ସେପ୍ଟେମ୍ବରରେ ପିଲାଙ୍କୁ ଟିକା

ନୂଆଦିଲ୍ଲୀ, ୧୯ା୮: ପିଲାମାନଙ୍କ ଉପରେ କୋଭିଡ୍‌ ଟିକାର ପରୀକ୍ଷା ଚାଲିଥିବାବେଳେ ଖୁବ୍‌ଶୀଘ୍ର ଏହାର ଫଳାଫଳ ମିଳିଯିବ ବୋଲି ଆଶା କରାଯାଉଛି। ଉକ୍ତ ଫଳାଫଳ ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ)ଙ୍କ ନିକଟରେ ଦାଖଲ କରାଯିବ। ତେଣୁ ସେପ୍ଟେମ୍ବର ସୁଦ୍ଧା କିମ୍ବା ଏହା ପରେ ଭାରତରେ ପିଲାମାନଙ୍କ ପାଇଁ କୋଭିଡ୍‌ ଟିକା ଉପଲବ୍ଧ ହେବ ବୋଲି ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌)ର ପୁଣେସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜି ନିର୍ଦ୍ଦେଶକ ପ୍ରିୟ ଆବ୍ରାହାମ କହିଛନ୍ତି। ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗର ଓଟିଟି ଚ୍ୟାନେଲ ‘ଇଣ୍ଡିଆ ସାଇନ୍ସ’କୁ ଏକ ସାକ୍ଷାତ୍‌କାର ଦେଇ ଆବ୍ରାହମ୍‌ କହିଥିଲେ, ସେପ୍ଟେମ୍ବର ସୁଦ୍ଧା ଭାରତ ପିଲାମାନଙ୍କ ପାଇଁ ସ୍ବଦେଶୀ କୋଭିଡ୍‌ ଟିକା ପାଇବାକୁ ଯାଉଛି। ୨ରୁ ୧୮ ବର୍ଷ ବୟସ ବର୍ଗଙ୍କ ଉପରେ କୋଭାକ୍ସିନର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷା ଚାଲିଥିବା ସେ କହିଥିଲେ। ସେହିପରି ଜାଇଡସ୍‌ କାଡିଲା କମ୍ପାନୀ ପିଲାମାନଙ୍କ ପାଇଁ ଜାଇକୋଭ୍‌-ଡି ଟିକା ପ୍ରସ୍ତୁତ କରିଛି। ଡିସିଜିଆଇ ଅନୁମୋଦନ ମିଳିଲେ, ଉକ୍ତ ଟିକାକୁ ମଧ୍ୟ ଭାରତର ଟିକାକରଣ କାର୍ଯ୍ୟକ୍ରମରେ ସାମିଲ କରାଯିବ। ଜରୁରୀ ବ୍ୟବହାର ମଞ୍ଜୁରୀ ପାଇଁ ଏହାର ଆବେଦନ ବିଚାରାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର,୨୯।୭ (ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର…

କୁତ୍ରିମ ସୂର୍ଯ୍ୟ ନିର୍ମାଣ ପାଇଁ ଚାଇନା ହେଉଛି ସଜବାଜ: ବିଶ୍ୱର ସର୍ବବୃହତ୍‌ ଚୁମ୍ବକ ପ୍ରସ୍ତୁତି ଶେଷ

ବେଜିଂ,୨୯ା୭:ଚାଇନା ଏହାର ‘କୃତ୍ରିମ ସୂର୍ଯ୍ୟ’ ନିର୍ମାଣ କାର୍ଯ୍ୟକ୍ରମ ପାଇଁ ବିଶ୍ୱର ସର୍ବବୃହତ୍‌ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍‌ ଚୁମ୍ବକ ତିଆରି ଓ ପରୀକ୍ଷା ଶେଷ କରିଛି। ଆଣବିକ ଫ୍ୟୁଜନ୍‌ ଜରିଆରେ…

୧ରେ ରାଜ୍ୟ କ୍ୟାବିନେଟ୍‌: କୃଷକ, ମହିଳାଙ୍କ ପାଇଁ…

ଭୁବନେଶ୍ୱର,୨୯ା୭(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଅଗଷ୍ଟ ପହିଲାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri