ଓଡ଼ିଶାରେ ଜିଏସ୍‌ଟି ଆଦାୟ ୧୮% ବଢ଼ିଲା

ନୂଆଦିଲ୍ଲୀ: ଚଳିତ ବର୍ଷ ସେପ୍ଟେମ୍ବରରେ ଓଡ଼ିଶାରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ ୧୮% ବୃଦ୍ଧି ପରିଲକ୍ଷିତ ହୋଇଛି। ଗତ ବର୍ଷ ସେପ୍ଟେମ୍ବରରେ ରାଜ୍ୟରେ ୨୦୧୫ କୋଟି ଟଙ୍କାର ଜିଏସ୍‌ଟି ଆଦାୟ ହୋଇଥିବା ବେଳେ ଚଳିତ ବର୍ଷ ସମାନ ମାସରେ ଏହା ୨୩୮୪ କୋଟି ଟଙ୍କା ରହିଛି। ସେହିଭଳି ସାରା ଦେଶର ଜିଏସ୍‌ଟି ସଂଗ୍ରହ ସେପ୍ଟେମ୍ବର ମାସରେ ୪% ବଢ଼ି ୯୫,୪୮୦ କୋଟି ଟଙ୍କା ରହିଛି। ୨୦୧୯ ସେପ୍ଟେମ୍ବରରେ ୯୧,୯୧୬ କୋଟି ଟଙ୍କାର ଜିଏସ୍‌ଟି ଆଦାୟ କରିବାକୁ ସରକାର ସକ୍ଷମ ହୋଇଥିଲେ। ଅର୍ଥ ମନ୍ତ୍ରଣାଳୟ ସୂଚନା ମୁତାବକ, ସେପ୍ଟେମ୍ବରରେ ଆଦାୟ ହୋଇଥିବା ମୋଟ ଜିଏସ୍‌ଟି ମଧ୍ୟରେ ରାଜ୍ୟ ଜିଏସ୍‌ଟି(ଏସ୍‌ଜିଏସ୍‌ଟି) ବାବଦକୁ ୨୩,୧୧୩ କୋଟି, କେନ୍ଦ୍ର ଜିଏସ୍‌ଟି (ସିଜିଏସ୍‌ଟି)ବାବଦକୁ ୧୭,୭୪୧ କୋଟି ଏବଂ ୪୭,୪୮୪ କୋଟି ସମନ୍ବିତ ଜିଏସ୍‌ଟି(ଆଇଜିଏସ୍‌ଟି) ଏବଂ ୭,୧୨୪ କୋଟି ଟଙ୍କାର ସେସ୍‌ ସାମିଲ ରହିଥିବା ଜଣାପଡିଛି। ସରକାର ଏପ୍ରିଲରେ ୩୨,୧୭୨ କୋଟି ଟଙ୍କାର ଜିଏସ୍‌ଟି ଆଦାୟ କରିଥିଲେ। ସେହିଭଳି ମେ’ରେ ୬୨,୧୫୧ କୋଟି, ଜୁନରେ ୯୦,୯୧୭ କୋଟି, ଜୁଲାଇରେ ୮୭,୪୨୨ କୋଟି ଏବଂ ଅଗଷ୍ଟରେ ୮୬,୪୪୯ କୋଟି ଟଙ୍କାର ଜିଏସ୍‌ଟି ସଂଗ୍ରହ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

୨୦୨୬ରେ ଧନୀ ହେବେ କେମିତି? ଆପଣାନ୍ତୁ ଏହି ୫ଟି ଟ୍ରିକ୍‌, ହେବେ କୋଟିପତି!

ଆଜିକାଲି ସମସ୍ତେ ଧନୀ ହେବାର ସ୍ୱପ୍ନ ଦେଖନ୍ତି। ସମସ୍ତେ ବଡ଼ ବଡ଼ ଗାଡ଼ିରେ ଗାଡ଼ି ଚଲାଇ ଏକ ବିଳାସପୂର୍ଣ୍ଣ ଘରେ ରହିବାକୁ ଚାହାଁନ୍ତି। କିନ୍ତୁ ଏସବୁ...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri