ସ୍କୁଲରେ ପିଲା ଶୁଣିଲେ ହକିର ଜୟଗାଥା

ଭୁବନେଶ୍ୱର, ୧୦ା୧୦(ଅସମାପିକା ସାହୁ):ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ସୋମବାର ଛାତ୍ରୀଛାତ୍ରଙ୍କୁ ହକିର ସଫଳତା ସମ୍ବନ୍ଧରେ ଏକ ପ୍ରେରଣାଦାୟୀ ବକ୍ତବ୍ୟ ଦିଆଯାଇଛି। ପ୍ରାର୍ଥନା ସଭାରେ ସମସ୍ତ ଶିକ୍ଷକଙ୍କ ଉପସ୍ଥିତିରେ ଛାତ୍ରୀଛାତ୍ରଙ୍କୁ ଭାରତୀୟ ହକି ଦଳର ସଫଳତାର କାହାଣୀ କୁହାଯାଇଛି। ଛାତ୍ରୀଛାତ୍ର ଭାରତୀୟ ହକି ଦଳର ପରାକାଷ୍ଠା ଓ ବିଜୟ କାହାଣୀକୁ ଉତ୍ସାହର ସହ ଶୁଣିଥିଲେ। ଚାଇନାରେ ଅନୁଷ୍ଠିତ ଏସୀୟ କ୍ରୀଡ଼ାରେ ଭାରତୀୟ ପୁରୁଷ ହକି ଦଳ ସ୍ବର୍ଣ୍ଣ ପଦକ ଜିତି ୨୦୨୪ ଅଲିମ୍ପିକ୍ସ ପାଇଁ ଯୋଗ୍ୟ ବିବେଚିତ ହୋଇଛି। ଏସୀୟ କ୍ରୀଡ଼ାରେ ଭାରତୀୟ ପୁରୁଷ ହକି ଦଳର ଏହା ଚତୁର୍ଥ ସ୍ବର୍ଣ୍ଣ ପଦକ। ଭାରତ ଦଳରେ ଏକମାତ୍ର ଓଡ଼ିଆ ଖେଳାଳି ଭାବେ ଅମିତ ରୋହିଦାସ୍‌ ପ୍ରତିନିଧିତ୍ୱ କରିଥିଲେ। ଏହି ଜୟଗାଥାର କାହାଣୀ ପ୍ରତ୍ୟେକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ନିକଟରେ ପହଞ୍ଚାଇବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭଗ ପକ୍ଷରୁ ବ୍ୟବସ୍ଥା କରାଯାଇଥିଲା। ପୂର୍ବ ନିର୍ଦ୍ଦେଶାନୁସାରେ ଶିକ୍ଷକମାନେ ସୋମବାର ପ୍ରାର୍ଥନା ସଭାରେ ଭାରତୀୟ ହକିର ଏହି ସଫଳତାରେ ଓଡ଼ିଶାର ଅବଦାନ ସମ୍ପର୍କରେ ପିଲାମାନଙ୍କୁ ବିସ୍ତୃତ ଭାବରେ କହିଥିଲେ। ଆମ ରାଜ୍ୟର ହକି ତାରକା ଦିଲୀପ ତିର୍କୀ, ବୀରେନ୍ଦ୍ର ଲାକ୍ରା, ଅମିତ୍‌ ରୋହିଦାସ୍‌, ନୀଲମ୍‌ ସଞ୍ଜୀବ୍‌ ଖେସ୍‌, ସୁଭଦ୍ରା ପ୍ରଧାନ, ନମିତା ଟପ୍ପୋ, ଲିଲିମା ମିଞ୍ଜ୍‌ଙ୍କ ପରି ଅନେକ ହକି କ୍ରୀଡ଼ାବିତ୍‌ଙ୍କ ସମ୍ପର୍କରେ ସୂଚନା ଦିଆଯାଇ ଛାତ୍ରୀଛାତ୍ରଙ୍କ ମନରେ ହକି ପ୍ରତି ଆଗ୍ରହ ସୃଷ୍ଟି କରାଯାଇଥିଲା। ଫଳରେ ସେମାନଙ୍କ ଉତ୍ସାହ ଓ ଆତ୍ମବିଶ୍ୱାସ ବଢ଼ିଥିବା ବିଭାଗ ପକ୍ଷରୁ କୁହାଯାଇଛି।
ଉଲ୍ଲେଖଯୋଗ୍ୟ, ଛାତ୍ରୀଛାତ୍ରଙ୍କ ବୌଦ୍ଧିକ ବିକାଶ ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇଁ ସ୍କୁଲ ଶିକ୍ଷାରେ କ୍ରୀଡ଼ାର ଗୁରୁତ୍ୱକୁ ଉପଲବ୍ଧି କରି ଓଡି଼ଶାରେ ୫-ଟି ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ମାଧ୍ୟମରେ କ୍ରୀଡ଼ାକୁ ପ୍ରାଥମିକତା ଦିଆଯାଉଛି। ରୂପାନ୍ତରିତ ହୋଇଥିବା ସମସ୍ତ ସ୍କୁଲରେ ହକି, ଟେନିସ୍‌, ଫୁଟବଲ୍‌, ବାସ୍କେଟ୍‌ ବଲ୍‌ ସହ ପାରମ୍ପରିକ କ୍ରୀଡ଼ା ପାଇଁ ଆବଶ୍ୟକ ଭିତ୍ତିଭୂମି ଓ ଉପକରଣ ଯୋଗାଇ ଦିଆଯାଇଛି। ଆକର୍ଷଣୀୟ ଖେଳପଡ଼ିଆ ସହ ଇନ୍‌ଡୋର ସ୍ପୋଟର୍‌ସ କମ୍ପ୍ଲେକ୍ସ ଓ କ୍ରୀଡ଼ା ଉପକରଣ ମଧ୍ୟ ଯୋଗାଇ ଦିଆଯାଇଛି। ହକିକୁ ଲୋକପ୍ରିୟ କରିବା ଉଦ୍ଦେଶ୍ୟରେ ରାଜ୍ୟର ସରକାରୀ ବିଦ୍ୟାଳୟଗୁଡିକରେ ‘ମୋ ସ୍କୁଲ ହକି କ୍ଲବ୍‌’ କାର୍ଯ୍ୟ କରୁଛି। ସ୍କୁଲସ୍ତରରୁ ପ୍ରତିଭା ଚିହ୍ନଟ ଓ ସେମାନଙ୍କୁ ଦକ୍ଷ କ୍ରୀଡ଼ାବିତ୍‌ କରି ଗଢ଼ି ତୋଳିବାରେ ଏହି କ୍ଲବ୍‌ ପ୍ରମୁଖ ଭୂମିକା ଗ୍ରହଣ କରୁଛି। ଷଷ୍ଠରୁ ଊର୍ଦ୍ଧ୍ୱ ଶ୍ରେଣୀର ଛାତ୍ରୀଛାତ୍ର ଏହି କ୍ଲବ୍‌ରେ ଅଂଶଗ୍ରହଣ କରି ହକି ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri