ପାକିସ୍ତାନରେ ମସଜିଦ ଭାଙ୍ଗି ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ଯୋଜନାକୁ ନେଇ ପ୍ରଶାସନ ରାଜନେତା ମୁହାଁମୁହିଁ …

ପେଶଓ୍ବାର,୨୪।୧୧ : ପାକିସ୍ତାନର ପେଶୱାରରେ ମସଜିଦ ଭାଙ୍ଗିବାକୁ ନେଇ ପ୍ରଶାସନ ଏବଂ ରାଜନେତା ମୁହାଁମୁହିଁ ହୋଇଛନ୍ତି। ନଗରପାଳ ଏବଂ ଅନେକ ତହସିଲର ମୁଖ୍ୟମାନେ ଜିଲା ପ୍ରଶାସନର ଯୋଜନାକୁ ବିରୋଧ କରୁଛନ୍ତି। ଜିଲା ପ୍ରଶାସନ ମସଜିଦ ଜମିରେ ଏକ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କରିବାକୁ ଚାହୁଁଛି।

ପାକିସ୍ତାନୀ ଖବରକାଗଜ ଡନ ଅନୁଯାୟୀ ମସଜିଦ ଭାଙ୍ଗିବା ଯୋଜନାକୁ ନେଇ ବିବାଦ ଦେଖାଦେଇଛି। ପେଶୱାର ମେୟର ହାଜି ଜୁବେର ଅଲି କହିଛନ୍ତି ଯେ ଜୁମା ମସଜିଦ ବିବାଦରେ ଜିଲା ପ୍ରଶାସନ ଜଡିତ ହେବା ଉଚିତ ନୁହେଁ। ସେ ଜନସାଧାରଣ ଏବଂ ପ୍ରଶାସନ ମଧ୍ୟରେ ମୁହାଁମୁହିଁ ହେବା ସପକ୍ଷରେ ନାହାଁନ୍ତି। ପେଶୱାର ମହାନଗର ନିଗମକୁ ସରକାରୀ ଜମିକୁ ଅନ୍ୟ କୌଣସି ଉଦ୍ଦେଶ୍ୟରେ ବ୍ୟବହାର କରିବାକୁ ଦିଆଯିବ ନାହିଁ।

ଅନ୍ୟପକ୍ଷରେ, ନେତା ଅମାନୁଲ୍ଲା ହକାନୀ କହିଛନ୍ତି ଯେ ମସଜିଦ ଭାଙ୍ଗିବା ପରେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ଉଦ୍ଦେଶ୍ୟରେ ଏହି ଜମିକୁ ବ୍ୟବହାର କରିବାକୁ ଦିଆଯିବ ନାହିଁ। ମସଜିଦ ସ୍ଥାନରେ ପ୍ଲାଜା ନିର୍ମାଣ କରାଯିବ ନାହିଁ ବୋଲି ଜିଲା ପ୍ରଶାସନ ପୂର୍ବରୁ ଘୋଷଣା କରିଥିବା ହକ୍କାନି କହିଥିଲେ କିନ୍ତୁ ପରେ ଏହି ଜମି ବ୍ୟବସାୟିକ ଉଦ୍ଦେଶ୍ୟରେ ବ୍ୟବହାର କରାଯିବ ବୋଲି ପ୍ରଶାସନ କହିଥିଲେ। ହକାନୀ ଜିଲା ପ୍ରଶାସନକୁ ଚେତାବନୀ ଦେଇଛନ୍ତି ଯେ ଯଦି ମସଜିଦ ଭଙ୍ଗାଯାଏ ତେବେ ଏହାର ପରିଣାମ ପାଇଁ ଜିଲା ପ୍ରଶାସନ ଦାୟୀ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri