କୁନି ବୈଜ୍ଞାନିକ ଖୋଜିବା ଲକ୍ଷରେ…

ଦିଗପହଣ୍ଡି,୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲ ପରିସରରେ ସୋମବାର ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ପରିଚାଳନା କମିଟି ସଭାପତି ବିଶ୍ବନାଥ ପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ୍‌ ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଡ. ଶଙ୍କର ନାରାୟଣ ବେଜ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଖେମୁଣ୍ଡି କଲେଜ ଅଧ୍ୟକ୍ଷ ଡ଼. ଅସିତ କୁମାର ଷଡଙ୍ଗୀ ଏବଂ ସିଆରସିସି ଅନୀଲ କୁମାର ଦାସ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ। ଏହି ମେଳାରେ ନର୍ସରୀ ଶ୍ରେଣୀ ଠାରୁ ୯ ଶ୍ରେଣୀରେ ଅଧ୍ୟୟନରତ ୨୩୦ ଛାତ୍ରୀଛାତ୍ର ଅଂଶଗ୍ରହଣ କରି ପ୍ରାଣୀ ସମ୍ପଦ ପାଳନ ଓ ସୁରକ୍ଷା , ସୋଲାର ସିଷ୍ଟମ , ଜଳଚକ୍ର , ପାଣିପାଗ ଓ ଜଳବାୟୁ , ପୃଷ୍ଟିକର ଖାଦ୍ୟ ଓ ସ୍ମାର୍ଟ ଡଷ୍ଟବିନ ସମ୍ବନ୍ଧୀୟ ବିଭିନ୍ନ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ।
ବିଚାରକ ଭାବେ ଭୀଷ୍ମଗିରି କଲେଜ ଅଧ୍ୟାପକ ନାରାୟଣ ବିଶ୍ୱାସରାୟ , ଖେମୁଣ୍ଡି କଲେଜ ଅଧ୍ୟାପକ ଅବିନାଶ ଚନ୍ଦ୍ର ପାଢୀ , ବାଳିକା ଉଚ୍ଚ ବିଦ୍ୟାଳୟ ଶିକ୍ଷକ ଉମାଶଙ୍କର ସାହୁ , ପଦ୍ମନାଭପୁର ସରସତୀ ଶିଶୁ ମନ୍ଦିର ଆଚାର୍ଯ୍ୟ ଅବିନାଶ ବିଷୋୟୀ , ବ୍ରହ୍ମପୁରର ବିଭିନ୍ନ ସ୍କୁଲରୁ ଆସିଥିବା କମଲେଶ ରାଉତ, ଅମିତ କୁମାର ସିଂ, ପ୍ରଦ୍ୟୁମ୍ନ କୁମାର ମିଶ୍ର ଯୋଗଦେଇ ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ରଦର୍ଶିତ ପ୍ରକଳ୍ପ ଗୁଡ଼ିକର ମୂଲ୍ୟାୟନ କରିଥିଲେ । ସ୍କୁଲ ଅଧ୍ୟକ୍ଷ ଏନ . ରାଜକିଶୋର ସଭାକାର୍ଯ୍ୟଦ୍‌ ସଂଯୋଜନା କରିଥିବା ବେଳେ ସ୍କୁଲ ଉପାଧ୍ୟକ୍ଷା ସୁଷମା ଗୈାଡ ମେଳା ପରିଚାଳନା କରିଥିଲେ । ଉଦ୍‌ଯାପନୀ ସମାରୋହରେ ବିଭିନ୍ନ ବିଭାଗରୁ ପ୍ରଦର୍ଶିତ ଶ୍ରେଷ୍ଠ ପ୍ରକଳ୍ପ ପ୍ରଦର୍ଶନ କରିଥିବା କୃତି ଛାତ୍ରୀ ଛାତ୍ରମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଶେଷରେ ସ୍କୁଲ ଶିକ୍ଷକ ରାକେଶ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମ ସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri