ଦୁର୍ଗମ ଅଞ୍ଚଳରେ ସୌରଶକ୍ତିରେ ଜଳସେଚନ

ଭୁବନେଶ୍ୱର,୧୧।୫(ବ୍ୟୁରୋ): କମାଣ୍ଡ ଏରିଆରେ ଜଳସେଚନ ପରିଚାଳନା, ବିଜୁ କୃଷକ ବିକାଶ ଯୋଜନାରେ ସୌରଶକ୍ତି ମାଧ୍ୟମରେ ଦୁର୍ଗମ ଅଞ୍ଚଳରେ ଗଭୀର ନଳକୂପ ସାହାଯ୍ୟରେ ଜଳସେଚନ କରାଯିବ। ଜଳସମ୍ପଦ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁର କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଜଳସମ୍ପଦ, ଶିଳ୍ପ, ବାଣିଜ୍ୟ ଓ ପରିବହନ, ସାଧାରଣ ପ୍ରଶାସନ ଏବଂ ଗୃହ ବିଭାଗର ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୈଠକରେ ଓଡ଼ିଶା ନର୍ସିଂ କଲେଜ ଶିକ୍ଷା ସେବାରେ ନିଯୁକ୍ତ କର୍ମଚାରୀଙ୍କ ପାଇଁ ନିଯୁକ୍ତି ଓ ଚାକିରି ସର୍ତ୍ତାବଳୀକୁ ଅନୁମୋଦନ କରାଯାଇଛି। ପୁରୁଷ ହକି ବିଶ୍ୱକପ୍‌ ପାଇଁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ, ଏବଂ ରାଉରକେଲାର ଅନ୍ତର୍ଜାତୀୟ ହକି ଷ୍ଟାଡିୟମର କ୍ରୀଡ଼ା ଭିତ୍ତିଭୂମି ପାଇଁ ଡକାଯାଇଥିବା ଟେଣ୍ଡରକୁ କ୍ୟାବିନେଟ ଅନୁମୋଦନ କରିଛି। ମେଡିକାଲ ଅକ୍ସିଜେନ ଉତ୍ପାଦନ, ରିଫିଲିଂର ପ୍ରତିକୂଳ ସଂଶୋଧନ କରାଯିବ। ଏଥିସହିତ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ପରିବହନ ଟ୍ରାଫିକ୍‌ ଆଣ୍ଡ ଏନ୍‌ଫୋର୍ସମେଣ୍ଟ ରୁଲ୍‌ସ-୨୦୧୩ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି। ସେହିପରି ଜଙ୍ଗଲ ଓ ପରିବେଶ ବିଭାଗ ନାମ ପରିବର୍ତ୍ତନ କରାଯାଇଛି। ଜଙ୍ଗଲ ଓ ପରିବେଶ ବିଭାଗ ପରିବର୍ତ୍ତେ ଏଣିକି ଏହା ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଭାବେ ନାମିତ କରାଯିବ। ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଏଥିସହିତ ଓଡ଼ିଶା ଏକ୍ସସର୍ଭିସମେନ (ରିକ୍ର୍ୟୁଟମେଣ୍ଟ ଟୁ ଷ୍ଟେଟ୍‌ ସିଭିଲ ସର୍ଭିସେସ ଆଣ୍ଡ ପୋଷ୍ଟସ୍‌) ରୁଲ୍ସ ସଂଶୋଧନ, ଓଡ଼ିଶା ପବ୍ଲିକ ସର୍ଭିସ କମିଶନଙ୍କ ୨୦୧୭-୧୮ର ବାର୍ଷିକ ରିପୋର୍ଟ, ରାଜ୍ୟ ବାହାରେ ଥିବା ଗୃହ ବିଭାଗ ଦ୍ୱାରା ପରିଚାଳିତ ହେଉଥିବା ବିଭିନ୍ନ ଓଡ଼ିଶା ଭବନଗୁଡ଼ିକରେ ରହିବା ଓ ଅନ୍ୟାନ୍ୟ ସେବା ପାଇଁ ଏକ ସ୍ବତନ୍ତ୍ର ନିୟମ ପ୍ରସ୍ତୁତ ହେବ। ଏହି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri