶେଷକରି ୨୭ଜିଲାରେ ସଂକ୍ରମଣ ହାର ୧୦ପ୍ରତିଶତରୁ ଅଧିକ ରହିଛି। କଳାହାଣ୍ଡି ଜିଲାରେ ସର୍ବାଧିକ ୪୬.୭% ରହିଛି। ସେହିପରି ସମ୍ବଲପୁରରେ ୪୬.୬%, ସୁନ୍ଦରଗଡ଼ ୩୪.୨%, ଅନୁଗୋଳ ୩୪%, ଖୋର୍ଦ୍ଧା ୩୩.୩%, କଟକରେ ୨୭.୫% ରହିଛି। ପଣ୍ଡିଚେରୀର ୟାନମ୍‌ ଜିଲାରେ ସର୍ବାଧିକ ୯୧% ରହିଛି, ଯାହାକି ଦେଶରେ ସର୍ବାଧିକ। ସେହିପରି ୧୩ ରାଜ୍ୟରେ ଲକ୍ଷେରୁ ଅଧିକ ସକ୍ରିୟ ରୋଗୀ ରହିଛନ୍ତି। ୬ରାଜ୍ୟରେ ୫୦ହଜାରରୁ ୧ଲକ୍ଷ ମଧ୍ୟରେ ଏବଂ ୧୭ରାଜ୍ୟରେ ୫୦ହଜାରରୁ କମ୍‌ ସକ୍ରିୟ ରୋଗୀ ଥିବା ଲବ୍‌ ଅଗ୍ରୱାଲ କହିଛନ୍ତି। ଖବରଦାତା ସମ୍ମିଳନୀରେ ଆଇସିଏମ୍‌ଆର୍‌ ଡିଜି ଡା. ବଳରାମ ଭାର୍ଗବ କହିଛନ୍ତି ଯେ, ୨୬ରାଜ୍ୟରେ ସଂକ୍ରମଣ ହାର ୧୫%ରୁ ଅଧିକ ଥିବାବେଳେ କେବଳ ୫ଟି ରାଜ୍ୟରେ ୫%ରୁ କମ୍‌ ରହିଛି। ୬ଟି ରାଜ୍ୟରେ ୫ରୁ ୧୫% ରହିଛି। ସେଥିପାଇଁ ଦେଶର ସମସ୍ତ ସରକାରୀ ଓ ଘରୋଇ ହସ୍ପିଟାଲରେ ବିନା କୌଣସି ମାନ୍ୟତାରେ ଆର୍‌ଟି-ପିସିଆର୍‌ ଟେଷ୍ଟ ହେବା ଜରୁରୀ ବୋଲି ଡା. ଭାର୍ଗବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri