ଦୁଇଟି ପର୍ଯ୍ୟାୟରେ ରାଜ୍ୟ ସଭା ଭୋଟ: ୨୪ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ନିର୍ବାଚନ ଦୁଇଟି ପର୍ଯ୍ୟାୟରେ ହେବ। ରାଜ୍ୟ ସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ, ଏନ୍‌.ଭାସ୍କର ରାଓ ଏବଂ ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରିଛି। ଫଳରେ ଏହି ୩ଟି ଆସନ ଲାଗି ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ଆସନ୍ତା ୨୪ରେ ଏଥିନିମନ୍ତେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ମେ’ ୩୧ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ, ଜୁନ ପହିଲାରେ ପ୍ରାର୍ଥିପତ୍ର ଯାଞ୍ଚ ଏବଂ ୩ରେ ପ୍ରତ୍ୟାହାର ସମୟ ଧାର୍ଯ୍ୟ ହୋଇଛି। ଜୁନ ୧୦ରେ ଭୋଟ ଗ୍ରହଣ କରାଯିବ। ବିଧାନସଭାର ୫୪ନଂ ପ୍ରକୋଷ୍ଠରେ ମତଦାନ କରାଯାଇ ଗଣତି ପରେ ଅପରାହ୍ନ ୫ଟାରେ ଫଳ ଘୋଷଣା କରାଯିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ କହିଛନ୍ତି।

ସେହିଭଳି ରାଜ୍ୟ ସଭା ଏମ୍‌ପି ସୁବାସ ସିଂ କଟକ ମେୟର ହେବା ପରେ ତାଙ୍କ ଆସନରେ ଉପନିର୍ବାଚନ ଜୁନ ୧୩ରେ ହେବ। ଜୁନ ୨ ଯାଏ ନାମାଙ୍କନପତ୍ର ଦାଖଲ, ୩ରେ ପ୍ରାର୍ଥିପତ୍ର ଯାଞ୍ଚ ଏବଂ ୬ରେ ପ୍ରତ୍ୟାହାର ପରେ ୧୩ରେ ବିଧାନସଭାର ୫୪ନଂ ପ୍ରକୋଷ୍ଠରେ ଭୋଟ ଗ୍ରହଣ ହେବ। ସେହିଦିନ ଅପରାହ୍ନ ୫ଟାରେ ଗଣତି ପରେ ଫଳ ଘୋଷଣା କରାଯିବ ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri