ଓଡ଼ିଶାରେ ଜିଏସ୍‌ଟି ଆଦାୟ ୧୮% ବଢ଼ିଲା

ନୂଆଦିଲ୍ଲୀ: ଚଳିତ ବର୍ଷ ସେପ୍ଟେମ୍ବରରେ ଓଡ଼ିଶାରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ ୧୮% ବୃଦ୍ଧି ପରିଲକ୍ଷିତ ହୋଇଛି। ଗତ ବର୍ଷ ସେପ୍ଟେମ୍ବରରେ ରାଜ୍ୟରେ ୨୦୧୫ କୋଟି ଟଙ୍କାର ଜିଏସ୍‌ଟି ଆଦାୟ ହୋଇଥିବା ବେଳେ ଚଳିତ ବର୍ଷ ସମାନ ମାସରେ ଏହା ୨୩୮୪ କୋଟି ଟଙ୍କା ରହିଛି। ସେହିଭଳି ସାରା ଦେଶର ଜିଏସ୍‌ଟି ସଂଗ୍ରହ ସେପ୍ଟେମ୍ବର ମାସରେ ୪% ବଢ଼ି ୯୫,୪୮୦ କୋଟି ଟଙ୍କା ରହିଛି। ୨୦୧୯ ସେପ୍ଟେମ୍ବରରେ ୯୧,୯୧୬ କୋଟି ଟଙ୍କାର ଜିଏସ୍‌ଟି ଆଦାୟ କରିବାକୁ ସରକାର ସକ୍ଷମ ହୋଇଥିଲେ। ଅର୍ଥ ମନ୍ତ୍ରଣାଳୟ ସୂଚନା ମୁତାବକ, ସେପ୍ଟେମ୍ବରରେ ଆଦାୟ ହୋଇଥିବା ମୋଟ ଜିଏସ୍‌ଟି ମଧ୍ୟରେ ରାଜ୍ୟ ଜିଏସ୍‌ଟି(ଏସ୍‌ଜିଏସ୍‌ଟି) ବାବଦକୁ ୨୩,୧୧୩ କୋଟି, କେନ୍ଦ୍ର ଜିଏସ୍‌ଟି (ସିଜିଏସ୍‌ଟି)ବାବଦକୁ ୧୭,୭୪୧ କୋଟି ଏବଂ ୪୭,୪୮୪ କୋଟି ସମନ୍ବିତ ଜିଏସ୍‌ଟି(ଆଇଜିଏସ୍‌ଟି) ଏବଂ ୭,୧୨୪ କୋଟି ଟଙ୍କାର ସେସ୍‌ ସାମିଲ ରହିଥିବା ଜଣାପଡିଛି। ସରକାର ଏପ୍ରିଲରେ ୩୨,୧୭୨ କୋଟି ଟଙ୍କାର ଜିଏସ୍‌ଟି ଆଦାୟ କରିଥିଲେ। ସେହିଭଳି ମେ’ରେ ୬୨,୧୫୧ କୋଟି, ଜୁନରେ ୯୦,୯୧୭ କୋଟି, ଜୁଲାଇରେ ୮୭,୪୨୨ କୋଟି ଏବଂ ଅଗଷ୍ଟରେ ୮୬,୪୪୯ କୋଟି ଟଙ୍କାର ଜିଏସ୍‌ଟି ସଂଗ୍ରହ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?

ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

RBIର ବଡ଼ ଝଟକା: ୪ ବର୍ଷ ପରେ ବୃଦ୍ଧି ପାଇଲା ରେପୋ ରେଟ, ଜାଣନ୍ତୁ କେତେ ବଢ଼ିବ EMI

ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଓଏଚ୍‌ପିସି ଓ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ୱର,୬।୧୦: ”ସବୁଜ ଶକ୍ତି ଉତ୍କର୍ଷ କେନ୍ଦ୍ର’ ସ୍ଥାପନ ପାଇଁ ଓଡ଼ିଶା ଜଳବିଦ୍ୟୁତ ଶକ୍ତି ନିଗମ ଲିମିଟେଡ୍‌ (ଓଏଚ୍‌ପିସି) ଓ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ସୋମବାର…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ପାର୍ବଣରେ ଚାନ୍ଦି ଭଣ୍ଡାରର ‘ଅରଣ୍ୟ’ ସମ୍ଭାର

ଭୁବନେଶ୍ୱର,୬ା୧୦(ସନ୍ତୋଷ ବେହେରା): ଚାନ୍ଦିଭଣ୍ଡାର ପକ୍ଷରୁ ଚଳିତ ପାର୍ବଣରେ ଗ୍ରାହକମାନଙ୍କ ଲାଗି ଅକ୍ସିଡାଇଜ୍‌ଡ୍‌ ରୁପା ଗହଣା ସମ୍ଭାର ‘ଅରଣ୍ୟ’ ଉପଲବ୍ଧ କରାଯାଇଛି। ନବରାତ୍ରି ଏବଂ ଦୁର୍ଗାପୂଜା ଅବସରରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?