Posted inଜାତୀୟ

ଗୋଟିଏ ମାସରେ ମହାରାଷ୍ଟ୍ରରେ ଆକ୍ରାନ୍ତ ହେଲେଣି ୬୦ ହଜାର ଶିଶୁ

ନୂଆଦିଲ୍ଲୀ, ୮।୪: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଦ୍ରୁତ ବେଗରେ ମାଡ଼ି ଚାଲିଥିବା ବେଳେ ଏଥିରେ ଯୁବକ ଓ ଶିଶୁମାନେ ଅଧିକ ସଂକ୍ରମିତ ହେଉଛନ୍ତି। ଗତବର୍ଷ ବୟସ୍କ ତଥା ବିଭିନ୍ନ ରୋଗ ଥିବା ବ୍ୟକ୍ତି କରୋନାରେ ଅଧିକ ଆକ୍ରାନ୍ତ ହେଉଥିଲେ। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ ୫ଟି ସର୍ବାଧିକ ସଂକ୍ରମିତ ରାଜ୍ୟରେ ଗତ ମାସରୁ ଇତିମଧ୍ୟରେ ୭୯,୬୮୮ ଶିଶୁ ସଂକ୍ରମିତ ହୋଇଛନ୍ତି। କମ୍‌ ବୟସ୍କଙ୍କ ପାଇଁ ଏପର୍ଯ୍ୟନ୍ତ ଟିକା ପ୍ରସ୍ତୁତ ହୋଇନାହିଁ। ବ୍ରିଟେନରେ ଅଷ୍ଟାଜେନିକାର ଶିଶୁଙ୍କ ପାଇଁ ଉଦ୍ଦିଷ୍ଟ ଭାକ୍ସିନ୍‌ ପରୀକ୍ଷା କରାଯାଇଥିଲା। ତେବେ ରକ୍ତ ଜମାଟ ବାନ୍ଧି ୟୁରୋପରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ଆସିବାରୁ ଉକ୍ତ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ମାର୍ଚ୍ଚ ୧ରୁ ଏପ୍ରିଲ ୪ ମଧ୍ୟରେ ମହାରାଷ୍ଟ୍ରରେ ୬୦,୬୮୪ ଶିଶୁ କରୋନା ଆକ୍ରାନ୍ତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯,୮୮୨ ଜଣଙ୍କ ବୟସ ୫ ବର୍ଷରୁ କମ୍‌। ସେହିପରି ଛତିଶଗଡ଼ରେ ୫,୯୪୦ ଏବଂ କର୍ନାଟକରେ ୭,୩୨୭ ଏବଂ ଉତ୍ତରପ୍ରଦେଶରେ ୩,୦୦୪ ଶିଶୁଙ୍କଠାରେ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରୁ ୫ ବର୍ଷରୁ କମ୍‌ ବୟସ ବର୍ଗରେ ଯଥାକ୍ରମେ ୯୨୨, ୮୭୧ ଏବଂ ୪୭୧ଜଣ ଅଛନ୍ତି। ଦିଲ୍ଲୀରେ ୨,୭୩୩ ଜଣ ଆକ୍ରାନ୍ତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୪୧ ଜଣଙ୍କ ବୟସ ୫ ବର୍ଷରୁ କମ୍‌ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri