ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଖାଇଲେ ଖାଣ୍ଟି ଓଡ଼ିଆ ଖାଦ୍ୟ, ଜହ୍ନି ଆଳୁ ରାଇଠୁ ଆରମ୍ଭ କରି…

ଭୁବନେଶ୍ୱର,୩୦ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଆୟୋଜିତ ଜାତୀୟସ୍ତରୀୟ ଡିଜିପି ସମ୍ମିଳନୀରେ ଯୋଗ ଦେଇଛନ୍ତି। ତେବେ ପ୍ରଧାନମନ୍ତ୍ରୀଙ୍କ ଏହି ରହଣି ସମୟରେ ସେ ପୂରା ଖାଣ୍ଟି ଓଡ଼ିଆ ଖାଦ୍ୟ ଖାଇଛନ୍ତି। ଏନେଇ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଓଡ଼ିଆ ଖାଦ୍ୟର ଆସର ଜମିଥିଲା। ଏଥିରେ ପ୍ରଧାନମନ୍ତ୍ରୀଙ୍କୁ ସନ୍ତୁଳା, ଜହ୍ନିଆଳୁ ରାଇ, ଡାଲମା, ଛେନାପୋଡ଼, ଭେଣ୍ଡି ଭୁର୍ଜି ଖାଇବାକୁ ଦିଆଯାଇଥିଲା। ଏଥିସହିତ ଗୁଜରାଟୀ ଖାଦ୍ୟ ମୁଙ୍ଗ୍‌ଦାଲ, ଖେଚୁଡ଼ି, ଭେଜ୍‌ଦମ୍‌ ବିରିୟାନୀ ବି ପରଷା ଯାଇଥିଲା। ମେନ୍‌ ମେନ୍ୟୁରେ ମଟର ପନିର, ତାଓ୍ବା ଭେଜିଟେବ୍‌ଲ, ମଲାଇ କୋଫତା ଆଦି ପ୍ରଧାନମନ୍ତ୍ରୀଙ୍କୁ ପରଷା ଯାଇଥିଲା।

ଶୁକ୍ରବାର ଅପରାହ୍ନରେ ମୋଦି ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବା ପରେ ସେଠାରେ ଆୟୋଜିତ ଏକ ସାଧାରଣ ସଭାରେ ଉଦ୍‌ବୋଧନଦେବା ପରେ ରାଜଭବନରେ କିଛି ସମୟ ବିତାଇ ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଯାଇଛନ୍ତି। ପ୍ରଧାନମନ୍ତ୍ରୀ ନିର୍ବାଚନ ପରେ ପ୍ରଥମ ଥର ଦଳୀୟ କାର୍ଯ୍ୟାଳୟ ଯାଇ ଦଳର ବିଧାୟକ, ମନ୍ତ୍ରୀ, ଏମ୍‌ପି ଏବଂ ପଦାଧିକାରୀଙ୍କ ସହ ଦୀର୍ଘ ସମୟ ଧରି ବୈଠକ କରିଥିଲେ। ମୋଦି ତାଙ୍କ ଗସ୍ତସୂଚୀ ଅନୁଯାୟୀ ରାଜଭବନରୁ ବାହାରି ୩ ମିନିଟ୍‌ ବିଳମ୍ବ ଅର୍ଥାତ୍‌ ୬ଟା ୩୦ ପରିବର୍ତ୍ତେ ୬ଟା ୩୩ ମିନିଟ୍‌ରେ ଦଳୀୟ କାର୍ଯ୍ୟାଳୟଠାରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ଦଳର ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଅନ୍ୟନେତାମାନେ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?