ଗୋଟିଏ ସ୍ଥାନରେ ଜଳିଲା ଜୁଇ

ଲୋଇସିଂହା,୯।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଦର ପଞ୍ଚାୟତ ଅନ୍ତର୍ଗତ ଜଡାମୁଣ୍ଡା ସ୍କୁଲପଡାରେ ବୁଧବାର ସନ୍ଧ୍ୟାରେ ବଜ୍ରପାତରେ ଗ୍ରାମର ୩ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ ରାଜୁ ଝାଙ୍କରଙ୍କ ପୁଅ ଚନ୍ଦନ(୧୨), ପ୍ରଶାନ୍ତ ତାଣ୍ଡି(୨୭) ଓ କାହ୍ନା ମୁଣ୍ଡା(୨୦)। ଗୁରୁବାର ମୃତଦେହ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ବ୍ୟବଚ୍ଛେଦ ହୋଇ ଆସିବା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ମୃତକଙ୍କ ପରିବାର ଓ ଆତ୍ମୀୟ ସ୍ବଜନଙ୍କ କାନ୍ଦ ବୋବାଳିରେ ଫାଟି ପଡିଥିଲା ଗାଁ। ମଧ୍ୟାହ୍ନରେ ଗାଁ ଶ୍ମଶାନରେ ୩ମୃତକଙ୍କ ଅନ୍ତିମ ସତ୍କାର କରାଯାଇଥିଲା। ବ୍ଲକ ବିଜେଡି ସଭାପତି ହୃଦୟାନନ୍ଦ ବେହେରା, ପୂର୍ବତନ ସମିତି ସଭ୍ୟ କୁନା ଭୋଇ ମୃତକଙ୍କ ପରିବାବର୍ଗଙ୍କୁ ଭେଟି ସମବେଦନା ଜଣାଇଥିଲେ। ଅତିରିକ୍ତ ତହସିଲାଦର ସମ୍ପୂର୍ଣ୍ଣାନନ୍ଦ ବେଜ କହିଛନ୍ତି, ମୃତକଙ୍କ ପରିବାର ସଦସ୍ୟଙ୍କଠାରୁ କାଗଜପତ୍ର ସଂଗ୍ରହ କରାଯାଇଛି। ପ୍ରତ୍ୟେକ ମୃତକଙ୍କ ପରିବାରକୁ ରେଡକ୍ରସ ପାଣ୍ଠିରୁ ୧୫ ରୁ ୨୦ ହଜାର ଲେଖାଏ ଅନଲାଇନରେ ପ୍ରଦାନ କରାଯାଇଥିବା କହିଥିଲେ।
ବୁଧବାର ସନ୍ଧ୍ୟାରେ ଚନ୍ଦନ, ପ୍ରଶାନ୍ତ ଓ କାହ୍ନା ଗାଁ ପୋଖରୀକୁ ଶୌଚ ପାଇଁ ଯାଇଥିବାବେଳେ ବଜ୍ରପାତ ହୋଇଥିଲା। ଏଥିରେ ୩ ଜଣ ଗୁରୁତର ହୋଇଥିଲେ। ଚିକିସତ୍ା ପାଇଁ ସେମାନଙ୍କୁ ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷିତ କରିଥିଲେ। ମୃତ କାହ୍ନାଙ୍କ ବାପା ପବିତ୍ର ମୁଣ୍ଡା ଅର୍ଥାଭାବରୁ ଚିକିତ୍ସା ସୁବିଧା ନ ପାଇ ଗତବର୍ଷ ଆଖିବୁଜି ଥିଲେ। ଦୁଇବର୍ଷ ତଳେ ତାଙ୍କ ଭାଇ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ପୁଅର ମୃତ୍ୟୁ ପରେ ବିଧବା ମା ଏବେ ଦୁଃଖରେ ଭାଙ୍ଗି ପଡିଛନ୍ତି। ସେହିପରି ପ୍ରଶାନ୍ତଙ୍କ ବାପା ପେସାରେ ଡ୍ରାଇଭର ଥିଲେ। ଦୁଇଦଶନ୍ଧି ତଳେ ସେମେଲମୁଣ୍ଡା ଲେବଲ କ୍ରସିଂ ଟ୍ରାକ୍ଟର ପାର କରୁଥିବାବେଳେ ଟ୍ରେନ ଧକ୍କାରେ ତାଙ୍କର ମୃତ୍ୟୁ ଘଟିଥିଲା। ଚନ୍ଦନ ବାପମାଙ୍କର ଏକପାତ୍ର ପୁଅ ଥିଲେ। ପୁଅର ମୃତ୍ୟୁ ପରେ ପରିବାର ଲୋକେ ଭାଙ୍ଗି ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri