Posted inଜାତୀୟ

ଗୋଟିଏ ମାସରେ ମହାରାଷ୍ଟ୍ରରେ ଆକ୍ରାନ୍ତ ହେଲେଣି ୬୦ ହଜାର ଶିଶୁ

ନୂଆଦିଲ୍ଲୀ, ୮।୪: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଦ୍ରୁତ ବେଗରେ ମାଡ଼ି ଚାଲିଥିବା ବେଳେ ଏଥିରେ ଯୁବକ ଓ ଶିଶୁମାନେ ଅଧିକ ସଂକ୍ରମିତ ହେଉଛନ୍ତି। ଗତବର୍ଷ ବୟସ୍କ ତଥା ବିଭିନ୍ନ ରୋଗ ଥିବା ବ୍ୟକ୍ତି କରୋନାରେ ଅଧିକ ଆକ୍ରାନ୍ତ ହେଉଥିଲେ। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ ୫ଟି ସର୍ବାଧିକ ସଂକ୍ରମିତ ରାଜ୍ୟରେ ଗତ ମାସରୁ ଇତିମଧ୍ୟରେ ୭୯,୬୮୮ ଶିଶୁ ସଂକ୍ରମିତ ହୋଇଛନ୍ତି। କମ୍‌ ବୟସ୍କଙ୍କ ପାଇଁ ଏପର୍ଯ୍ୟନ୍ତ ଟିକା ପ୍ରସ୍ତୁତ ହୋଇନାହିଁ। ବ୍ରିଟେନରେ ଅଷ୍ଟାଜେନିକାର ଶିଶୁଙ୍କ ପାଇଁ ଉଦ୍ଦିଷ୍ଟ ଭାକ୍ସିନ୍‌ ପରୀକ୍ଷା କରାଯାଇଥିଲା। ତେବେ ରକ୍ତ ଜମାଟ ବାନ୍ଧି ୟୁରୋପରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ଆସିବାରୁ ଉକ୍ତ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ମାର୍ଚ୍ଚ ୧ରୁ ଏପ୍ରିଲ ୪ ମଧ୍ୟରେ ମହାରାଷ୍ଟ୍ରରେ ୬୦,୬୮୪ ଶିଶୁ କରୋନା ଆକ୍ରାନ୍ତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯,୮୮୨ ଜଣଙ୍କ ବୟସ ୫ ବର୍ଷରୁ କମ୍‌। ସେହିପରି ଛତିଶଗଡ଼ରେ ୫,୯୪୦ ଏବଂ କର୍ନାଟକରେ ୭,୩୨୭ ଏବଂ ଉତ୍ତରପ୍ରଦେଶରେ ୩,୦୦୪ ଶିଶୁଙ୍କଠାରେ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରୁ ୫ ବର୍ଷରୁ କମ୍‌ ବୟସ ବର୍ଗରେ ଯଥାକ୍ରମେ ୯୨୨, ୮୭୧ ଏବଂ ୪୭୧ଜଣ ଅଛନ୍ତି। ଦିଲ୍ଲୀରେ ୨,୭୩୩ ଜଣ ଆକ୍ରାନ୍ତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୪୧ ଜଣଙ୍କ ବୟସ ୫ ବର୍ଷରୁ କମ୍‌ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri