ସାବିତ୍ରୀବ୍ରତରେ ସ୍ତ୍ରୀ ମାଡ଼ରେ ସ୍ବାମୀ ଗୁରୁତର

ବଡ଼ବିଲ,୧୦।୬(ସ୍ବ.ପ୍ର.): ଆଜି ଥିଲା ପବିତ୍ର ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ ପାଇଁ ପୂଜାର୍ଚ୍ଚନା କରିଥାନ୍ତି ସ୍ତ୍ରୀ। ହେଲେ ଏଭଳି ଏକ ଦିନରେ ସ୍ତ୍ରୀଙ୍କ ଆକ୍ରମଣରେ ସ୍ବାମୀ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଭଦ୍ରାସାହି ପଞ୍ଚାୟତ ଝାଡ଼ଗାଁ ଅଞ୍ଚଳରେ ଏହି ଘଟଣା ଘଟିଛି।
ସ୍ବାମୀଙ୍କ ଅଭିଯୋଗ ଆନୁଯାୟୀ, ତାଙ୍କ ଘର ଭିତରକୁ ଜଣେ ବାହାର ବ୍ୟକ୍ତିଙ୍କ ପ୍ରବେଶକୁ ସେ ବିରୋଧ କରିଥିଲେ। ଏହି କଥାକୁ ନେଇ ସ୍ତ୍ରୀଙ୍କ ସହ ବଚସା ହୋଇଥିଲା। ଏଥିରେ ତାଙ୍କର ସ୍ତ୍ରୀ ଉତ୍‌କ୍ଷିପ୍ତ ହୋଇ ଏକ ଇଟାରେ ତାଙ୍କ ମୁଣ୍ଡକୁ ଛେଚି ଦେଇଥିଲେ। ଫଳରେ ତାଙ୍କ ମୁଣ୍ଡରେ ଗଭୀର କ୍ଷତ ସୃଷ୍ଟି ହୋଇ ପ୍ରବଳ ରକ୍ତସ୍ରାବ ହୋଇଥିଲା। ଏବେ ସେ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅଛନ୍ତି। ଏ ନେଇ ସ୍ବାମୀଙ୍କ ପକ୍ଷରୁ ବଡ଼ବିଲ ଥାନାରେ କୌଣସି ଲିଖିତ ଅଭିଯୋଗ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…

ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି,...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ! ଏହି ସ୍ଥାନରେ 5 ଦିନ ପୋଷାକ ପିନ୍ଧନ୍ତିନି ମହିଳା

ନୂଆଦିଲ୍ଲୀ,୧୧|୧୨ : ଭାରତ ଅନନ୍ୟ ସଂସ୍କୃତି, ପରମ୍ପରା ଏବଂ ମାନ୍ୟତା ପାଇଁ ସାରା ବିଶ୍ବରେ ପରିଚିତ । ଦେଶର ଏକ ସ୍ଥାନରେ ଏପରି ଏକ ପରମ୍ପରା...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ...

ଐଶ୍ୱର୍ଯ୍ୟା-ଅଭିଷେକ ଛାଡପତ୍ର ଗୁଜବ ବିଷୟରେ ଜାଣିଛନ୍ତି କି ଝିଅ ଆରାଧ୍ୟା, ବାପା କହିଲେ…

ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରାୟତଃ ଛାଡପତ୍ର ବିଷୟରେ ଆଲୋଚନା ହୁଏ। ଏହା ସିଧାସଳଖ ସେମାନଙ୍କ ପରିବାର ଏବଂ ପିଲାମାନଙ୍କୁ ପ୍ରଭାବିତ କରେ। ନିକଟରେ ଅଭିଷେକ ବଚ୍ଚନ ଏବଂ...

ଖୁବଶୀଘ୍ର ଆସିବ EV ପଲିସି 2.0, ଏତିକି ଟଙ୍କା ଶସ୍ତା ହେବ ଗାଡ଼ି ଦାମ୍

ନୂଆଦିଲ୍ଲୀ,୧୧ା୧୨: ଦିଲ୍ଲୀରେ ଇଲେକ୍ଟ୍ରିକ ମୋବିଲିଟିକୁ ତ୍ୱରାନ୍ୱିତ କରିବା ପାଇଁ, ସରକାର ଏକ ବୈଦ୍ୟୁତିକ ଯାନ (EV) ନୀତି 2.0 ର ଏକ ଡ୍ରାଫ୍ଟ ପ୍ରସ୍ତୁତ କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri