ପୋତାଗଡ଼ରେ ବେଆଇନ ପାର୍କିଂ ଆଦାୟକୁ ନେଇ ବଢୁଛି ଅସନ୍ତୋଷ, ପର୍ଯ୍ୟଟକ ନିରାଶ

ଗଞ୍ଜାମ,୨୮ା୨(ବିଦ୍ୟାଧର ସାହୁ): ସହର ନିକଟରେ ଐତିହାସିକ ପୋତାଗଡ଼ ଦୁର୍ଗ ଅବସ୍ଥିତ। ଏହି ପୋତାଗଡ଼ ଦୁର୍ଗକୁ ବୁଲିବାକୁ ବର୍ଷ ତମାମ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ବର୍ତ୍ତମାନ ପୋତାଗଡ଼ର ପୁନଃ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଉଦ୍ଧାର କାର୍ଯ୍ୟରେ ବାଧା ଉପୁଜିବା ଲକ୍ଷରେ ତତ୍କାଳୀନ ତହସିଲଦାର ଅରୁଣ ନାୟକ ସେଠାରେ ସ୍ଥାନୀୟ ଅଞ୍ଚଳର ଦୁଇ ଜଣ ବେକାରୀ ଯୁବକଙ୍କୁ ନିୟୋଜିତ କରିଥିଲେ। ବର୍ତ୍ତମାନ ସେମାନଙ୍କ ସେଠାରେ ଆଉ ଦେଖିବାକୁ ମିଳୁ ନଥିବା ବେଳେ ଏବେ ସ୍ଥାନୀୟ ଅଞ୍ଚଳର ଆଉ ଜଣେ ଯୁବକ ପ୍ରତ୍ୟେକ ଦିନ ସେଠାରେ ଚେର ପକାଇ ବେଆଇନ ପାର୍କିଂ ଫି’ ଆଦାୟ କରୁଥିବା ଅଭିଯୋଗ ହୋଇଛି। ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କଠାରୁ ବାଇକ୍‌ ପିଛା ୧୦ ଟଙ୍କା ଏବଂ ଚାରିଚକିଆ କାର୍‌କୁ ୨୦ ଟଙ୍କା ଜୋରଜବରଦସ୍ତ ଆଦାୟ କରାଯାଉଥିବା ନେଇ କିଛି ପର୍ଯ୍ୟଟକ ଅଭିଯୋଗ କରିଛନ୍ତି। ଅନ୍ୟପଟେ ପୋତାଗଡ଼ଠାରେ ନିଃଶୁଳ୍କରେ ପ୍ରବେଶ କରି ପାରିବେ ବୋଲି ବୋର୍ଡ ମରାଯାଇଛି। ପର୍ଯ୍ୟଟକ ଏହାର ପ୍ରତିବାଦ କରୁଥିଲେ ତାଙ୍କୁ ଧମକ ମିଳୁଛି ଯେ, ଏଠାରୁ ଫିଟିକି ଯାଇ ପାରିବନି ବୋଲି ଫଳରେ ବାଧ୍ୟ ହୋଇ ପରିବାର ନେଇ ଆସୁଥିବା ବ୍ୟକ୍ତି ପାର୍କିଂ ଫି’ ଟଙ୍କା ଦେବାକୁ ବାଧ୍ୟ ହେଉଛନ୍ତି। ଏସମ୍ପର୍କରେ ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର କହିଛନ୍ତି, ଅଭିଯୋଗ ହୋଇଛି ତଦନ୍ତ ପରେ ନିଆଯିବ କାର୍ଯ୍ୟାନୁଷ୍ଠାନ। ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାର ଅପର୍ଣ୍ଣା ଡାଙ୍ଗୁଆ କହିଛନ୍ତି, ତଦନ୍ତ ନିମନ୍ତେ ସାନିଟେସନ ଏକ୍ସପର୍ଟ ଅଧିକାରୀ ନୋମେଶ କୁମାରଙ୍କୁ ଦାୟିତ୍ୱ ଦିଆଯାଇଛି କିନ୍ତୁ ଯୁବକ ଜଣକ ତାଙ୍କୁ ଦୁର୍ବ୍ୟବହାର କରିଥିବା ସାମାଜିକ ଗଣମଧ୍ୟମରେ ଏକ ଭିଡିଓରୁ ଜଣା ପଡୁଛି ଏନେଇ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ସେ ସୂଚନା ଦେଇଛନ୍ତି। ଆଦାୟ ହେଉଥିବା ଟଙ୍କା ରାଜସ୍ବ ବଦଳରେ ନିଜସ୍ବ ବୋଲି ସହରରେ ଚର୍ଚ୍ଚା ହେଉଛି। ଏହାକୁ ନାପସନ୍ଦ କରିଛନ୍ତି ସ୍ଥାନୀୟ ଅଞ୍ଚଳ ବୁଦ୍ଧିଜୀବୀ। ଆଗାମୀ ଦିନରେ ଏହାର ଦୃଢ଼ ପ୍ରତିବାଦ କରାଯିବ ବୋଲି ଗଣମାଧ୍ୟମକୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?