ସେପ୍ଟେମ୍ବରରେ ଲକ୍ଷେରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ୩୫୦ ମୃତ

ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):ପୂର୍ବ ଅପେକ୍ଷା ସେପ୍ଟେମ୍ବରରେ କୋଭିଡ୍‌-୧୯ ଭୂତାଣୁ ଅଧିକ ସକ୍ରିୟ ରହିଛି। ବର୍ତ୍ତମାନ ରାଜ୍ୟରେ ସଂକ୍ରମଣ ୨,୧୯,୧୧୯ରେ ପହଞ୍ଚତ୍ଥିବାବେଳେ ଅଧାରୁ ଅଧିକ କେବଳ ଏହି ମାସରେ ଆକ୍ରାନ୍ତ ହୋଇଛନ୍ତି। ପୂର୍ବରୁ ଜୁନ୍‌ ଓ ଜୁଲାଇକୁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ସମୟ ବୋଲି କୁହାଯାଉଥିଲା। କିନ୍ତୁ ଏହାପରେ ଅଗଷ୍ଟରେ ମଧ୍ୟ ସଂକ୍ରମଣ ପୂର୍ବଠାରୁ ଢେର୍‌ ବଢ଼ିଯାଇଥିଲାବେଳେ ସେପ୍ଟେମ୍ବରରେ ତାହା ବହୁଗୁଣିତ ହୋଇଛି। ଗୋଟିଏ ମାସରେ ୧ଲକ୍ଷ ପାର୍‌ କରିଥିବାରୁ ରାଜ୍ୟରେ କରୋନା ସ୍ଥିତି ଜଟିଳ ଆଡକୁ ଗତି କରୁଥିବା ଜଣାପଡୁଛି।

ମାର୍ଚ୍ଚ ୧୫ରେ ରାଜ୍ୟରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲା। ଧୀରେ ଧୀରେ ସଂକ୍ରମଣ ଏପରି ବଢ଼ି ଚାଲିଲା ଯେ ତାକୁ କାବୁ କରିବା କଷ୍ଟକର ହୋଇପଡ଼ିଲା। ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁସାରେ, ପ୍ରଥମ ସାଢ଼େ ୪ ମାସରେ ଅର୍ଥାତ୍‌ ଜୁଲାଇ ଶେଷ ସୁଦ୍ଧା ରାଜ୍ୟରେ କରୋନା ପଜିଟିଭ୍‌ ସଂଖ୍ୟା ମାତ୍ର ୩୧,୮୭୭ରେ ଥିଲା। କିନ୍ତୁ ଅଗଷ୍ଟ ମାସରେ ୭୧,୬୫୯ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧,୦୩,୫୩୬ରେ ପହଞ୍ଚତ୍ଥିଲା। ଏବେ କେବଳ ସେପ୍ଟେମ୍ବରରେ ୧,୧୫,୫୮୩ ପଜିଟିଭ୍‌ ଚିହ୍ନଟ ହେଲେଣି। କେବଳ ପଜିଟିଭ୍‌ ସଂଖ୍ୟା ନୁହେଁ, ରାଜ୍ୟରେ ଗତ ଦୁଇମାସ ହେବ କରୋନାଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଜୁଲାଇ ଶେଷ ସୁଦ୍ଧା କରୋନା ମୃତ୍ୟୁ ୧୭୭ ଥିବାବେଳେ କେବଳ ଅଗଷ୍ଟରେ ୩୧୫ଜଣଙ୍କ ମୃତ୍ୟୁ ହେବାପରେ ଏହି ସଂଖ୍ୟା ୪୯୨କୁ ବୃଦ୍ଧି ପାଇଥିଲା। ଏବେ ସେପ୍ଟେମ୍ବରରେ ଆଉ ୩୫୦ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇସାରିଲାଣି। ଫଳରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୨ରେ ପହଞ୍ଚତ୍ଛି।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୪୪୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୬୦୧ଜଣ ରହିଥିବାବେଳେ କଟକ ୩୫୯, ବାଲେଶ୍ୱର ୧୫୨, ମୟୂରଭଞ୍ଜ ୧୪୧, ପୁରୀ ୧୩୨, ସମ୍ବଲପୁର ୧୩୧, ଯାଜପୁର ୧୩୦, ବଲାଙ୍ଗୀର ୧୧୪, ବରଗଡ଼ ୧୧୧, କନ୍ଧମାଳ ୧୦୩, କେନ୍ଦ୍ରାପଡ଼ା ୧୦୧ ଓ ଅନୁଗୋଳରୁ ୧୦୦ଜଣ ରହିଛନ୍ତି। ସେପଟେ ରାଜ୍ୟରେ ଆଉ ୧୪ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ନୟାଗଡ଼ ଓ ଖୋର୍ଦ୍ଧାରୁ ୩ଜଣ ଲେଖାଏ ମରିଥିବାବେଳେ ପୁରୀରୁ ୨, ବାଲେଶ୍ୱର, ଭଦ୍ରକ, କଟକ, ଗଞ୍ଜାମ, କଳାହାଣ୍ଡି ଓ କନ୍ଧମାଳରୁ ଜଣେ ଲେଖାଏ ରହିଛନ୍ତି। ଅପରପକ୍ଷରେ ରାଜ୍ୟରେ ଆଉ ୪,୨୧୯ ରୋଗୀ କରୋନାରୁ ମୁକ୍ତ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆରୋଗ୍ୟ ସଂଖ୍ୟା ୧,୮୫,୭୦୦କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri