କୋଟିଆକୁ ନେଇ ଥମୁନି କାଦୁଅ ଫିଙ୍ଗା

ଭୁବନେଶ୍ୱର, ୧୭ା୨(ବ୍ୟୁରୋ): କୋରାପୁଟର କୋଟିଆ ସମେତ ଓଡ଼ିଶାର କେତେକ ସୀମାନ୍ତ ଜିଲାରେ ଆନ୍ଧ୍ର ସରକାର ନିର୍ବାଚନ କରାଇବା ପ୍ରସଙ୍ଗରେ ଆରୋପ ପ୍ରତ୍ୟାରୋପ ଥମିବାର ନଁା ଧରୁନି। ଏହି ପ୍ରସଙ୍ଗ ଏବେ ସୁପ୍ରିମକୋର୍ଟଙ୍କ ବିଚାରାଧୀନ ଥିବାବେଳେ ୧୯ ତାରିଖରେ ମାମଲାର ଶୁଣାଣି ଅଛି। ଏଭଳି ଏକ ସମ୍ବେଦନଶୀଳ ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଥିବାବେଳେ ପ୍ରଶାସନ ଏବଂ ଶାସକ ଦଳକୁ ଟାର୍ଗେଟ କରିଛନ୍ତି ବିରୋଧୀ। ସେହିପରି ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ମଧ୍ୟ ପ୍ରଶାସନିକ ଅବହେଳାକୁ ଦାୟୀ କରିଛନ୍ତି।
କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ଦୁର୍ବଳ ନେତୃତ୍ୱ ଯୋଗୁ ଆନ୍ଧ୍ର ସରକାର ରାଜ୍ୟରେ ପଶି ନିର୍ବାଚନ କଲା। ଏହାର ଅର୍ଥ ଗୋଟିଏ ରାଜ୍ୟ ଭିତରେ ଦୁଇଟି ଶାସନ। ଏହାକୁ କେହି ବରଦାସ୍ତ କରିବେ ନାହିଁ। ଓଡ଼ିଶାକୁ ସବୁଆଡୁ ଲୁଟ୍‌ କରାଗଲାଣି। ଛତିଶଗଡ଼ ପାଣି, ପଶ୍ଚିମବଙ୍ଗ ବାଲି ଚୋରି କରୁଛି। ମହାନଦୀ ପାଣି ନେଇ ମୁଖ୍ୟମନ୍ତ୍ରୀ ଏବଂ ବାଚସ୍ପତିଙ୍କ ନେତୃତ୍ୱରେ ଦୁଇଟି କମିଟି ହେଲା। ଏ ଯାଏ ଥରେ ହେଲେ ବୈଠକ ବସିଲାନି। ରାଜ୍ୟରେ ଅପାରଗ ଏବଂ ଦୁର୍ବଳ ସରକାର ଚାଲିଥିବା ନରସିଂହ କ୍ଷୋଭବ୍ୟକ୍ତ କରି କହିଛନ୍ତି।
ବିଜେଡି ବିଧାୟକ ସୌମ୍ୟରଞ୍ଜନ କହିଛନ୍ତି, ପ୍ରଶାସନିକସ୍ତରରେ ନିଶ୍ଚିତ ଭାବେ ଅବହେଳା ହୋଇଛି। ଏକଥାକୁ ଅସ୍ବୀକାର କରିହେବ ନାହିଁ। ଯେଉଁ ଦଳରେ ରହିବି ସେଠାରେ ଯେ ସବୁକିଛି ଠିକ୍‌ ଚାଲିଛି ତାହା କହିବି, ସେଭଳି ଅଭ୍ୟାସ ନାହିଁ। ଅନେକ ରାଜ୍ୟ ଭିତରେ ସୀମା ବିବାଦ ଲାଗି ରହିଛି। ବହୁ ପ୍ରସଙ୍ଗରେ ପାର୍ଟି ନୁହେଁ, ମାଟି ବଡ଼ ବୋଲି ସେ କହିଛନ୍ତି।
ଭାଜପା ନେତା ଗୋଲକ ମହାପାତ୍ର କହିଛନ୍ତି, ଓଡ଼ିଶାରେ ପଶି ଆନ୍ଧ୍ର ନିର୍ବାଚନ କରି ଚାଲିଗଲା। ଶାସକ ସରକାର ଶୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଭା ସଫଳ କରିବାରେ ବିଜେଡି ଲାଗିଛି। ଶାସକ ଦଳର କୌଣସି ନେତା ଘଟଣାସ୍ଥଳକୁ ବୁଲିବାକୁ ଗଲେନାହିଁ। ପ୍ରଶାସନିକ ଅଧିକାରୀ ଯାଇଥିଲେ ଏଭଳି ନିର୍ବାଚନ ହୋଇ ନ ଥାନ୍ତା। ଏହି ସମସ୍ୟା ବହୁ ପୁରୁଣା। ସମ୍ପୃକ୍ତ ଅଞ୍ଚଳବାସୀ ଶିକ୍ଷା, ସ୍ବାସ୍ଥ୍ୟ ଭଳି ମୌଳିକ ସୁବିଧା ଲାଗି ଆନ୍ଧ୍ର ଉପରେ ନିର୍ଭରଶୀଳ। ମାଟି ପାଇଁ ଲଢ଼େଇରେ ଆମେ ଅଛୁ, ହେଲେ ବିଜେଡି ନାହିଁ। ଓଡ଼ିଶା ସ୍ବାର୍ଥକୁ ନ ଦେଖି ବିଜେଡି, କଂଗ୍ରେସ ରାଜନୀତି କରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri