ସ୍କୁଟି ଦୁର୍ଘଟଣାରେ ଅଙ୍ଗନଓ୍ବାଡି କର୍ମୀଙ୍କ ଜୀବନ ଗଲା, ଦିଅର ଆହତ

ଦେବଗଡ଼,୨୯ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କୀର୍ତ୍ତନପାଲି ଛକଠାରେ ୫୩ ନମ୍ବର ଜାତୀୟ ରାଜପଥରେ ୨ଟି ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଅଙ୍ଗନଓ୍ବାଡ଼ି କର୍ମୀଙ୍କର ମୃତ୍ୟୁ ହୋଇଛି। ତେବେ ସ୍କୁଟି ଚଳାଉଥିବା ତାଙ୍କ ଦିଅର ଆହତ ହୋଇଥିବା ଜଣାପଡ଼ିଛି।

ସୂଚନାନୁଯାୟୀ,କୀର୍ତ୍ତନପାଲି ଗ୍ରାମର ଅଙ୍ଗନଓ୍ବାଡ଼ି କର୍ମୀ ଗୀତାଞ୍ଜଳି ବେହେରା ଗୁରୁବାର ରିଆମାଳ ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଚାଲିଥିବା ଏକ ବୈଠକରେ ଯୋଗଦେଇ ଅପରାହ୍ନରେ ତାଙ୍କ ଦିଅର କିଶୋର ଚନ୍ଦ୍ର ବେହେରାଙ୍କ ସହ ନିଜର ସ୍କୁଟି ଯୋଗେ ଘରକୁ ଫେରୁଥିଲେ। ତେବେ କୀର୍ତ୍ତନପାଲି ଛକଠାରେ ୫୩ ନମ୍ବର ଜାତୀୟ ରାଜପଥରେ ସମ୍ମୁଖ ପଟୁ ଆସୁଥିବା ସ୍କୁଟି ସହିତ ସେମାନଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଗୀତାଞ୍ଜଳି ଗୁରୁତର ହୋଇଥିବା ବେଳେ ଓ ତାଙ୍କ ଦିଅର କିଶୋର ରାସ୍ତା ଉପରକୁ ଛିଟିକି ପଡ଼ି ସାମାନ୍ୟ ଆହତ ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ଉଭୟଙ୍କୁ ଛତାବର ଡାକ୍ତରଖାନାକୁ ଅଣାଯାଇଥିବା ବେଳେ ଡାକ୍ତର ଗୀତାଞ୍ଜଳିଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ। ସୂଚନା ପାଇ ରିଆମାଳ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଦୁର୍ଘଟଣାଗ୍ରସ୍ତ ସ୍କୁଟିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଧକ୍କା ହୋଇଥିବା ଅନ୍ୟତମ ସ୍କୁଟିରେ ବସିଥିବା ୨ ଆରୋହୀ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ଘଟଣାରେ ବଙ୍ଗଳା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ; ୫ ଅଭିଯୁକ୍ତ ଗିରଫ

ସୋନାରପୁର,୩୧।୫: ତୃଣମୂଳ କଂଗ୍ରେସ (ଟିଏମସି)ର ଜାତୀୟ ସାଧାରଣ ସମ୍ପାଦକ ଏବଂ ଏମପି ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ପାଞ୍ଚ ଜଣଙ୍କୁ ଗିରଫ କରିଛି।…

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri