ସମୁଦ୍ରରେ ଇଲିଶି ତଲାସି

ଭୋଗରଇ, ୨୦।୮(ଡି.ଏନ.ଏ.)-ଶ୍ରାବଣ ଶେଷ ହୋଇ ଭାଦ୍ରବ ହେଲାଣି। ତଥାପି ଜାଲରେ ଧରାପଡୁନି ଆଶାନୁରୂପ ଇଲିଶି। ମୌସୁମୀର ଅନିୟମିତତା ଯୋଗୁ ଚଳିତବର୍ଷ ଟ୍ରଲର ମାଲିକ ଓ ମତ୍ସ୍ୟଜୀବୀମାନେ ଆଶା ଆଶଙ୍କାରେ ରହିଛନ୍ତି। ତଥାପି ମତ୍ସ୍ୟଜୀବୀମାନେ ଆଶା ଛାଡ଼ିନାହାନ୍ତି। ବାଲେଶ୍ୱର ଉପକୂଳ ଉଦୟପୁର, ତାଳସାରୀ, କୀର୍ତ୍ତନିଆ, ଚୌମୁଖ, ଡଗରା, ବାହାବଳପୁର, କଷାଫଳ ସହିତ ସମୁଦ୍ରକୂଳିଆ ଜିଲା ମତ୍ସ୍ୟ ଅବତରଣ କେନ୍ଦ୍ରରୁ ସହସ୍ରାଧିକ ମାଛଧରା ଟ୍ରଲର ଏବେ ସମୁଦ୍ରମୁହାଁ। ଝଡ଼ବର୍ଷାକୁ ଖାତିର ନ କରି ଜୀବନକୁ ବାଜି ଲଗାଇ ମତ୍ସ୍ୟଜୀବୀମାନେ ଟ୍ରଲର ସାହାଯ୍ୟରେ ଗଭୀର ସମୁଦ୍ରରେ ଜାଲ ବିଛାଇ ଇଲିଶି ସନ୍ଧାନରେ ଅଛନ୍ତି।
ମୌସୁମୀ ଆଗମନରେ ମ୍ୟାନମାର ଓ ବାଂଲାଦେଶ ଗଭୀର ସମୁଦ୍ରରୁ ଇଲିଶି ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ନଦୀ ସଙ୍ଗମସ୍ଥଳରେ ମଧୁର ଜଳ ପାନ କରିବା ସହିତ ଯାଆଁଳ ଛାଡ଼ିବାକୁ ଆସିଥାନ୍ତି। ଏହି ସୁଯୋଗରେ ମାଛଧରା ଟ୍ରଲରରେ ଥିବା ମତ୍ସ୍ୟଜୀବୀମାନେ ଜାଲ ବିଛାଇ ପ୍ରଚୁର ଇଲିଶି ଧରିଥାନ୍ତି। ଚଳିତବର୍ଷ ମୌସୁମୀ ବର୍ଷା ଓ ପାଗ ଅନୁକୂଳ ନ ଥିବାରୁ ଇଲିଶି ସମୁଦ୍ରରେ ଲୁଚକାଳି ଖେଳୁଛନ୍ତି। ଆଶାନୁରୂପ ଇଲିଶି ଜାଲରେ ଧରାଦେଉ ନ ଥିବାରୁ ମତ୍ସ୍ୟ ଅବତରଣ କେନ୍ଦ୍ରରୁ ଆସୁଥିବା ଇଲିଶିର ଦାମ୍‌ ବଜାରରେ ଚଢ଼ା ରହୁଛି। ହାଟବଜାରରେ ୫ଶହ ଗ୍ରାମ ଇଲିଶିକୁ କେଜି ପ୍ରତି ୬ଶହ ଟଙ୍କାରେ ବିକ୍ରି ହେଉଥିବା ବେଳେ କିଲୋ ଓଜନର ଇଲିଶି ଏକ ହଜାରରୁ ଊର୍ଦ୍ଧ୍ୱ ଟଙ୍କାରେ ବିକ୍ରି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri