Posted inଜାତୀୟ

କିଛି ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ତୃତୀୟ ଲହରର ଲକ୍ଷଣ: ଆଇସିଏମଆର୍‌

ନୂଆଦିଲ୍ଲୀ,୩୧।୮: ଦେଶରେ କରୋନା ଭାଇରସ ସଂକ୍ରମଣର ପ୍ରତିଦିନ କ୍ରମାଗତ ଭାବରେ ଉତ୍‌ଥାନ-ପତନ ଦେଇ ଗତି କରୁଛି। ମଙ୍ଗଳବାର ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦,୯୪୧ଟି ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥି ସହିତ କେତେକ ରାଜ୍ୟରେ କରୋନା ସଂକ୍ରମଣ ଚିନ୍ତାଜନକ ରହିଛି। ଏ ନେଇ ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌)ର ଏପିଡେମୋଲୋଜି ଏବଂ କମ୍ୟୁନିକେବଲ ଡିଜିଜେସ୍‌ର ମୁଖ୍ୟ ଡା. ସମୀର ପଣ୍ଡା କହିଛନ୍ତି ଯେ, ଯେଉଁ ରାଜ୍ୟଗୁଡ଼ିକରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ସମୟରେ ଭୟ ଦେଖା ଦେଇ ନାହିଁ, ଏବେ ସେହି ରାଜ୍ୟରେ କରୋନା ମାମଲା ବୃଦ୍ଧି ପାଉଛି। ଏହା କରୋନା ତୃତୀୟ ଲହରର ପ୍ରାରମ୍ଭିକ ସଙ୍କେତ ଅଟେ ବୋଲି ସେ କହିଛନ୍ତି।
ଡକ୍ଟର ପଣ୍ଡା କହିଛନ୍ତି ଯେ, ସମଗ୍ର ଭାରତ ବିଷୟରେ ଆଲୋଚନା ନ କରି ସମ୍ପୃକ୍ତ ରାଜ୍ୟଗୁଡିକ ନିର୍ଦ୍ଦିଷ୍ଟ ଆଭିମୁଖ୍ୟ ଗ୍ରହଣ କରିବା ଜରୁରୀ। କାରଣ ସମସ୍ତ ରାଜ୍ୟରେ ପରିସ୍ଥିତି ସମାନ ନୁହେଁ। ବିଭିନ୍ନ ରାଜ୍ୟ ମହାରାଷ୍ଟ୍ର ଏବଂ ଦିଲ୍ଲୀ ଭଳି ରାଜ୍ୟରୁ ଶିକ୍ଷା ଗ୍ରହଣ କରି କୋଭିଡ ୧୯ ଉପରେ ପ୍ରତିବନ୍ଧକ ଲଗାଇବା ଏବଂ ଟିକାକରଣ ବୃଦ୍ଧି କରିବା ଆରମ୍ଭ କରିଥିଲେ। କେତେକ ରାଜ୍ୟରେ କୋଭିଡ ମାମଲା ବୃଦ୍ଧି ଏକ ତୃତୀୟ ଲହରକୁ ସୂଚାଉଛି। ପ୍ରଥମ ଏବଂ ଦ୍ୱିତୀୟ ଲହର ସମୟରେ କରୋନା ସଂକ୍ରମଣର ସଂଖ୍ୟା ଏବଂ ପରିମାଣକୁ ବିଶ୍ଳେଷଣ କରି ସମସ୍ତ ରାଜ୍ୟ ନିଜକୁ ତୃତୀୟ ଲହରରୁ ରକ୍ଷା କରିବା ପାଇଁ ରଣନୀତି ପ୍ରସ୍ତୁତ କରିବା ଉଚିତ୍‌ ବୋଳି ସେ କହିଛନ୍ତି।
ବିଦ୍ୟାଳୟଗୁଡ଼ିକର ପୁନଃ ଖୋଲିବା ବିଷୟରେ ଡକ୍ଟର ପଣ୍ଡା କହିଛନ୍ତି ଯେ ଆମକୁ ଏ ବିଷୟରେ ଭୟଭୀତ ହେବାର ଆବଶ୍ୟକତା ନାହିଁ। ଚତୁର୍ଥ ଜାତୀୟ ସେରୋ ସର୍ଭେରେ ଏହା ଜଣାପଡିଛି ଯେ ପ୍ରାୟ ୫୦ ପ୍ରତିଶତ ପିଲା ସଂକ୍ରମିତ ହୋଇଛନ୍ତି। ତେଣୁ କୌଣସି କାରଣ ବିନା ଆମକୁ ଭୟଭୀତ କରିବାର ଆବଶ୍ୟକତା ନାହିଁ । ସେ କହିଛନ୍ତି ଯେ, ବିଦ୍ୟାଳୟ ଖୋଲିବା ନିରାପଦ କି ନୁହେଁ ଚିନ୍ତା କରିବା ଅପେକ୍ଷା ଭଲ ପ୍ରସ୍ତୁତି କରିବା ଅଧିକ ଗୁରୁତ୍ୱପୂର୍ଣ୍ଣ। ଶିକ୍ଷକ, ଅଭିଭାବକ, ସହାୟକ କର୍ମଚାରୀ, ବସ ଡ୍ରାଇଭର ଏବଂ କଣ୍ଡକ୍ଟରଙ୍କୁ ଟିକାକରଣ କରାଯିବା ଉଚିତ୍‌। କୋଭିଡ ଉପଯୁକ୍ତ ଅଭ୍ୟାସ (ସିଏବି) କାର୍ଯ୍ୟକାରୀ ହେବା ଜରୁରୀ ଅଟେ, ଏବଂ ସିଏବି ସୂଚାଉଥିବା ହୋର୍ଡିଂ ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?