ଓଡ଼ିଶାରେ ୪୦% ବିଦେଶ ଫେରନ୍ତାଙ୍କ ପତ୍ତା ମିଳୁନାହିଁ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ଓମିକ୍ରନ୍‌ ସଂକ୍ରମଣ ବ୍ୟାପିଥିବା ଦେଶରୁ ଓଡ଼ିଶା ଆସିଥିବା ୨୪୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନଭେମ୍ବର ୨୪ ପରେ ଓଡ଼ିଶା ଆସିଥିବା ଲୋକଙ୍କ ମଧ୍ୟରୁ ୨୪୬ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ପଜିଟିଭ୍‌ ଚିହ୍ନଟ ପରେ ସେମାନେ କରୋନାର କେଉଁ ଭାରିଆଣ୍ଟର ଆକ୍ରାନ୍ତ, ତାହା ଜାଣିବା ପାଇଁ ସେମାନଙ୍କ ନମୂନା ଜିନୋମ୍‌ ସିକ୍ୟୁଏନ୍ସିଂ ପାଇଁ ପଠାଯାଇଛି।

ସୋମବାର ଭୁବନେଶ୍ୱର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍‌ଏସ୍‌) ନିର୍ଦ୍ଦେଶକ ଡା. ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ପୂର୍ବରୁ ଆସିଥିବା ୧୪୧ ନମୁନାର ଜିନୋମ ସିକ୍ୱେସିଂ ହୋଇଥିଲା। ୧୪୧ରୁ କୌଣସି ନମୁନା ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇନାହିଁ। ଏବେ ଯେଉଁ ନମୂନା ଆସିଛି ତା’ର ଜିନୋମ୍‌ ସିକ୍ୟୁଏନ୍ସିଂ ରିପୋର୍ଟ ଶୁକ୍ରବାର ଆସିବ ବୋଲି ସେ କହିଛନ୍ତି। ଓଡ଼ିଶାରେ ଏ ପର୍ଯ୍ୟନ୍ତ ଜଣେ ବି ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବା ବେଳେ ୨୪୬ ବିଦେଶୀ ପଜିଟିଭ ଚିହ୍ନଟ ହେବା ପରେ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି।

ଅନ୍ୟପକ୍ଷେ ବିଦେଶରୁ ଫେରିଥିବା ୪୦ପ୍ରତିଶତଙ୍କ ଖବର ମିଳୁନାହିଁ। ଯାଞ୍ଚ ବେଳେ ବହୁ ଯାତ୍ରୀ ଭୁଲ୍‌ ଠିକଣା ଏପରିକି ବିଦେଶର ଠିକଣା ଦେଇଥିବାରୁ ଏଭଳି ସ୍ଥିତି ଉପୁଜିଛି। ଏ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହି କହିଛନ୍ତି, ଓମିକ୍ରନ୍‌ ଚିହ୍ନଟ ରାଷ୍ଟ୍ରରୁ ୮୦୦ରୁ ଅଧିକ ଯାତ୍ରୀ ଓଡ଼ିଶାକୁ ଆସିଛନ୍ତି। ସେମାନଙ୍କ ମଧ୍ୟରୁ ୪୦ ପ୍ରତିଶତ ଅର୍ଥାତ ୩୨୦ଜଣଙ୍କ ପତ୍ତା ମିଳିନାହିଁ। ଏୟାର ସୁବିଧା ପୋର୍ଟାଲରେ ସେମାନେ ଭୁଲ୍‌ ଫୋନ ନମ୍ବର, ଭୁଲ ଠିକଣା ଦେଇଥିବା ଯୋଗୁ ସେମାନଙ୍କୁ ଠାବ କରିବା ସମ୍ଭବ ହେଉନାହିଁ। ଏୟାର ସୁବିଧା ପୋର୍ଟାଲରେ ସେଲ୍ପ ଡିକ୍ଲାରେସନ ବ୍ୟବସ୍ଥା ଥିବାରୁ ଏମିତିକି ଅନେକ ଯାତ୍ରୀ ଅନ୍ୟ ରାଜ୍ୟର ଠିକଣା ମଧ୍ୟ ଦେଉଛନ୍ତି, ଯାହାକି ବିଦେଶ ଫେରନ୍ତାଙ୍କ ଟ୍ରେସିଂରେ ସମସ୍ୟା ସୃଷ୍ଟି କରୁଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ସେପଟେ ପତ୍ତା ମିଳୁ ନ ଥିବା ୪୦ ପ୍ରତିଶତ ଲୋକଙ୍କୁ ଖୋଜିବାକୁ ଚେଷ୍ଟା ଚାଲିଥିବାରୁ ଭୟଭୀତ କରିବାର କିଛି ନାହିଁ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri