ସୌମ୍ୟଙ୍କ ବାସଭବନରେ ପ୍ରଣବ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୨୯।୩ (ଅନିଲ ଦାସ):୨୦୨୪ ନିର୍ବାଚନ ଯେତେ ପାଖେଇ ଆସୁଛି, ରାଜନୈତିକ ବାତାବରଣ ସେତିକି ଉଷ୍ମ ହେବାରେ ଲାଗିଛି। ଦଳ ବଦଳଠାରୁ ଆରମ୍ଭ କରି ପାର୍ଟି ଭିତରେ ଅନ୍ତଃ କନ୍ଦଳ ଦେଖିବାକୁ ମଧ୍ୟ ମିଳୁଛି। ଅନ୍ୟପକ୍ଷରେ ଟିକେଟ ପାଇବା ପାଇଁ ଆଶାୟୀଙ୍କ ଲବି ଜୋର୍‌ଦାର ହେଉଛି। ନିକଟରେ ବିଜେଡି ଏହାର ପ୍ରଥମ ପର୍ଯ୍ୟାୟରେ ୭୨ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଅନ୍ୟ ଆସନଗୁଡ଼ିକ ପାଇଁ ଦିନେ ଦୁଇଦିନ ମଧ୍ୟରେ ଟିକେଟ ଘୋଷଣା ହେବ ବୋଲି କୁହାଯାଉଛି। ଏଭଳି ସ୍ଥିତିରେ ଦଳ ସମ୍ଭାବ୍ୟ ବିଜୟୀ ପ୍ରାର୍ଥୀଙ୍କୁ ଟିକେଟ ଦେବା ପାଇଁ କସରତ କରୁଛି। କେତେକ ଆସନରେ ଅସନ୍ତୁଷ୍ଟଙ୍କୁ ମନାଇବାକୁ ଦଳର ବରିଷ୍ଠ ନେତାମାନେ ଉଦ୍ୟମ ଜାରି ରଖିଛନ୍ତି। ଶୁଣିବାକୁ ମିଳୁଛି ଯେ, ଖଣ୍ଡପଡ଼ା ବିଧାନସଭା ଆସନରେ ବିଜେଡିରୁ ନିଲମ୍ବିତ ହୋଇଥିବା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କିମ୍ବା ତାଙ୍କ ଝିଅ ତନୟା ପଟ୍ଟନାୟକଙ୍କୁ ବିଜେଡି ପ୍ରାର୍ଥୀ କରିପାରେ। ଏନେଇ ଗୁରୁବାର ସନ୍ଧ୍ୟାରେ ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବିଧାୟକ ସୌମ୍ୟଙ୍କ ବାସଭବନକୁ ଯାଇ ଏନେଇ ଆଲୋଚନା କରିଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ ତନୟା ଗୁରୁବାର ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

ଗାନ୍ଧୀ ବିଭାଜନକାରୀ

ଭାରତ ୨୦୪୭ ସୁଦ୍ଧା ବିକଶିତ ହେବ ବୋଲି କେନ୍ଦ୍ର ସରକାର ବାରମ୍ବାର ଦୋହରାଉଛନ୍ତି। ବିକଶିତ ଦେଶ ଗଢ଼ିବାର ସ୍ବପ୍ନ ଦେଖାଯିବା ନିଶ୍ଚିତ ଭାବେ ସ୍ବାଗତଯୋଗ୍ୟ। କିନ୍ତୁ...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri