ଗୋଟିଏ ସ୍ଥାନରେ ଜଳିଲା ଜୁଇ

ଲୋଇସିଂହା,୯।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଦର ପଞ୍ଚାୟତ ଅନ୍ତର୍ଗତ ଜଡାମୁଣ୍ଡା ସ୍କୁଲପଡାରେ ବୁଧବାର ସନ୍ଧ୍ୟାରେ ବଜ୍ରପାତରେ ଗ୍ରାମର ୩ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ ରାଜୁ ଝାଙ୍କରଙ୍କ ପୁଅ ଚନ୍ଦନ(୧୨), ପ୍ରଶାନ୍ତ ତାଣ୍ଡି(୨୭) ଓ କାହ୍ନା ମୁଣ୍ଡା(୨୦)। ଗୁରୁବାର ମୃତଦେହ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ବ୍ୟବଚ୍ଛେଦ ହୋଇ ଆସିବା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ମୃତକଙ୍କ ପରିବାର ଓ ଆତ୍ମୀୟ ସ୍ବଜନଙ୍କ କାନ୍ଦ ବୋବାଳିରେ ଫାଟି ପଡିଥିଲା ଗାଁ। ମଧ୍ୟାହ୍ନରେ ଗାଁ ଶ୍ମଶାନରେ ୩ମୃତକଙ୍କ ଅନ୍ତିମ ସତ୍କାର କରାଯାଇଥିଲା। ବ୍ଲକ ବିଜେଡି ସଭାପତି ହୃଦୟାନନ୍ଦ ବେହେରା, ପୂର୍ବତନ ସମିତି ସଭ୍ୟ କୁନା ଭୋଇ ମୃତକଙ୍କ ପରିବାବର୍ଗଙ୍କୁ ଭେଟି ସମବେଦନା ଜଣାଇଥିଲେ। ଅତିରିକ୍ତ ତହସିଲାଦର ସମ୍ପୂର୍ଣ୍ଣାନନ୍ଦ ବେଜ କହିଛନ୍ତି, ମୃତକଙ୍କ ପରିବାର ସଦସ୍ୟଙ୍କଠାରୁ କାଗଜପତ୍ର ସଂଗ୍ରହ କରାଯାଇଛି। ପ୍ରତ୍ୟେକ ମୃତକଙ୍କ ପରିବାରକୁ ରେଡକ୍ରସ ପାଣ୍ଠିରୁ ୧୫ ରୁ ୨୦ ହଜାର ଲେଖାଏ ଅନଲାଇନରେ ପ୍ରଦାନ କରାଯାଇଥିବା କହିଥିଲେ।
ବୁଧବାର ସନ୍ଧ୍ୟାରେ ଚନ୍ଦନ, ପ୍ରଶାନ୍ତ ଓ କାହ୍ନା ଗାଁ ପୋଖରୀକୁ ଶୌଚ ପାଇଁ ଯାଇଥିବାବେଳେ ବଜ୍ରପାତ ହୋଇଥିଲା। ଏଥିରେ ୩ ଜଣ ଗୁରୁତର ହୋଇଥିଲେ। ଚିକିସତ୍ା ପାଇଁ ସେମାନଙ୍କୁ ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷିତ କରିଥିଲେ। ମୃତ କାହ୍ନାଙ୍କ ବାପା ପବିତ୍ର ମୁଣ୍ଡା ଅର୍ଥାଭାବରୁ ଚିକିତ୍ସା ସୁବିଧା ନ ପାଇ ଗତବର୍ଷ ଆଖିବୁଜି ଥିଲେ। ଦୁଇବର୍ଷ ତଳେ ତାଙ୍କ ଭାଇ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ପୁଅର ମୃତ୍ୟୁ ପରେ ବିଧବା ମା ଏବେ ଦୁଃଖରେ ଭାଙ୍ଗି ପଡିଛନ୍ତି। ସେହିପରି ପ୍ରଶାନ୍ତଙ୍କ ବାପା ପେସାରେ ଡ୍ରାଇଭର ଥିଲେ। ଦୁଇଦଶନ୍ଧି ତଳେ ସେମେଲମୁଣ୍ଡା ଲେବଲ କ୍ରସିଂ ଟ୍ରାକ୍ଟର ପାର କରୁଥିବାବେଳେ ଟ୍ରେନ ଧକ୍କାରେ ତାଙ୍କର ମୃତ୍ୟୁ ଘଟିଥିଲା। ଚନ୍ଦନ ବାପମାଙ୍କର ଏକପାତ୍ର ପୁଅ ଥିଲେ। ପୁଅର ମୃତ୍ୟୁ ପରେ ପରିବାର ଲୋକେ ଭାଙ୍ଗି ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri