Posted inଜାତୀୟ

ଚତୁର୍ଥ ଶ୍ରେଣୀ ପଦବୀ ଲିଖିତ ପରୀକ୍ଷାରେ କପି ରୋକିବା ପାଇଁ ୨୫ ଜିଲାରେ ୪ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ, ୧୪୪ ଧାରା ଜାରି…

ଗୁଆହାଟୀ, ୨୧।୮ : ଆସାମ ସରକାରଙ୍କ ବିଭିନ୍ନ ବିଭାଗରେ ଚତୁର୍ଥ ଶ୍ରେଣୀ ପଦବୀ ପାଇଁ ଲିଖିତ ପରୀକ୍ଷା ସମୟରେ ସମ୍ଭାବ୍ୟ କପିକୁ ରୋକିବା ପାଇଁ ରାଜ୍ୟର ୨୫ ଟି ଜିଲାରେ ରବିବାର ମୋବାଇଲ ଇଣ୍ଟରନେଟ ସେବା ଚାରି ଘଣ୍ଟା ପାଇଁ ବନ୍ଦ ରଖିଥିଲେ। ଯେଉଁ ଜିଲାଗୁଡ଼ିକରେ ପରୀକ୍ଷା ଚାଲିଛି ସେଠାରେ ୧୪୪ ଧାରା ଜାରି କରାଯାଇଥିଲା।

ଅଗଷ୍ଟ ୨୧ ଏବଂ ୨୮ଏବଂ ସେପ୍ଟେମ୍ବର ୧୧ ରେ ଅନୁଷ୍ଠିତ ହେବାକୁ ଥିବା ପରୀକ୍ଷାରେ ୧୪.୩୦ ଲକ୍ଷରୁ ଅଧିକ ପ୍ରାର୍ଥୀ ପରିକ୍ଷାଦେବେ ବୋଲି ଆଶା କରାଯାଉଛି। ଚତୁର୍ଥ ଶ୍ରେଣୀ ପରୀକ୍ଷା ରବିବାର ଦୁଇଟି ସିଫ୍ଟରେ ଅନୁଷ୍ଠିତ ହୋଇଥିବାବେଳେ ଅନ୍ୟ ଦୁଇଟି ତାରିଖରେ ତୃତୀୟ ଶ୍ରେଣୀ ପଦବୀ ପାଇଁ ପରୀକ୍ଷା ଅନୁଷ୍ଠିତ ହେବ। ସମସ୍ତ ପରୀକ୍ଷା ଆସାମ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ହେଉଛି ।

ବେସରକାରୀ ଟେଲିକମ ସେବା ପ୍ରଦାନକାରୀ ଏୟାରଟେଲ ଏବଂ ରିଲାଏନ୍ସ ଜିଓର ବରିଷ୍ଠ ଅଧିକାରୀଙ୍କ ଅନୁଯାୟୀ ଆସାମ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୫ ଟି ଜିଲାରେ ଇଣ୍ଟରନେଟ ସେବା ଚାରି ଘଣ୍ଟା ପାଇଁ ବନ୍ଦ ରହିଥିଲା। ଏୟାରଟେଲ ଗ୍ରାହକଙ୍କୁ ଏସଏମଏସ ମାଧ୍ୟମରେ ସୂଚନା ଦେଇଛି, ପ୍ରିୟ ଗ୍ରାହକ, ସରକାରୀ ନିର୍ଦ୍ଦେଶ ଅନୁଯାୟୀ, ଆପଣଙ୍କ ଅଞ୍ଚଳରେ ସକାଳ ୧୦ ଟାରୁ ୧୨ଟା ଏବଂ ଅପରାହ୍ନ ୨ଟାରୁ ୪ ଟା ମଧ୍ୟରେ ମୋବାଇଲ ଇଣ୍ଟରନେଟ ସେବା ଅସ୍ଥାୟୀ ଭାବରେ ବନ୍ଦ ରଖାଯାଇଛି।

ଅଗଷ୍ଟ ୧୭ରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା କହିଥିଲେ ଯେ ନିଯୁକ୍ତି ପ୍ରକ୍ରିୟା ସମୟରେ ସମ୍ଭାବ୍ୟ କପିକୁ ଏଡ଼ାଇବା ପାଇଁ ପରୀକ୍ଷା ସମୟରେ ଇଣ୍ଟରନେଟ ସେବା ବନ୍ଦ ରଖାଯିବ। ଏନେଇ ଆସାମ ପୋଲିସ ଏକ ଟୁଇଟରେ କହିଛି ଯେ ଏହି ତିନି ଦିନ ପାଇଁ ପରୀକ୍ଷା ସ୍ଥାନ ତଥା ଏହାର ଆଖପାଖ ଅଞ୍ଚଳରେ ୧୪୪ ଧାରା ଲାଗୁ କରାଯିବ।

ପରୀକ୍ଷା କେନ୍ଦ୍ରକୁ ମୋବାଇଲ ନେବାକୁ ପ୍ରାର୍ଥୀଙ୍କୁ ମଧ୍ୟ ବାରଣ କରାଯାଇଛି। ଏକ ପୃଥକ ଆଦେଶରେ ଗୁଆହାଟୀ ପୋଲିସ କହିଛି ଯେ ଉତ୍ତର ସିଟ ଗ୍ରହଣ, ଜମା ଏବଂ ଯାଞ୍ଚ ପ୍ରକ୍ରିୟା ପର୍ଯ୍ୟନ୍ତ ଗୁଆହାଟୀରେ ଥିବା ଏସଇବିଏସ କାର୍ଯ୍ୟାଳୟର ୧୦୦ ମିଟର ମଧ୍ୟରେ ୧୪୪ ଧାରା ଅନୁଯାୟୀ ନିଷେଧାଦେଶ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?