ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଖାଇଲେ ଖାଣ୍ଟି ଓଡ଼ିଆ ଖାଦ୍ୟ, ଜହ୍ନି ଆଳୁ ରାଇଠୁ ଆରମ୍ଭ କରି…

ଭୁବନେଶ୍ୱର,୩୦ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଆୟୋଜିତ ଜାତୀୟସ୍ତରୀୟ ଡିଜିପି ସମ୍ମିଳନୀରେ ଯୋଗ ଦେଇଛନ୍ତି। ତେବେ ପ୍ରଧାନମନ୍ତ୍ରୀଙ୍କ ଏହି ରହଣି ସମୟରେ ସେ ପୂରା ଖାଣ୍ଟି ଓଡ଼ିଆ ଖାଦ୍ୟ ଖାଇଛନ୍ତି। ଏନେଇ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଓଡ଼ିଆ ଖାଦ୍ୟର ଆସର ଜମିଥିଲା। ଏଥିରେ ପ୍ରଧାନମନ୍ତ୍ରୀଙ୍କୁ ସନ୍ତୁଳା, ଜହ୍ନିଆଳୁ ରାଇ, ଡାଲମା, ଛେନାପୋଡ଼, ଭେଣ୍ଡି ଭୁର୍ଜି ଖାଇବାକୁ ଦିଆଯାଇଥିଲା। ଏଥିସହିତ ଗୁଜରାଟୀ ଖାଦ୍ୟ ମୁଙ୍ଗ୍‌ଦାଲ, ଖେଚୁଡ଼ି, ଭେଜ୍‌ଦମ୍‌ ବିରିୟାନୀ ବି ପରଷା ଯାଇଥିଲା। ମେନ୍‌ ମେନ୍ୟୁରେ ମଟର ପନିର, ତାଓ୍ବା ଭେଜିଟେବ୍‌ଲ, ମଲାଇ କୋଫତା ଆଦି ପ୍ରଧାନମନ୍ତ୍ରୀଙ୍କୁ ପରଷା ଯାଇଥିଲା।

ଶୁକ୍ରବାର ଅପରାହ୍ନରେ ମୋଦି ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବା ପରେ ସେଠାରେ ଆୟୋଜିତ ଏକ ସାଧାରଣ ସଭାରେ ଉଦ୍‌ବୋଧନଦେବା ପରେ ରାଜଭବନରେ କିଛି ସମୟ ବିତାଇ ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଯାଇଛନ୍ତି। ପ୍ରଧାନମନ୍ତ୍ରୀ ନିର୍ବାଚନ ପରେ ପ୍ରଥମ ଥର ଦଳୀୟ କାର୍ଯ୍ୟାଳୟ ଯାଇ ଦଳର ବିଧାୟକ, ମନ୍ତ୍ରୀ, ଏମ୍‌ପି ଏବଂ ପଦାଧିକାରୀଙ୍କ ସହ ଦୀର୍ଘ ସମୟ ଧରି ବୈଠକ କରିଥିଲେ। ମୋଦି ତାଙ୍କ ଗସ୍ତସୂଚୀ ଅନୁଯାୟୀ ରାଜଭବନରୁ ବାହାରି ୩ ମିନିଟ୍‌ ବିଳମ୍ବ ଅର୍ଥାତ୍‌ ୬ଟା ୩୦ ପରିବର୍ତ୍ତେ ୬ଟା ୩୩ ମିନିଟ୍‌ରେ ଦଳୀୟ କାର୍ଯ୍ୟାଳୟଠାରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ଦଳର ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଅନ୍ୟନେତାମାନେ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri