ଶିଶୁ ବୈଜ୍ଞାନିକଙ୍କୁ ଲୋକ ଲୋଚନକୁ ଆଣିବା ଲକ୍ଷ୍ୟରେ

ଭଞ୍ଜନଗର,୨୧।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ କାହ୍ନୁ ରାଉତ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ଭଞ୍ଜନଗର ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି । ମେଳାକୁ ଭଞ୍ଜନଗର ଉପ ଜିଲାପାଳ ଉମା ଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଶିଶୁ ବୈଜ୍ଞାନିକ ମାନଙ୍କୁ ଖୋଜି ବାହାର କରିବା ଲକ୍ଷ୍ୟ ନେଇ ଏହି ମେଳା ହେଉଛି। ଦେଶ ବିଜ୍ଞାନ କ୍ଷେତ୍ରରେ ବହୁ ଆଗକୁ ଯାଇଛି। ଏହିଭଳି ବିଜ୍ଞାନ ପ୍ରଦର୍ଶନୀ ମେଳା ଦ୍ୱାରା ଛାତ୍ରୀଛାତ୍ରଙ୍କ ବିଜ୍ଞାନ ପ୍ରତି ଆଗ୍ରହ ବଢିବ। ଛାତ୍ରୀ ଛାତ୍ରମାନେ ନୂଆଁନୂଆଁ ପ୍ରକଳ୍ପ ଉଦ୍ଭାବନ କରିବେ। ବୈଷୟିକ ଜ୍ଞାନ କୌଶଳର ବିକାଶ ମଧ୍ୟ ଘଟିବ ବୋଲି ଉତ୍ସବରେ ଯୋଗଦେଇ ବକ୍ତାମାନେ କହିଥିଲେ। ବିଡିିଓ ଭାରତୀ ଦେବୀ, ପୁର୍ବତନ ପ୍ରଧାନ ଶିକ୍ଷୟତ୍ରୀ ସବିତା ବେହେରା,ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ମଦନ ମୋହନ ରଥ, ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ତତ୍ତଦର୍ଶନି ପ୍ରଧାନ,ଏବିଇଓ ସୂର୍ଯ୍ୟ ନାୟକ, ଗଜେନ୍ଦ୍ର ସେଠୀ, ଚରଣ ବେହେରା ସମ୍ମାନୀତ ଅତିଥି ଭାବେ ଯୋଗଦେଇ ବୈଜ୍ଞାନିକ ମନୋଭାବ ଉପରେ କହିଥିଲେ। ସଭାରେ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲୋପାମୁଦ୍ରା ରଥ ଅଧ୍ୟକ୍ଷତା କରିଥିଲେ। ମେଳାରେ ୭୭ ଟି ବିଦ୍ୟାଳୟର ୧୩୨ ଟି ପ୍ରକଳ୍ପ ସ୍ଥାନ ପାଇଥିଲା। ବିଚାରକ ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିଗାମ୍ବର ପ୍ରଧାନ, ଅଧ୍ୟାପିକା ସ୍ମରଣିକା ପାଢ଼ୀ, ଅଧ୍ୟାପକ ବୁଧିନାଥ ବେହେରା,ବାସନ୍ତୀ ପାଣିଗ୍ରାହୀ ଯୋଗ ଦେଇଥିଲେ । ଶିକ୍ଷୟିତ୍ରୀ କଳ୍ପନା କୁମାରୀ ପ୍ରଧାନ ସଭାକୁ ସଂଯୋଜନା କରିଥିଲେ। ଉଦ୍‌ଯାପନୀ ଉତ୍ସବରେ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲୋପାମୁଦ୍ରା ରଥ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତି ଛାତ୍ରୀ ଛାତ୍ରଙ୍କୁ ପୁରସ୍କୃତ କରିଥିଲେ। ଏଥିସହ ବୁଦ୍ଧିମତା ଓ କୌଶଳ ଜ୍ଞାନର ବିକାଶ କୁ ଅଧିକ ଗୁରୁତ୍ୱ ଦେବାପାଇଁ କହିଥିଲେ। ଏଠାରୁ ଜିଲା ସ୍ତରୀୟ ପ୍ରତିଯୋଗୀତା ପାଇଁ ୩ ଟି ବର୍ଗରେ ୧୦ ଟି ପ୍ରକଳ୍ପ ଚୟନ ହୋଇଥିଲା। ଉତ୍ସବର ବିଭିନ୍ନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୌରୀ ନନ୍ଦନ ହୋତା, ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଦିଲୀପ ସ୍ବାଇଁ, କେଦାର ନାଥ ସେଠୀ, ଅଯୋଧ୍ୟା ନାଥ ସାହୁ, ରାଜଲକ୍ଷ୍ମୀ ସେଠୀ, ଇନ୍ଦିରା ପ୍ରଭା ନାୟକ, ବୈଜୟନ୍ତୀ ମାଳା ପ୍ରିୟଦର୍ଶିନୀ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ, କର୍ମଚାରୀ ଏବଂ ବି ଏଡ ଛାତ୍ରୀ ଛାତ୍ର ମାନେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?